Posted inରାଜ୍ୟ

ଢେଙ୍କାନାଳ ଲୋକ ସଭା, ଢେଙ୍କାନାଳ, ହିନ୍ଦୋଳ, କାମାକ୍ଷାନଗର ବିଧାନସଭା ଆସନରେ ବିଜେଡି ଆଗୁଆ

ଢେଙ୍କାନାଳ ଅଫିସ, ୨୩ା୫: ଆରମ୍ଭ ହୋଇଛି ସାଧାରଣ ନିର୍ବାଚନର ଅନ୍ତିମ ପର୍ବ ଭୋଟଗଣତି। ଆଉ ମାତ୍ର କେଇ ଘଣ୍ଟାର ଅପେକ୍ଷା ପରେ ଇଭିଏମ୍‌ରୁ ସ୍ପଷ୍ଟ ହେବ ପ୍ରାର୍ଥୀଙ୍କ ଭାଗ୍ୟ। ଏସବୁ ଭିତରେ ରାଜ୍ୟର ଅନ୍ୟତମ ଚର୍ଚ୍ଚିତ ଢେଙ୍କାନାଳ ଲୋକ ସଭା ଆସନ ଉପରେ ଏବେ କେନ୍ଦ୍ରୀଭୂତ ହୋଇଛି ସମସ୍ତଙ୍କ ନଜର। ଚଳିତ ନିର୍ବାଚନ ଉଭୟ ବିଜେଡି, ଭାଜପା ଏବଂ କଂଗ୍ରେସ ପାଇଁ ସମ୍ମାନର ପ୍ରଶ୍ନ ଭାବେ ଛିଡ଼ା ହୋଇଛି। ଏଠାରୁ ପ୍ରତିତ୍ୱନ୍ଦ୍ୱିତା କରୁଛନ୍ତି କଂଗ୍ରେସର ପୁରୁଖା ନେତା କାମାକ୍ଷା ପ୍ରସାଦ ସିଂଦେଓ, ଭାଜପାର ଅନ୍ୟତମ ବରିଷ୍ଠ ନେତା ତଥା ପୂର୍ବତନ ରାଜ୍ୟସଭା ସଦସ୍ୟ ରୁଦ୍ରନାରାୟଣ ପାଣି। ଚଳିତ ଥର ବିଜେଡି ପକ୍ଷରୁ ପାଲଲହଡ଼ା ବିଧାୟକ ମହେଶ ସାହୁଙ୍କ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତାକୁ ଓହ୍ଲାଇଛନ୍ତି। ଏମାନଙ୍କୁ ବାଦ୍‌ ଦେଲେ ଅନ୍ୟାନ୍ୟ ଦଳରୁ ୬ଜଣ ପ୍ରାର୍ଥୀ ଏମ୍‌ପି ସିଟ୍‌ ପାଇଁ ଲଢୁଛନ୍ତି। ସାଢେ ୯ଟା ସୁଦ୍ଧା ପ୍ରଥମ ରାଉଣ୍ଡ ଗଣତି ଶେଷ ହୋଇଛି। ମୋଟ ୨୫,୭୧୬ ଖଣ୍ଡ ଭୋଟ ମଧ୍ୟରୁ ବିଜେଡି ୧୨,୧୭୯ ଭୋଟ ସହ ଆଗୁଆ ରହିଛି। ଏହା ପଛକୁ ଭାଜପା ୧୧,୭୬୧ ଏବଂ କଂଗ୍ରେସ ୧,୨୦୯ ଖଣ୍ଡ ଭୋଟ ପାଇ ଯଥାକ୍ରମେ ଦ୍ୱିତୀୟ ଏବଂ ତୃତୀୟ ସ୍ଥାନରେ ଅଛନ୍ତି।
ସେହିପରି ଢେଙ୍କାନାଳ ବିଧାନସଭା ଆସନରୁ ୧୧ଜଣ ପ୍ରତିଦ୍ୱନ୍ଦ୍ୱିତା କରୁଥିବାବେଳେ ପ୍ରଥମ ରାଉଣ୍ଡ ଗଣତିରେ ୬୧୩୪ ଭୋଟ କାଉଣ୍ଟିଂ ହୋଇଛି। ବିଜେଡିର ସୁଧୀର କୁମାର ସାମଲ ୨୮୪୫ ଖଣ୍ଡ ଭୋଟ ପାଇ ଆଗୁଆ ଅଛନ୍ତି। ଭାଜପାର କୃଷ୍ଣଚନ୍ଦ୍ର ପାତ୍ର ୨୩୫୯ ଖଣ୍ଡ ଭୋଟ ସହ ଦ୍ୱିତୀୟ ଏବଂ କଂଗ୍ରେସରୁ ଲଢୁଥିବା ନବୀନ ନନ୍ଦ ୭୯୩ ଭୋଟ ସହ ୩ୟ ସ୍ଥାନରେ ଅଛନ୍ତି। ଭୋଟଗଣତି ଶୃଙ୍ଖଳିତ ଭାବେ ଜାରି ରହିଥିବାବେଳେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।
ହିନ୍ଦୋଳ ବିଧାନସଭା (ସଂରକ୍ଷିତ) ଆସନରୁ ୬ଜଣ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ପ୍ରଥମ ରାଉଣ୍ଡ ସୁଦ୍ଧା ବିଜେଡିର ସୀମାରାଣୀ ନାୟକ ୨୩୧୨, ଭାଜପାର ଅଶୋକ ନାଏକ ୧୮୮୩ ଏବଂ କଂଗ୍ରେସର ତ୍ରିନାଥ ବେହେରା ୨୭୬ ଖଣ୍ଡ ଭୋଟ ପାଇଛନ୍ତି।
କାମାକ୍ଷାନଗର ବିଧାନସଭା ଆସନରେ ପ୍ରଥମ ରାଉଣ୍ଡ ସୁଦ୍ଧା ବିଜେଡି ୩୫୪୭, ଭାଜପା ୧୭୮୭, ଏବଂ କଂଗ୍ରେସ ୩୧୭ ଭୋଟ ପାଇଥିବା ଜଣାପଡ଼ିଛି। ଏହି ଆସନ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକଙ୍କ ପାଇଁ ସମ୍ମାନର ପ୍ରଶ୍ନ ହୋଇଛି। ଏଠାରୁ ଭାଜପାରୁ ଶତ୍ରୁଘ୍ନ ଜେନା ଏବଂ କଂଗ୍ରେସରୁ ଭବାନୀ ଶଙ୍କର ମହାପାତ୍ର ଲଢୁଛନ୍ତି।
ସେହିପରି ପରଜଙ୍ଗ ବିଧାନସଭା ଆସନରେ ଭାଜପା ପ୍ରାର୍ଥୀ ବିଭୂତି ପ୍ରଧାନ ଆଗୁଆ ଅଛନ୍ତି। ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ସେ ୨୨୭୭ ଖଣ୍ଡ ଭୋଟ ପାଇଛନ୍ତି। ତାଙ୍କ ପଛକୁ ମନ୍ତ୍ରୀ ଡା. ନୃସିଂହ ଚରଣ ସାହୁ ୧୮୫୭ ଖଣ୍ଡ ଭୋଟ ପାଇ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ସେହିପରି କଂଗ୍ରେସ ପ୍ରାର୍ଥୀ ଯଶସ୍ବିନୀ ରାଉତ ୨୬୨ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri