ତହସିଲଦାରଙ୍କ କ୍ୱାର୍ଟର୍ସ ପରିସରରୁ ଚନ୍ଦନ ଗଛ ଚୋରି

ବାଲିଗୁଡା,୨୦ା୩(ଡି.ଏନ୍‌.ଏ.) – ବାଲିଗୁଡା ତହସିଲଦାର କ୍ଷୀରାବ୍ଧି ତନୟା ସାହୁଙ୍କ ବାସଭବନ ପରିସରରୁ ଦୁର୍ବୃତ୍ତମାନେ ଗୁରୁବାର ରାତିରେ ଏକ ଚନ୍ଦନ ଗଛ କାଟି ନେଇଛନ୍ତି। ତହସିଲଦାରଙ୍କ ଅଭିଯୋଗ ପ୍ରକାରେ ବାଲିଗୁଡା ପୋଲିସ ନଂ.୫୦/୨୦ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।
ପ୍ରକାଶ ଯେ, ବୁଧବାର ରାତିରେ ଦୁର୍ବୃତ୍ତମାନେ ପାଚେରୀ ଡେଇଁ ତହସିଲଦାରଙ୍କ ବାସଭବନନ ପରିସରରେ ପଶି କ୍ୱାର୍ଟର୍ସର ମୁଖ୍ୟଦ୍ୱାରକୁ ବାହାରପଟୁ ବନ୍ଦ କରିଦେଇଥିଲେ। ପରେ ଚନ୍ଦନ ଗଛଟିକୁ କାଟିଥିଲେ। ଏହାର ଗଣ୍ଡିଟିକୁ ଅଲଗା କରି ନେଇଯାଇଥିବାବେଳେ ଡାଳଗୁଡିକ ଛାଡି ଚାଲିଯାଇଥିଲେ। ସକାଳୁ କାମ କରିବାକୁ ଆସିଥିବା ମହିଳା ଆସି ଗଛ କଟାଯିବା ସହ ଦ୍ୱାର ମୁଖ୍ୟଦ୍ୱାର ବାହାରପଟୁ ବନ୍ଦ ଥିବା ଦେଖିଥିଲେ। ଦ୍ୱାର ଖୋଲିବା ପରେ ତହସିଲଦାର ବାହାରକୁ ଆସି ବାଲିଗୁଡା ଥାନାକୁ ଜଣାଇଥିଲେ। ପୋଲିସ ପହଞ୍ଚତ୍ ସନ୍ଧାନୀ କୁକୁର ସହାୟତାରେ ତଦନ୍ତ ଆରମ୍ଭ କରିଛି। ଏନେଇ ନଂ.୫୦/୨୦ରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ପରିବେଶ ସୁରକ୍ଷା ପ୍ରତି ଧ୍ୟାନ ଦେବା ଜରୁରୀ: ଏନଏସଏସ ସ୍ବେଚ୍ଛାସେବୀଙ୍କ ଦ୍ୱାରା ମେଗା ଚାରାରୋପଣ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା କୋ ୟୁନିଟ ଏବଂ ମହିଳା ଶାଖା ପକ୍ଷରୁ ମଙ୍ଗଳବାର କଲେଜ ପରିସରରେ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ଆଳି ବ୍ରାହ୍ମଣୀ ନଦୀରେ ଭାସୁଛି ବିରାଟକାୟ କୁମ୍ଭୀର, ଆତଙ୍କିତ ସ୍ଥାନୀୟ ଲୋକେ

ପଟ୍ଟାମୁଣ୍ଡାଇ,୭।୭(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳି ଦେଇ ବହିଯାଇଥିବା ବ୍ରାହ୍ମଣୀ ନଦୀର ପତ୍ରପୁର ସେତୁ ନିକଟରେ ଏକ ବିରାଟକାୟ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି…

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ପାଣିରେ ବୁଡ଼ିଗଲେ ସ୍ବପ୍ନେଶ୍ୱର ମହାଦେବ, ତଥାପି ଚାଲିଛି ପୂଜାର୍ଚ୍ଚନା

କଟକ,୭।୭: ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ଦିନ ହେଲା ଜିଲାର ବିଭିନ୍ନ ନଦୀରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଏଭଳିସ୍ଥିତିରେ କଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri