ତଦନ୍ତକାରୀ ଏସ୍‌ଆଇ ନିଲମ୍ବିତ

ଅନୁଗୋଳ ଅଫିସ୍‌, ୩୧।୧ – ଅନୁଗୋଳ ଥାନା ଲିଙ୍ଗରାଯୋଡ଼ିର ବାପି ଓରଫ୍‌ ସତ୍ୟଜିତ୍‌ ପ୍ରଧାନ(୩୩)ଙ୍କଠାରୁ ୩ ବନ୍ଧୁକ ଓ ୯ ଜୀବନ୍ତ ଗୁଳି ଜବତ କରାଯିବା ମାମଲାର ଠିକ୍‌ ଭାବେ ତଦନ୍ତ କରି ନ ଥିବାରୁ ତଦନ୍ତକାରୀ ଅଧିକାରୀ ଅନୁଗୋଳ ଥାନା ଏସ୍‌ଆଇ ଅରକ୍ଷିତ ସେଠୀଙ୍କୁ ଗୁରୁବାର କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ମାମଲା ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ତଥ୍ୟ କୋର୍ଟଙ୍କୁ ଦିଆଯାଇ ନ ଥିବାରୁ ଗିରଫ ହେବାର ମାତ୍ର ୩୦ ମିନିଟ୍‌ ମଧ୍ୟରେ ଅଭିଯୁକ୍ତ ବାପିଙ୍କୁ ବେଲ୍‌ ମିଳିଯାଇଥିବା ନେଇ ସାଧାରଣରେ ଜୋରଦାର ଚର୍ଚ୍ଚା ହେବା ପରେ ଉତ୍ତର-କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ଓ ଏସ୍‌ପି ଜଗମୋହନ ମୀନା ବୁଧବାର ରାତିରେ ଥାନାରେ ପହଞ୍ଚି ମାମଲାର ଯାଞ୍ଚ କରିଥିଲେ। ଅଭିଯୁକ୍ତଙ୍କ ପ୍ରତି କୋହଳ ମନୋଭାବ ଦେଖାଯାଇଥିବା ଜଣାପଡ଼ିବା ପରେ ଆଇଜିଙ୍କ ନିର୍ଦ୍ଦେଶକ୍ରମେ ଏସ୍‌ପି ମୀନା ସମ୍ପୃକ୍ତ ଏସ୍‌ଆଇ ସେଠୀଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଛେଳିଆପଡ଼ାରେ ଥିବା ରିଜର୍ଭ କାର୍ଯ୍ୟାଳୟରେ ପ୍ରତିଦିନ ରିପୋର୍ଟ କରିବାକୁ ସେଠୀଙ୍କୁ ଏସ୍‌ପି ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି।
ପ୍ରକାଶ ଯେ, ଅଭିଯୁକ୍ତ ବାପିଙ୍କୁ ପୋଲିସ ଗତ ରବିବାରଠାରୁ ଉଠାଇ ଆଣିଥିଲେ ହେଁ ମଙ୍ଗଳବାର ଗିରଫ କରି କୋର୍ଟଚାଲାଣ କରିଥିଲା। ତେବେ କୋର୍ଟଚାଲାଣର ମାତ୍ର ୩୦ ମିନିଟ୍‌ ମଧ୍ୟରେ ତାଙ୍କୁ ଜାମିନ ମିଳିଯିବାରୁ ପୋଲିସର ତଦନ୍ତ ପ୍ରକ୍ରିୟାକୁ ନେଇ ସାଧାରଣରେ ସନ୍ଦେହ ପ୍ରକାଶ ପାଇଥିଲା। ଏପରି କି ଅଭିଯୁକ୍ତଙ୍କୁ ୩ ଦିନ ଧରି ଥାନାରେ ରଖାଯାଇ ମାମଲା ରଫାଦଫା ପାଇଁ ଉଦ୍ୟମ କରାଯାଇଥିବା ନେଇ ଚର୍ଚ୍ଚା ବି ଜୋର୍‌ ଧରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri