ତଦନ୍ତକୁ ଦିଗହରା କରିବାକୁ ବି.କେ.ଙ୍କୁ ହଟାଗଲା: ଭାଜପା

ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ରାଜ୍ୟରେ ବଳାତ୍କାର ବଢ଼ିବାରେ ଲାଗିଛି। ଚଳିତବର୍ଷ ପ୍ରଥମ ୬ ମାସ ମଧ୍ୟରେ ମୋଟ ୧୧୪୯ ଜଣ ବଳାତ୍କାରର ଶିକାର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୦୪ ଜଣ ନାବାଳିକା ଅଛନ୍ତି ବୋଲି ଭାଜପା ଅଭିଯୋଗ କରିଛି।
ଭାଜପା ରାଜ୍ୟ କାର୍ଯ୍ୟାଳୟ ଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳର ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି ଯେ, ବିଧାନସଭାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ଏହାକୁ ସ୍ବୀକାର କରିଛନ୍ତି। ସେହିଭଳି ଜଗତ୍‌ସିଂହପୁର ଜିଲା ନାଉଗଁା ବ୍ଲକରେ ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ବେଳେ ପୋଲିସ ପ୍ରଶାସନ ନୀରବଦ୍ରଷ୍ଟା ସାଜିଛି। ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାରେ ମଧ୍ୟ ସରକାର ବିଧାନସଭା ଭିତରେ ନା ବାହାରେ ଏହି ସମ୍ବେଦନଶୀଳ ପ୍ରସଙ୍ଗ ଚର୍ଚ୍ଚା କରିବାକୁ ପ୍ରସ୍ତୁତ ନାହାନ୍ତି। ମହିଳାଙ୍କୁ ସୁରକ୍ଷା ଦେବା ପରିବର୍ତ୍ତେ ସରକାର ଏହି ପ୍ରସଙ୍ଗରେ ରାଜନୀତିକରଣ ବନ୍ଦ କରିବାକୁ କହୁଛନ୍ତି। ଅନେକ ସମୟରେ ଥାନା ଅଧିକାରୀମାନେ ଏତଲା ରଖୁ ନାହାଁନ୍ତି। ବହୁ ସ୍ଥାନରେ ଶାସକ ଦଳର ପ୍ରଭାବଶାଳୀ ନେତାଙ୍କୁ ସୁରକ୍ଷା ଦେବା ପାଇଁ ପୋଲିସ କାର୍ଯ୍ୟ କରୁଛି। ସ୍ମିତାରାଣୀ ଘଟଣାରେ ତଦନ୍ତକୁ ବାଟବଣା କରିବା ପାଇଁ ପୋଲିସ ପ୍ରଶାସନ ତଥ୍ୟ ପ୍ରମାଣ ନଷ୍ଟ କରିଛି। ଏହି ଘଟଣାରେ ବିଜେଡିର ପ୍ରଭାବଶାଳୀ ନେତା, ବିଧାୟକ, ମନ୍ତ୍ରୀ, ରାମ୍‌କୋ ଅଧିକାରୀଙ୍କ ସମ୍ପୃକ୍ତି ଥିବାରୁ ପୋଲିସ ତଥ୍ୟ ପ୍ରମାଣ ନଷ୍ଟ କରିଛି। ଅପରପକ୍ଷରେ ସ୍ମିତାରାଣୀ ତଦନ୍ତକୁ ଦିଗହରା କରିବା ପାଇଁ ପୋଲିସ ଡିଜି ପଦରୁ ବି.କେ ଶର୍ମାଙ୍କୁ ହଟାଯାଇଛି ବୋଲି ଲେଖାଶ୍ରୀ ଅଭିଯୋଗ କରିଛନ୍ତି। ଲେଖାଶ୍ରୀଙ୍କ ଅଭିଯୋଗ ଉପରେ ପ୍ରତିକ୍ରିୟା ରଖି ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ କହିଛନ୍ତି, ସରକାରଙ୍କ ନଜରକୁ ଯେଉଁସବୁ ଘଟଣା ଆସିଛି ତା’ଉପରେ ସବୁବେଳେ ଗୁରୁତ୍ୱ ଦେଇଆସିଛନ୍ତି। ସବୁ ଘଟଣାରେ ଦୋଷୀକୁ ମଧ୍ୟ ଦଣ୍ଡ ଦିଆଯାଇଛି। ଲେଖାଶ୍ରୀ ମ୍ୟାଡାମ୍‌ ପ୍ରଥମେ ଆସାମ ଏବଂ ଉତ୍ତରପ୍ରଦେଶରେ ଯେତେ ବଳାତ୍କାର ଘଟୁଛି ସେକଥା କୁହନ୍ତୁ। ସେହି ଦୁଇ ରାଜ୍ୟରେ ଭାଜପା ସରକାର ଥିବାବେଳେ ସର୍ବାଧିକ ବଳାତ୍କାର ହେଉଛି। ପ୍ରଥମେ ସେହି ଦୁଇ ରାଜ୍ୟ କଥା କୁହନ୍ତୁ ତା’ପରେ ଓଡ଼ିଶା କଥା କହିବେ ବୋଲି ପ୍ରମିଳା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri