ତଥ୍ୟ ପ୍ରଦାନରେ ଅବହେଳା: ୩୫ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ

ରାଜନଗର, ୨୧।୯ (ଡି.ଏନ୍‌.ଏ.): ପ୍ରତିଦିନ ସ୍କୁଲରେ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ଓ ମଧ୍ୟାହ୍ନଭୋଜନ ଖାଉଥିବା ପିଲାଙ୍କ ଠିକ୍‌ ତଥ୍ୟ ମଧ୍ୟାହ୍ନଭୋଜନ ପୋର୍ଟାଲକୁ ପଠାଇବାର ନିୟମ ରହିଛି। ହେଲେ ରାଜନଗର ବ୍ଲକର ବିଭିନ୍ନ ସ୍କୁଲରେ ପ୍ରଧାନଶିକ୍ଷକମାନେ ଏହି ନିୟମ ମାନୁ ନହାନ୍ତି, ଯାହାଫଳରେ ୩୫ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ କରାଯାଇଥିବା ବ୍ଲକ ଶିକ୍ଷାଧିକାରୀ ରାଜେଶ କୁମାର ସ୍ବାଇଁ ସୂଚନା ଦେଇଛନ୍ତି।
ଅଗଷ୍ଟ ଓ ସେପ୍ଟେମ୍ବର ମାସର ପ୍ରଥମ ସପ୍ତାହରେ ପୋର୍ଟାଲକୁ ତତ୍ୟ ପଠାଇ ନ ଥିବା ବେଳେ ୧୫ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ କରାଯାଇଥିଲା। ସେହିପରି ଚଳିତମାସ ୧୬ ତାରିଖରେ ୩୫ ସ୍କୁଲର ପ୍ରଧାନଶିକ୍ଷକ ମଧ୍ୟାହ୍ନଭୋଜନ ତଥ୍ୟା ସମ୍ପର୍କିତ ରିପୋର୍ଟ ପୋର୍ଟାଲକୁ ପଠାଇ ନଥିଲେ। ଫଳରେ ବ୍ଲକର କପିଳେଶ୍ୱର ଉପ୍ରା ବିଦ୍ୟାଳୟ, କିଆଯୋରି ପ୍ରାଥମିକ ବିଦ୍ୟାଳୟ, କୁସୁନପୁର ପ୍ରାଥମିକ ବିଦ୍ୟାଳୟ, ଲୋକନାଥପ୍ରସାଦ ପ୍ରାଥମିକ ବିଦ୍ୟାଳୟ, ସିଦ୍ଧେଶ୍ୱରୀ ଉପ୍ରା ବିଦ୍ୟାଳୟ, ମଧ୍ୟପଡା ଗୋବିନ୍ଦପୁର ୟୁଜିୟୁପି, ଭିତରଗଡ ନୀଳକଣ୍ଠେଶ୍ୱର ୟୁପି ସ୍କୁଲ, ନୂଆଗାଁ ୟୁଜିୟୁପି, ପଟ୍ଟାପାରିଆ ପିୟୁପିଏସ, ବାଘମାରୀ ୟୁଜିୟୁପି, ବାହାରଗଡ ପ୍ରାଥମିକ ବିଦ୍ୟାଳୟ, ବଳରାମପୁର ପ୍ରୋଜେକ୍ଟ ପ୍ରାଥମିକ ବିଦ୍ୟାଳୟ, ବାଲିକଣା ୟୁଜିୟୁିପି, ବାଲିସାହିପାଟଣା ପ୍ରାଥମିକ ବିଦ୍ୟାଳୟ, ଭଗବାନପୁର ପ୍ରାଥମିକ ବିଦ୍ୟାଳୟ, ସମେତ ୩୫ ସ୍କୁଲର ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ କରାଯାଇଛି। ଏଥିସହ ବଡପଲ୍ଲୀ ନୋଡାଲ ହାଇସ୍କୁଲ, ଲକ୍ଷ୍ମୀନାରାୟଣ ସଂସ୍କୃତ ବିଦ୍ୟାଳୟ, ପଞ୍ଚୁବରାହୀ ନୋଡାଲ ଶିକ୍ଷା ନିକେତନ, କୁଷାଇଲୋ ପ୍ରାଥମିକ ବିଦ୍ୟାଳୟ, କଣଷରା ବିଦ୍ୟାଶ୍ରମର ପ୍ରଧାନଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲା ଶିକ୍ଷାଧିକାରୀଙ୍କୁ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri