ତଥ୍ୟ ପ୍ରଦାନରେ ଅବହେଳା: ୩୫ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ

ରାଜନଗର, ୨୧।୯ (ଡି.ଏନ୍‌.ଏ.): ପ୍ରତିଦିନ ସ୍କୁଲରେ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ଓ ମଧ୍ୟାହ୍ନଭୋଜନ ଖାଉଥିବା ପିଲାଙ୍କ ଠିକ୍‌ ତଥ୍ୟ ମଧ୍ୟାହ୍ନଭୋଜନ ପୋର୍ଟାଲକୁ ପଠାଇବାର ନିୟମ ରହିଛି। ହେଲେ ରାଜନଗର ବ୍ଲକର ବିଭିନ୍ନ ସ୍କୁଲରେ ପ୍ରଧାନଶିକ୍ଷକମାନେ ଏହି ନିୟମ ମାନୁ ନହାନ୍ତି, ଯାହାଫଳରେ ୩୫ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ କରାଯାଇଥିବା ବ୍ଲକ ଶିକ୍ଷାଧିକାରୀ ରାଜେଶ କୁମାର ସ୍ବାଇଁ ସୂଚନା ଦେଇଛନ୍ତି।
ଅଗଷ୍ଟ ଓ ସେପ୍ଟେମ୍ବର ମାସର ପ୍ରଥମ ସପ୍ତାହରେ ପୋର୍ଟାଲକୁ ତତ୍ୟ ପଠାଇ ନ ଥିବା ବେଳେ ୧୫ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ କରାଯାଇଥିଲା। ସେହିପରି ଚଳିତମାସ ୧୬ ତାରିଖରେ ୩୫ ସ୍କୁଲର ପ୍ରଧାନଶିକ୍ଷକ ମଧ୍ୟାହ୍ନଭୋଜନ ତଥ୍ୟା ସମ୍ପର୍କିତ ରିପୋର୍ଟ ପୋର୍ଟାଲକୁ ପଠାଇ ନଥିଲେ। ଫଳରେ ବ୍ଲକର କପିଳେଶ୍ୱର ଉପ୍ରା ବିଦ୍ୟାଳୟ, କିଆଯୋରି ପ୍ରାଥମିକ ବିଦ୍ୟାଳୟ, କୁସୁନପୁର ପ୍ରାଥମିକ ବିଦ୍ୟାଳୟ, ଲୋକନାଥପ୍ରସାଦ ପ୍ରାଥମିକ ବିଦ୍ୟାଳୟ, ସିଦ୍ଧେଶ୍ୱରୀ ଉପ୍ରା ବିଦ୍ୟାଳୟ, ମଧ୍ୟପଡା ଗୋବିନ୍ଦପୁର ୟୁଜିୟୁପି, ଭିତରଗଡ ନୀଳକଣ୍ଠେଶ୍ୱର ୟୁପି ସ୍କୁଲ, ନୂଆଗାଁ ୟୁଜିୟୁପି, ପଟ୍ଟାପାରିଆ ପିୟୁପିଏସ, ବାଘମାରୀ ୟୁଜିୟୁପି, ବାହାରଗଡ ପ୍ରାଥମିକ ବିଦ୍ୟାଳୟ, ବଳରାମପୁର ପ୍ରୋଜେକ୍ଟ ପ୍ରାଥମିକ ବିଦ୍ୟାଳୟ, ବାଲିକଣା ୟୁଜିୟୁିପି, ବାଲିସାହିପାଟଣା ପ୍ରାଥମିକ ବିଦ୍ୟାଳୟ, ଭଗବାନପୁର ପ୍ରାଥମିକ ବିଦ୍ୟାଳୟ, ସମେତ ୩୫ ସ୍କୁଲର ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ କରାଯାଇଛି। ଏଥିସହ ବଡପଲ୍ଲୀ ନୋଡାଲ ହାଇସ୍କୁଲ, ଲକ୍ଷ୍ମୀନାରାୟଣ ସଂସ୍କୃତ ବିଦ୍ୟାଳୟ, ପଞ୍ଚୁବରାହୀ ନୋଡାଲ ଶିକ୍ଷା ନିକେତନ, କୁଷାଇଲୋ ପ୍ରାଥମିକ ବିଦ୍ୟାଳୟ, କଣଷରା ବିଦ୍ୟାଶ୍ରମର ପ୍ରଧାନଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲା ଶିକ୍ଷାଧିକାରୀଙ୍କୁ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri