ତପ୍ତପାଣି ଘାଟିରେ ବସ୍‌ ଦୁର୍ଘଟଣାଗ୍ରସ୍ତ: ମୃତକଙ୍କ ପରିବାରକୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ, ୨ ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ବୁଧବାର ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିବା ଯୋଗୁ ୮ଜଣଙ୍କ ମୃତ୍ୟୁ ଘଟିଛି। ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି। ଏଥିସହ ଉଦ୍ଧାର କାର୍ଯ୍ୟ ତ୍ୱରାନ୍ବିତ କରିବା ଲାଗି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ଏସ୍‌ପି ବିଜ୍ରେଶ ରାୟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରକାଶ ଯେ, ରାୟଗଡ଼ା ଜିଲା ଟିକିରିରୁ ୪୮ଜଣ ଯାତ୍ରୀଙ୍କୁ ନେଇ ବ୍ରହ୍ମପୁର ଆସୁଥିବା ବେଳେ ବସ୍‌ଟି ବୁଧବାର ଭୋର ସମୟରେ ଘାଟିର ପାଳୁଖୋଳା ନିକଟରେ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଖବର ପାଇ ଦିଗପହଣ୍ଡି ଥାନା ଆଇଆଇସି ବସନ୍ତ କୁମାର ସେଠୀ, ମୋହନା ଥାନା ଆଇଆଇସି ସୁଜିତ କୁମାର ନାୟକ ସଦଳବଳ ଘଟଣାସ୍ଥଳରେ ପହଞ୍ଚତ୍ ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଏଥିରେ ମୃତ୍ୟୁସଂଖ୍ୟା ୮ରେ ପହଞ୍ଚିଥିବା ବେଳେ ୩୭ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ପ୍ରାଥମିକ ଚିକିତ୍ସା ପରେ ଆହତ ଯାତ୍ରୀଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଗଞ୍ଜାମ ଜିଲାପାଳ, ଏସ୍‌ପି ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରୁଛନ୍ତି। ଘନକୁହୁଡ଼ି ଯୋଗୁ ବସ୍‌ ଦୁର୍ଘଟଣା ଘଟିଥିବା ପ୍ରାଥମିକ ଅନୁସନ୍ଧାନରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ମାସେ ବ୍ୟାପୀ ଚାଲିବ ‘ସେବା ସଂକଳ୍ପ ଅଭିଯାନ’: ମୁଖ୍ୟ ଲକ୍ଷ୍ୟ ବିକଶିତ ଭାରତ

ଭଞ୍ଜନଗର,୩୧/୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଭାରତୀୟ ଜନତା ପାର୍ଟି ତରଫରୁ ଭଞ୍ଜନଗର ଜିଲା କାର୍ଯ୍ୟାଳୟଠାରେ ‘ସେବା ସଂକଳ୍ପ ଅଭିଯାନ’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ସାଙ୍ଗଠନିକ…

ଶେଷ ହେଲା ୩୨ ବର୍ଷର ଚାକିରି ଜୀବନ: ଅଧ୍ୟାପିକାଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ପ୍ରାଣୀବିଜ୍ଞାନ ଅଧ୍ୟାପିକା ଆରତୀ ପାତ୍ରଙ୍କୁ ସୋମବାର କଲେଜ ପରିସରରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri