ତପ୍ତପାଣି ଘାଟିରେ ଓଲଟିଲା ପିକ୍‌ନିକ୍‌ ବସ୍‌ ୩୫ରୁ ଊଦ୍ଧର୍‌ବ ଆହତ, ୧୯ ଗୁରୁତର

ଦିଗପହଣ୍ଡି,(ଡି.ଏନ୍‌.ଏ.)/ପାଟପୁର,୨୪ା୧୨- ଗଞ୍ଜାମ-ଗଜପତି ଜିଲା ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଘାଟିରେ ସୋମବାର ରାତି ପ୍ରାୟ ୮ଟାରେ ଏକ ପିକ୍‌ନିକ୍‌ ବସ୍‌ ଓଲଟି ପଡିବାରୁ ୩୫ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୯ ଜଣ ଗୁରୁତର ଅଛନ୍ତି।
ପ୍ରକାଶ ଯେ, କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟର ଏମ୍‌ସିଏ ବିଭାଗ ଛାତ୍ରୀଛାତ୍ରମାନେ ପିକ୍‌ନିକ୍‌ କରିବା ପାଇଁ ଏକ ଘରୋଇ ବସ୍‌ (ନଂ.ଓ ଆର୦୨ଏଡବ୍ଲ୍ୟ୩୬୬୩)ରେ ତପ୍ତପାଣିକୁ ଆସିଥିଲେ। ପିକନିକ୍‌ ସାରି ସମସ୍ତେ ବସ୍‌ରେ ବ୍ରହ୍ମପୁର ଦେଇ କଟକ ଅଭିମୁଖେ ଫେରୁଥିବା ବେଳେ ତପ୍ତପାଣି ଘାଟିରେ ବସ୍‌ଟି ନିୟନ୍ତ୍ରଣ ହରାଇ ରାସ୍ତାକଡ଼କୁ ଓଲଟି ପଡିଥିଲା। ସ୍ଥାନୀୟ ଲୋକେ ସାନ ଖେମୁଣ୍ଡି ଅଗ୍ନିଶମ ବାହିନୀ ସହାୟତାରେ ଆହତଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଗୁରୁତରଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ପାଟପୁର ଥାନା ଆଇଆଇସି ଅଜୟ କୁମାର ବାରିକ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚତ୍ ଡାକ୍ତରଙ୍କୁ ଆହତଙ୍କ ଅବସ୍ଥା ପଚାରି ବୁଝିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri