ଢେଙ୍କାନାଳ ମିନି ଷ୍ଟାଡିୟମରେ କଳ୍ପନାଙ୍କ ମରଶରୀର: ‘କଳ୍ପନା ଅମର ରହେ ’ଧ୍ୱନିରେ ପ୍ରକମ୍ପିତ ସାରା ସହର

ଢେଙ୍କାନାଳ ଅଫିସ,୨।୬: ପର୍ବତାରୋହିଣୀ କଳ୍ପନା ଦାସଙ୍କ ମରଶରୀର ରବିବାର ଭୁବନେଶ୍ୱରରେ ପହଞ୍ଚିଥିଲା। ପରେ ତାଙ୍କ ଜନ୍ମମାଟି ଢେଙ୍କାନାଳକୁ ନିଆଯାଇଥିଲା। ଢେଙ୍କାନାଳ ମିନି ଷ୍ଟାଡିୟମରେ ମରଶରୀର ୧୧ଟା ୫୫ ମିନିଟ୍‌ରେ ପହଞ୍ଚିବା ପରେ ସେଠାରେ ଭାବବିହ୍ବଳ ପରିବେଶ ସୃଷ୍ଟି ହୋଇଥିଲା। କଳ୍ପନା ଅମର ରହେ ଧ୍ୱନିରେ ସାରା ସହର ପ୍ରକମ୍ପିତ ହୋଇଉଠିଥିଲା। ମିନି ଷ୍ଟାଡିୟମ ଠାରେ ଏମ୍‌ପି ମହେଶ ସାହୁ, ବିଧାୟକ ସୁଧୀର କୁମାର ସାମଲ, ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ,ଏଡିଏମ୍‌ ପୂର୍ଣ୍ଣଚନ୍ଦ୍ର ମିଶ୍ର, ଏସ୍‌ପି ହରେକୃଷ୍ଣ ପ୍ରଧାନଙ୍କ ସମେତ ଅଞ୍ଚଳବାସୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ପ୍ରକାଶଯୋଗ୍ୟ, କଳ୍ପନା ଏଭରେଷ୍ଟ ଆରୋହଣ କରି ଫେରିବା ବେଳେ ଗତ ୨୩ ତାରିଖରେ ଅଧା ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିଲା। ଶୁକ୍ରବାର କାଠମାଣ୍ଡୁରେ ତାଙ୍କ ମୃତଦେହ ବ୍ୟବଚ୍ଛେଦ କରାଯାଇଥିଲା। ଏହାର ରିପୋର୍ଟ ସହ ମୃତ୍ୟୁ ପ୍ରମାଣପତ୍ର ଭାରତୀୟ ଦୂତାବାସକୁ ହସ୍ତାନ୍ତର କରାଯିବା ପରେ ମୃତଦେହକୁ ପରିବାର ଲୋକଙ୍କୁ ପ୍ରଦାନ କରାଯାଇଥିଲା। ତେବେ ସାରେ କାଠମାଣ୍ଡୁରୁ ମରଶରୀର ନେଇ ଆସିଥିବା ବିମାନ ବିଳମ୍ବରେ ଦିଲ୍ଲୀରେ ପହଞ୍ଚିଥିଲା। ତେଣୁ ବିମାନ ବନ୍ଦରରେ ତାଙ୍କୁ ନେବା ପାଇଁ ଅପେକ୍ଷା କରିଥିବା ବିମାନଟି ଭୁବନେଶ୍ୱର ପଳାଇ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri