ତନିଷ୍କ ପକ୍ଷରୁ ଓ୍ବେଡିଂ ଅଫର ଘୋଷଣା

ଭୁବନେଶ୍ୱର,୭-୧୧(ବ୍ୟୁରୋ): ପ୍ରମୁଖ ଜୁଏଲେରୀ ବ୍ରାଣ୍ଡ ତନିଷ୍କ ପକ୍ଷରୁ ଓ୍ବେଡିଂ ଅଫର ଘୋଷଣା କରାଯାଇଛି। ବିବାହ ସମୟରେ ଗହଣା କ୍ରୟକୁ ଅଧିକ ଆକର୍ଷଣୀୟ କରିବା ଦିଗରେ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ସ୍ଥାନୀୟ ଚନ୍ଦ୍ରଶେଖରପୁରସ୍ଥିତ ତନିଷ୍କ ଶୋ’ରୁମଠାରେ ଏହି ଅଫରକୁ ଆରମ୍ଭ କରାଯାଇଛି। ଏଥିରେ ଗ୍ରାହକମାନେ ସୁନା ଗହଣା ଗଢା ମୂଲ୍ୟ ଉପରେ ୨୫% ପର୍ଯ୍ୟନ୍ତ ରିହାତି ଲାଭ କରିପାରିବେ। ନଭେମ୍ବର ପହିଲାରୁ ଆସନ୍ତା ମାସ ୧୫ ଯାଏ ଏହି ଅଫରର ଲାଭ ଗ୍ରାହକ ନେଇ ପାରିବେ। ଏହି ସମୟରେ କମ୍ପାନୀ ଅଧିକ ଡିଜାଇନର ଗହଣା ସହ ଶୁଦ୍ଧତା ପ୍ରଦାନ କରୁଛି। ଏହି ଅବସରରେ କମ୍ପାନୀ ରିଭା କଲେକ୍ସନ, ରିଭା ଡାଇମଣ୍ଡସ ବ୍ରାଇଡସ କଲେକ୍ସନ, ଅହଲ୍ୟା କଲେକ୍ସନ, ରେଡ କାର୍ପେଟ କଲେକ୍ସନ, ସ୍ବୟମ, ଉତ୍ସବ, ଲାବଣ୍ୟମ, ଗୁଲନାଜ, ପ୍ରୀନ ଏବଂ ଆଭିର ଭଳି ସ୍ବତନ୍ତ୍ର ଡିଜାଇନ ଗହଣା ପ୍ରଦାନ କରୁଛି। ଟାଇଟାନର ପ୍ରମାଣନ ଏବଂ ଟାଟା ଗ୍ରୁପ ଭରଷାର ପ୍ରତିଫଳନ ଗ୍ରାହକ ଏଠାରେ ଲାଭ କରିପାରିବେ। ଶୋ’ରୁମଗୁଡିକରେ ଷ୍ଟେଟ ଅଫ୍‌ ଆର୍ଟ କ୍ୟାରେଟ ମିଟର ସୁବିଧା, ୨୨ ଏବଂ ୧୮ କ୍ୟାରେଟ ଗହଣା, ୫ ହଜାରରୁ ଉର୍ଦ୍ଧ୍ୱ ପାରମ୍ପରିକ, ପାଶ୍ଚାତ୍ୟ ଓ ଫ୍ୟୁଜନ ଗହଣା ପ୍ରଦାନ କରାଯାଉଥିବା ତନିଷ୍କ ପକ୍ଷରୁ କୁହାଯାଇଛି। କାର୍ଯ୍ୟକ୍ରମ ଅବସରରେ ଶୋ’ରୁମ ଫ୍ରାଞ୍ଚାଇଜ ଓନର ମାନିକ ହଂସଙ୍କ ସମେତ କମ୍ପାନୀର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେଦାନ୍ତ ଆଲୁମିନିୟମରେ ଓ୍ବାର୍ଲଡ ଆର୍ଥ ଡେ

ନୂଆଦିଲ୍ଲୀ,୨୩।୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ...

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ନୂତନ ସିଏଚ୍‌ଡି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୪: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ ଇଣ୍ଡିଆ ବା ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଲିମିଟେଡର ନୂତନ କମ୍ୟୁନିଟି ହେଲ୍‌ଥ ଡିସ୍‌ପେନ୍‌ସାରି (ସିଏଚ୍‌ଡି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି...

ରିଲାଏନ୍ସ ଜିଓର ନେଟ ଲାଭ ୨୦,୪୬୬ କୋଟି

ନୂଆଦିଲ୍ଲୀ,୨୩।୪: ଦେଶର ସର୍ବବୃହତ୍‌ ଦୂରସଞ୍ଚାର ସେବା ପ୍ରଦାନକାରୀ କମ୍ପାନୀ ତଥା ରିଲାଏନ୍ସ ଜିଓ ଇନ୍‌ଫୋକମ ଲିମିଟେଡ୍‌ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୩ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ, ଜାଣନ୍ତୁ ବଜାର ଦାମ୍

ନୂଆଦିଲ୍ଲୀ, ୨୨।୪: ନିକଟ ଅତୀତରେ ଭାରତରେ ସୁନା ଓ ରୂପା ମୂଲ୍ୟରେ ବହୁତ ବୃଦ୍ଧି ଘଟିଛି। କିନ୍ତୁ ସୋମବାର ଏଥିରେ କିଛି ମାତ୍ରାରେ ହ୍ରାସ ପାଇଛି।...

ସର୍ବୋତ୍ତମ ପ୍ରଯୁକ୍ତିକୁ ଗୁରୁତ୍ୱ

ଭୁବନେଶ୍ୱର,୨୨ା୪: ବ୍ରିଜ୍‌ଷ୍ଟୋନ୍‌ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ନୂତନ ଉତ୍ପାଦ ‘ତୁରଞ୍ଜା ୬ଆଇ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଯାତ୍ରୀବାହୀ ଯାନ ସେଗ୍‌ମେଣ୍ଟ ପାଇଁ ବ୍ରାଣ୍ଡ୍‌...

ଶ୍ରୀଲେଦର୍ସ ପ୍ରତିଷ୍ଠାତାଙ୍କ ପ୍ରତିମୂର୍ତ୍ତି ଅନାବରଣ

ଭୁବନେଶ୍ୱର,୨୨ା୪: ଦେଶର ପ୍ରମୁଖ ସୁଜ୍‌ ବ୍ରାଣ୍ଡ୍‌ ଶ୍ରୀଲେଦର୍ସର ପ୍ରତିଷ୍ଠାତା ତଥା ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ସ୍ବର୍ଗତ ସୁରେଶ ଚନ୍ଦ୍ର ଦେଙ୍କର ୧୧୩ତମ ଜନ୍ମବାର୍ଷିକୀ ରବିବାର ପାଳିତ...

ଶପର୍ସ ଷ୍ଟପ୍‌ ସହ ଆକ୍ସିସ ବ୍ୟାଙ୍କର ସହଭାଗିତା

ଭୁବନେଶ୍ୱର,୨୨ା୪: ଆକ୍ସିସ୍‌ ବ୍ୟାଙ୍କ ଏବଂ ଶପର୍ସ ଷ୍ଟପ୍‌ସ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ନିକଟରେ ସ୍ଥାପନ ହୋଇଛି। ଏପରିକି ଉଭୟ ସଂସ୍ଥାର ମିଳିତ ସହଭାଗିତାରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri