ତବଲିଗ୍‌ ଜମାତ୍‌ ଯୋଗୁ ଏସିଆରେ ବ୍ୟାପିଲା କରୋନା: ପାକିସ୍ତାନ-ମାଲେସିଆ ପରେ ଏବେ ଭାରତରେ ସୃଷ୍ଟି କଲା ସଙ୍କଟ

ନୂଆଦିଲ୍ଲୀ/ଇସଲାମାବାଦ୍‌,୩୧।୩: ସାରା ପୃଥିବୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦିଲ୍ଲୀର ନିଜାମୁଦ୍ଦିନ୍‌ରେ ହୋଇଥିବା ତବଲିଗ୍‌ ଜମାତ ଯୋଗୁ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି। ମାଲେସିଆ, ପାକିସ୍ତାନ ଏବଂ ଭାରତରେ ହୋଇଥିବା ତବଲିଗ୍‌ ଜମାତ୍‌ ଯୋଗୁ ଏବେ ସମଗ୍ର ଏସିଆ ଉପରେ କରୋନାର ଆତଙ୍କ ଦେଖାଦେଇଛି। ୧୨ ମାର୍ଚ୍ଚରେ ପାକିସ୍ତାନର ଲାହାରରେ ତବଲିଗ୍‌ ଜମାତ ହୋଇଥିଲା। ଏଥିରେ ପୃଥିବୀର ୮୦ରୁ ଅଧିକ ଦେଶରୁ ଅଢ଼େଇ ଲକ୍ଷରୁ ଉର୍ଦ୍ଧ୍ୱ ଲୋକ ଯୋଗଦେଇଥିଲେ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ତବଲିଗ୍‌ ଜମାତ ନ କରିବାକୁ ପାକିସ୍ତାନ ସରକାରଙ୍କ ପକ୍ଷରୁ ଅନୁରୋଧ କରାଯାଇଥିଲା। ତେବେ ଏହାକୁ ଅଣ ଦେଖା କରାଯାଇଥିଲା। ଫଳରେ ପରବର୍ତ୍ତୀ ସମୟରେ ଏଠାରେ ପାକିସ୍ତାନରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିଥିଲା। ସେହିପରି ମାଲେସିଆରେ ମଧ୍ୟ ଏଭଳି ଧର୍ମ ସମାବେଶ ହୋଇଥିଲା। ପରବର୍ତ୍ତୀ ସମୟରେ ଏଠାରେ ୬୨୦ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିଲା। ଏବେ ଭାରତରେ ମଧ୍ୟ ତବଲିଗ୍‌ ଜମାତ ଯୋଗୁ ସଙ୍କଟ ଦେଖାଦେଇଛି। ଏଥିରେ ୨୦ରୁ ଅଧିକ ଦେଶରୁ ଧାର୍ମିକ ନେତା ଯୋଗଦେଇଥିଲେ। ସେହିପରି ଉତ୍ତରପ୍ରଦେଶର ୧୯ ଜିଲାରୁ ମଧ୍ୟ ବହୁ ଲୋକ ଏଥିରେ ଯୋଗଦେଇଥିଲେ। ଏବେ ଯୋଗଦେଇଥିବା ଲୋକଙ୍କ ଦ୍ୱାରା ଦେଶରେ କମ୍ୟୁନିଟି ସଂକ୍ରମଣର ଆଶଙ୍କା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଜେପି ଆନ୍ଦୋଳନକୁ ମିଳିଲା ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ, CJI କହିଲେ…

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀରେ କକରୋଚ ଜନତା ପାର୍ଟି(ସିଜେପି)ର ପ୍ରଦର୍ଶନକୁ ମିଳିଛି ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ।ଫଳରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାରଙ୍କ ବିରୋଧରେ ଜାରି ଆନ୍ଦୋଳନ ଆହୁରି ତୀବ୍ର…

ଦିଲ୍ଲୀ ଆନ୍ଦୋଳନ ସମୟରେ ଅଭିଜିତ ଦୀପ୍‌କେଙ୍କ ଘରୁ ଆସିଲା ଏହି ଦୁଃଖଦ ଖବର, ଭାଙ୍ଗିପଡ଼ିଛନ୍ତି ପୂରା ପରିବାର

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀର ଜନ୍ତରମନ୍ତରଠାରେ କକ୍ରୋଚ୍ ଜନତା ପାର୍ଟି (ସିଜେପି ) ପକ୍ଷରୁ ଚାଲିଥିବା ଆନ୍ଦୋଳନ ଏବଂ ଗିରଫଦାରୀ ମଧ୍ୟରେ ସିଜେପି ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେଙ୍କ ପରିବାରରୁ ଏକ…

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

IND vs WI: ବୋଲରଙ୍କ କ୍ୟାରିୟର ବରବାଦ…! କାହା ଉପରେ ରାଗି ଏମିତି କହିଲେ ଗୌତମ ଗମ୍ଭୀର? ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଦଶ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ, ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ପିଚକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଗତ ରାତିରେ ଭାରତ…

ଲଜ୍ଜାଜନକ ରେକର୍ଡ କଲେ ଶ୍ରେୟସ ଆୟର: ଅଧିନାୟିକତ୍ୱ ଉପରେ ଉଠିଲା ପ୍ରଶ୍ନବାଚୀ

ନୂଆଦିଲ୍ଲୀ,୧୦।୧୦: ରାଞ୍ଚିର JSCA ଅନ୍ତର୍ଜାତୀୟ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି। ପ୍ରଥମେ ବ୍ୟାଟିଂ…

ନୀଳମାଧବଙ୍କ ନୀତିକାନ୍ତି ବିଳମ୍ବ ନେଇ ବିବାଦୀୟ ପରିସ୍ଥିତି, ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା ହୋଇନି ଆଳତି

ଖଣ୍ଡପଡ଼ା,୧୦ା୧୦(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ସର୍ବଜନ ବିଦିତ। ପୁରୀ ଶ୍ରୀ ମନ୍ଦିରର ପୂଜା ନୀତି ସହ…

ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ

ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…

CJPର ଦିଲ୍ଲୀ ବିକ୍ଷୋଭରେ କାହିଁକି ଯୋଗ ଦେଲେ ନାହଁ ସୋନମ ୱାଙ୍ଗଚୁକ ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୦।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଶନିବାର (୧୦ ଅକ୍ଟୋବର, ୨୦୨୬) ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନ କରିଛି। ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?