ତନ୍ତ୍ରସାଧକ ଭାଇର ନାରକୀୟ କାଣ୍ଡ ଘଟଣାର ପର୍ଦ୍ଦାଫାଶ : ଭଉଣୀର ତଣ୍ଟି କାଟି ବଳି ଦେଇଥିଲେ

ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି/ବଙ୍ଗୋମୁଣ୍ଡା, ୭ା୧ (ଡି.ଏନ୍‌.ଏ.): ନିଜ ମାମୁପୁଅ ଭାଇକୁ ଅପହରଣ କରି ତଣ୍ଟି କାଟି ବଳି ଦେବାର ୧୪ ମାସ ପରେ ଅଭିଯୁକ୍ତ ତନ୍ତ୍ରସାଧକ ଜେଲରୁ ଜାମିନରେ ବାହାରି ସମାନ ଢଙ୍ଗରେ ନିଜ ସାନ ଭଉଣୀକୁ ଅପହରଣ କରି ତଣ୍ଟି କାଟି ବଳି ଦେଇଥିଲେ। ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ସାଲେବରଟ ଗଁାରେ ଘଟିଥିବା ଏହି ନାରକୀୟ କାଣ୍ଡ ଉପରୁ ପରଦା ହଟିଛି।
ଏସ୍‌ପି ସନ୍ଦୀପ ମାଡକର ମଙ୍ଗଳବାର ସିନ୍ଧେକେଲା ଥାନାରେ ଏକ ଖବରଦାତା ସମ୍ମିଳନୀରେ ଏହି ବଳି ଘଟଣା ସମ୍ପର୍କରେ ସବିଶେଷ ସୂଚନା ଦେଇଛନ୍ତି। ତନ୍ତ୍ରଗୁରୁ କୁଞ୍ଜ ରଣାଙ୍କ କୋପରୁ ରକ୍ଷା ପାଇବା ପାଇଁ ଅଭିଯୁକ୍ତ ଶୋଭାବନ ରଣା (୨୮) ନିଜ ସାନଭଉଣୀ ଜନନୀଙ୍କୁ ଚକାଗୁଜିଆ ସଂରକ୍ଷିତ ଜଙ୍ଗଲ ଅନ୍ତର୍ଗତ ଗୁଜିଆ ପାହାଡ ଉପରେ ବଳି ଦେଇଥିଲେ। ଶୋଭାବନଙ୍କ ସ୍ବୀକାରୋକ୍ତି ଓ ସୂଚନା ଅନୁଯାୟୀ ପୋଲିସ ଟିମ୍‌ ଗୁଜିଆ ପାହାଡ ଉପରୁ ଜନନୀଙ୍କ ମୁଣ୍ଡ ଗଣ୍ଡି ଅଲଗା ମୃତଦେହକୁ ଉଦ୍ଧାର କରିଛି। ବଳିରେ ବ୍ୟବହୃତ ସିନ୍ଦୂର, ଛୁରି ଓ ଜନନୀଙ୍କ ବସ୍ତ୍ର ଜବତ କରାଯାଇଥିବା ଏସପି ସୂଚନା ଦେଇଛନ୍ତି । ଗିରଫ ଅଭିଯୁକ୍ତ ଶୋଭାବନ ରଣାଙ୍କୁ ମଙ୍ଗଳବାର ଅପରାହ୍ଣରେ କୋର୍ଟଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri