CORONAVIRUS UPDATE: ତଥ୍ୟ ବଦଳାଇଲା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ: କରୋନା ମୃତ୍ୟୁ ସଂଖ୍ୟା ୫ ନୁହେଁ ୪

ଭୁବନେଶ୍ୱର,୧୭।୫(ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫ ନୁହେଁ ବରଂ ୪। ଏନେଇ ରବିବାର ଅପରାହ୍ନରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି। ଆଜି ଘୋଷିତ ୨ ମୃତକଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ କରୋନାରେ ହୋଇନାହିଁ। କୋଭିଡ ପରୀକ୍ଷାରୁ ଜଣେ ମୃତକଙ୍କ ନମୁନା ନେଗେଟିଭ୍‌ ଆସିଛି। ପୂର୍ବରୁ ଗଞ୍ଜାମରେ ୨ଜଣଙ୍କ କରୋନାରେ ମୃତ୍ୟୁ ହୋଇଥିବା ନେଇ ବିଭାଗ ପକ୍ଷରୁ କୁହାଯାଇଥିଲା।

ପ୍ରକାଶ ଯେ, ରାଜ୍ୟରେ ୯୧ଜଣ ନୂଆ ଆକ୍ରାନ୍ତ ମଧ୍ୟ ଚିହ୍ନଟ ହୋଇଥିଲେ। ଫଳରେ ମୋଟ ଆକ୍ରାନ୍ତ ସଂଖ୍ୟା ୮୨୮ ହୋଇଥିଲା। ସେଥିରୁ ୧୯୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଏବଂ କରୋନାରେ ୫ଜଣଙ୍କ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ଦର୍ଶାଯାଇଥିଲା। ଏବେ ଏଥିରେ ସଂଶୋଧନ କରାଯାଇଛି। ଜଣେ ମୃତକ କୋଭିଡ ହସ୍ପିଟାଲ ଥିଲେ ହେଁ ତାଙ୍କର ନମୂନା ପରୀକ୍ଷଣ ପାଇଁ ପଠାଯାଇଥିଲା। ଆଜି ରିପୋର୍ଟ ଆସିବା ପରେ ଏହା ସ୍ପଷ୍ଟ ହୋଇଥିବା କୁହାଯାଇଛି। ତେବେ ଏବେ ରାଜ୍ୟରେ ୬୨୮ଜଣ ବିଭିନ୍ନ ଆକ୍ଟିଭ୍‌ କେସ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri