Posted inଜାତୀୟ

ତସଲିମା ନସରୀନ୍‌ଙ୍କ ଭାରତରେ ରହିବା ସମୟ ପୁଣି ବର୍ଷେ ବଢ଼ିଲା

ନୂଆଦିଲ୍ଲୀ,୨୧।୭: ବାଂଲାଦେଶୀ ଲେଖିକା ତସଲିମା ନସରୀନ୍‌ଙ୍କ ଭାରତରେ ରହିବା ସମୟକୁ ପୁଣି ବର୍ଷେ ପାଇଁ ବଢ଼ାଇ ଦିଆଯାଇଛି। ରବିବାର ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସେ ସୁଇଡ଼େନ୍‌ର ନାଗରିକତା ଗ୍ରହଣ କରିଥିବାବେଳେ ଗତ ୨୦୦୪ଠାରୁ ଭାରତରେ ରହି ଆସୁଛନ୍ତି। ଭାରତରେ ତାଙ୍କ ରହିବା ସମୟ ସୀମାକୁ ୨୦୨୦ ଜୁଲାଇ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ୫୬ ବର୍ଷ ବୟସ୍କା ତସଲିମାଙ୍କର ଭାରତରେ ରହିବା ସମୟ ସୀମାକୁ ଗତ ସପ୍ତାହରେ ୩ ମାସ ପାଇଁ ବଢ଼ାଯାଇଥିଲା। ତେବେ ସେ ଏହାକୁ ଏକବର୍ଷ ବୃଦ୍ଧି ପାଇଁ ଟୁଇଟରରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କୁ ଅନୁରୋଧ କରିଥିଲେ। ପ୍ରତିବର୍ଷ ୫ ବର୍ଷ ଲାଗି ସେ ସମୟସୀମା ବୃଦ୍ଧି ନିମନ୍ତେ ଆବେଦନ କରୁଥିଲେ ମଧ୍ୟ ଏହାକୁ ଏକ ବର୍ଷ ବଢ଼ାଯାଉଥିବା ସେ ଟୁଇଟ୍‌ କରି କହିଥିଲେ। ସୂଚନାଯୋଗ୍ୟ, ତସଲିମାଙ୍କ ଉପରେ ୧୯୯୪ରେ ବାଂଲାଦେଶରେ ଫତୁଓ୍ବା ଜାରି ପରେ ସେ ଦେଶ ଛାଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ ପ୍ରାଥମିକ…

ଚିନ୍ତା ବଢ଼ାଇଲା ରିପୋର୍ଟ, ଆଗାମୀ ୩-୪ ବର୍ଷ ପାଇଁ ଲାଗି ରହିପାରେ ଗ୍ୟାସ୍ ଅଭାବ!

ନୂଆଦିଲ୍ଲୀ,୧୫।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଯୋଗୁଁ ଭାରତ ସହ ଅନେକ ଦେଶରେ ଗ୍ୟାସର ଅଭାବ ଦେଖାଦେଇଛି । ଦେଶକୁ ଆଗାମୀ ତିନିରୁ ଚାରି ବର୍ଷ ପାଇଁ ଏହି ଚ୍ୟାଲେଞ୍ଜର…

ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ,ଏପରି କରନ୍ତୁ ଚେକ୍

ନୂଆଦିଲ୍ଲୀ,୧୫।୪: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା  ଫଳାଫଳ ପ୍ରକାଶ ପାଇଛି । ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ବର୍ତ୍ତମାନ UMANG ଆପରେ…

ଆଇନମନ୍ତ୍ରୀଙ୍କ ଘୋଷଣା, ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାରେ ହେବ ବଡ଼ ପରିବର୍ତ୍ତନ

ଭୁବନେଶ୍ବର,୧୫।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନେଇ ବଡ଼ ଘୋଷଣା କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବଦଳିବ ଦର୍ଶନ ବ୍ୟବସ୍ଥା । ଖୁବଶୀଘ୍ର ସ୍ଲଟ ବୁକିଂ ମାଧ୍ୟମରେ…

ଏପ୍ରିଲ ୧୬ରେ ବଡ଼ ନିଷ୍ପତ୍ତି ନେବେ ଏମଏସ ଧୋନୀ! CSK ମ୍ୟାଚ୍…

ନୂଆଦିଲ୍ଲୀ,୧୫।୪:  ଏମଏସ ଧୋନୀ ଏପ୍ରିଲ ୧୬ରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ନିଷ୍ପତ୍ତି ତାଙ୍କର ପରବର୍ତ୍ତୀ ଆଇପିଏଲ ୨୦୨୬ ମ୍ୟାଚରେ ଅଂଶଗ୍ରହଣ କରିବା…

ରାଜଧାନୀରେ ଚାଞ୍ଚଲ୍ୟ: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା

ଭୁବନେଶ୍ୱର,୧୫।୪: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା। ଏଭଳି ଅଭାବନୀୟ ଘଟଣା ଘଟିଛି ନୟାପଲ୍ଲୀ ଥାନା ଅଞ୍ଚଳରେ। ନୟାପଲ୍ଲୀ ଥାନା ସାଲିଆସାହି ନାବାଳିକାଙ୍କ ପତ୍ତା ମିଳୁନି ।…

ମୋକିମଙ୍କ ନୂଆ ଦଳରେ ସୋଫିଆ? ରାଜ୍ୟ ରାଜନୀତିରେ ଚହଳ

ଭୁବନେଶ୍ୱର,୧୫।୪: ନୂଆ ଆଞ୍ଚଳିକ ଦଳ ଲୋକାର୍ପଣ କଲେ ମହମ୍ମଦ ମୋକିମ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଏକ ବିରାଟ ସମାବେଶରେ ଲୋକାର୍ପଣ ହେଲା ନୂଆଦଳ। ମୋକିମଙ୍କ ନୂଆ ଦଳ…

ସମ୍ବଲପୁରରେ ବଡ଼ ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ : ଉଦ୍‌ଘାଟିତ ହେଲା ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ

ସମ୍ବଲପୁର,୧୫।୪(ପ୍ରମୋଦ ବହିଦାର): ସମ୍ବଲପୁରର ଐତିହାସିକ ଗୌରବକୁ ନୂଆ ପରିଚୟ ଦେବା ପାଇଁ ବୁଧବାର ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ ଲୋକାର୍ପିତ ହୋଇଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri