ତପ୍ତପାଣି ଘାଟିରେ ଓଲଟିଲା ପିକ୍‌ନିକ୍‌ ବସ୍‌ ଜଣେ ମୃତ, ୧୫ରୁ ଊର୍ଦ୍ଧ୍ୱ ଗୁରୁତର

ଦିଗପହଣ୍ଡି,୧୬ା୧୨(ଡି.ଏନ୍‌.ଏ.)- ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟି ହନୁମାନ ମନ୍ଦିର ନିକଟରେ ରବିବାର ରାତି ପ୍ରାୟ ସାଢେ ୭ଟାରେ ଏକ ପିକ୍‌ନିକ୍‌ ବସ୍‌ (ନଂ.ଓଡି୨୫ବି-୧୯୯୯) ବାଇକକୁ ଧକ୍କାଦେଇ ଓଲଟି ପଡିଛି। ଏଥିରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବାବେଳେ ବସ୍‌ରେ ଥିବା ୧୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ପାଟପୁର ଥାନା ଘାସିଆମ୍ବ ଗ୍ରାମର ଅନୁଜ ମଣ୍ଡଳ।
ପ୍ରକାଶ ଯେ, ଅନୁଜ ତାଙ୍କ ସମ୍ପର୍କୀୟ ଶଣ୍ଢୁ ମଣ୍ଡଳଙ୍କ ସହ ବାଇକ (ନଂ. ଓଡି୦୭ବି-୩୨୫୬) ଯୋଗେ ଘାଟିରୁ ଓହ୍ଲାଉଥିବାବେଳେ ପିକ୍‌ନିକ୍‌ ବସ୍‌ଟି ପଛରେ ଆସୁଥିଲା। ହନୁମାନ ମନ୍ଦିର ନିକଟରେ ବସ୍‌ଟି ବାଇକ୍‌କୁ ଧକ୍କା ଦେଇ ଘାଟି ତଳକୁ ଓଲଟି ପଡିଥିଲା। ଘଟଣାସ୍ଥଳରେ ଅନୁଜଙ୍କର ମୃତ୍ୟୁ ଘଟିଥିବାବେଳେ ବାଇକ ପଛରେ ବସିଥିବା ଶଣ୍ଢୁ ଆହତ ହୋଇଛନ୍ତି। ସାନଖେମୁଣ୍ଡି ଦମକଳ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ ଆହତଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ନୟାଗଡରୁ ଏହି ପିକ୍‌ନିକ୍‌ ବସ୍‌ଟି ଯାଇଥିବା ଜଣାପଡିଛି। ଏଥିରେ ୨୫ରୁ ଊର୍ଦ୍ଧ୍ୱ ଲୋକ ଥିଲେ। ଆହତଙ୍କ ମଧ୍ୟରେ ନୟାଗଡ ଥାନା ବାଲୁଗଁାର ସୀମାରାଣୀ ସ୍ବାଇଁ, ଇଟାମାଟିର ଦୀପକ କୁମାର ସାଠୁଆ, ଓଲ୍ଡ ଟାଉନର ଇଶାନ୍ତ ପ୍ରସାଦ ଦାସ, ସିନ୍ଧକାରୀର ରଜକ୍‌ ମହମ୍ମଦ, ଖଣ୍ଡପଡାର ରାକେଶ ପଣ୍ଡା, ସିନ୍ଧୁରିଆର ସୋହେଲ୍‌ ଖାନ୍‌, ଏସ୍‌. କେ. ସମିମ୍‌, ହରିପୁରର ଚିନ୍ମୟ ଦାସ, ମୁକ୍ତାପୁରର ଦୀପକ ଦାସ, ନୟାଗଡର ରାହୁଲ କୁମାର ସୁବୁଦ୍ଧି, ଦୁର୍ଗାପ୍ରସାଦର ରଶ୍ମିରଞ୍ଜନ ମହାପାତ୍ର, ଭୀମାପଡାର ଅଲିମ୍‌ ଖାନ୍‌, ନୟାଗଡର ହିମାଂଶୁ ଶେଖର ମହାନ୍ତି ରହିଛନ୍ତି। ପ୍ରାଥମିକ ଚିକିତ୍ସା ପରେ ଗୁରୁତର ଆହତମାନଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପାଟପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଦୁର୍ଘଟଣାଗ୍ରସ୍ତ ବସ୍‌ ଓ ବାଇକକୁ ଜବତ କରିଛି। ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ଅନୁଜଙ୍କ ମୃତଦେହ ପୋଲିସ ଜବତ କରିଛି। ସୋମବାର ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ ମେଡିକାଲ ପଠାଯିବ ବୋଲି ଆଇଆଇସି ଅଜୟ କୁମାର ବାରିକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri