ତବଲା, ବୀଣାର ଫ୍ୟୁଜନରେ ମନ୍ଦିରର ଇତିହାସ

ଭୁବନେଶ୍ୱର, ୨୪ା୨ (ବ୍ୟୁରୋ): ୧୬୦ତମ ଏକାମ୍ର ପଦଯାତ୍ରା ରବିବାର ପୁରୁଣା ଭୁବନେଶ୍ୱରରେ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ରିଜିଓନାଲ ଇନ୍‌ଷ୍ଟିଚ୍ୟୁଶନ ଅଫ୍‌ ଏଜୁକେଶନ (ଆରଆଇଇ)ର ୨୦ ବିଇଡି ଛାତ୍ରୀଛାତ୍ର ପଦଯାତ୍ରାରେ ସାମିଲ ହୋଇଥିଲେ। ଖ୍ରୀଷ୍ଟପୂର୍ବ ଦଶମ ଶତାବ୍ଦୀରେ ନିର୍ମିତ ମୁକ୍ତେଶ୍ୱର ମନ୍ଦିର ପ୍ରାଙ୍ଗଣରୁ ପଦଯାତ୍ରା ଆରମ୍ଭ ହୋଇଥିଲା। ଏହି ଅବସରରେ ପୁରୁଣା ଭୁବନେଶ୍ୱରରେ ରହିଥିବା ଐତିହ୍ୟ ବିଷୟରେ ଛାତ୍ରୀଛାତ୍ରଙ୍କୁ ସୂଚନା ପ୍ରଦାନ କରାଯାଇଥିଲା। ପରେ ତବଲା ଓ ବୀଣାର ଫ୍ୟୁଜନ୍‌ରେ ପାଶ୍ଚାତ୍ୟ ପରମ୍ପରା ଓ ମନ୍ଦିରର ଇତିହାସ ଜାଣିବାକୁ ପାଇଥିଲେ ସେମାନେ।
ଐତିହ୍ୟ ପଦଯାତ୍ରୀମାନେ ପ୍ରଥମ ପରମେଶ୍ୱର ମନ୍ଦିର. ପରେ ବିନ୍ଦୁସାଗର ପୁଷ୍କରିଣୀ ଓ ଅନ୍ୟ ଐତିହାସିକ ସ୍ଥଳ ବୁଲିଥିଲେ। ପରେ ସେମାନେ ଅନନ୍ତ ବାସୁଦେବ ମନ୍ଦିର ଯାଇ ପ୍ରସାଦ ପ୍ରସ୍ତୁତି ବୁଲି ଦେଖିବା ସହ ସେବନ କରିଥିଲେ। କିପରି କେଉଁଥିରେ ପ୍ରସାଦ ପ୍ରସ୍ତୁତ ହେଉଛି ଓ କିପରି ଠାକୁରଙ୍କ ନିକଟରେ ଭୋଗ ଲାଗୁଛି ତାହା ସେବାୟତଙ୍କଠାରୁ ବୁଝିଥିଲେ। ଶେଷରେ ଧର୍ମଶାଳା ବୁଲିବ ସହ ପଦ୍ମଶ୍ରୀ ଇଲିଆନା ଚିତାରିସ୍ତ ଆର୍ଟ ଭିଜନ ଏକାଡେମୀ ବୁଲି ଦେଖିଥିଲେ। ଏକାଡେମୀରେ ପଦାଚାରୀଙ୍କ ପାଇଁ ସାଂସ୍କୃତିକ ଓ ମନୋରଞ୍ଜନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ଅବସରରେ ଏକାମ୍ରକ୍ଷେତ୍ର ସହ ଜଡ଼ିତ ଥିବା ଓଡ଼ିଶୀ ନୃତ୍ୟର ଇତିହାସକୁ ପଦ୍ମଶ୍ରୀ ଇଲିଆନା ଚିତାରିସ୍ତ ବର୍ଣ୍ଣନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri