ତହସିଲଦାର, ଅତିରିକ୍ତ ତହସିଲଦାରଙ୍କ ବିରୋଧରେ ଅସଦ୍‌ ବ୍ୟବହାର ଅଭିଯୋଗ

ପୁରୁଷୋତ୍ତମପୁର,୨୧ା୮(ଡି.ଏନ.ଏ.)-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲଦାର ଓ ଅତିରିକ୍ତ ତହସିଲଦାର ବିରୋଧରେ ଅଭିଯୋଗ ଆଣିଛନ୍ତି ତହସିଲ କାର୍ଯ୍ୟାଳୟର ଜଣେ ମହିଳା କର୍ମଚାରୀ। ତହସିଲଦାର ଅରୁଣ କୁମାର ନାୟକ ଓ ଅତିରିକ୍ତ ତହସିଲଦାର ଶୋଭନ କୁମାର ବେହେରା ଅସଦ୍‌ ବ୍ୟବହାର ପ୍ରଦର୍ଶନ କରିବା ସହ ନିର୍ଯାତନା ଦେଇଥିବା ନେଇ ମହିଳା କର୍ମଚାରୀ ଜଣକ ପୁରୁଷୋତ୍ତମପୁର ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ଅଦାଲତରେ ଅଭିଯୋଗ କରିଛନ୍ତି । ଏହି ଘଟଣା ପୁରୁଷୋତ୍ତମପୁର ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।
ସମ୍ପୃକ୍ତା କର୍ମଚାରୀ ଜଣଙ୍କୁ ଅତିରିକ୍ତ ତହସିଲଦାର ଅସଦବ୍ୟବହାର ପ୍ରଦର୍ଶନ ସହ ନିର୍ଯାତନା ଦେବାରେ ଲାଗିଥିଲେ। ଏନେଇ ସେ ତହସିଲଦାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ତହସିଲଦାର ଏହାକୁ ଗୁରୁତ୍ୱ ନ ଦେଇ ସେ ମଧ୍ୟ ଅସଦ ବ୍ୟବବହାର କରିଥିଲେ ବୋଲି ମହିଳା କର୍ମଚାରୀ ଜଣକ ଅଭିଯୋଗ କରିଛନ୍ତି। ଏପରିକି ତାଙ୍କୁ ଧମକ ଦିଆଯାଇଥିବା ନେଇ ସେ ପୁରୁଷୋତ୍ତମପୁର ଥାନା ପୋଲିସ ଓ ଗଞ୍ଜାମ ଏସ୍‌ପିଙ୍କୁ ଲିଖିତ ଅଭିଯୋଗ ଡାକଯୋଗେ ପଠାଇଥିଲେ। କୌଣସି ସୁଫଳ ନ ମିଳିବାରୁ ଗତ ୧୩ତାରିଖରେ ମହିଳା କର୍ମଚାରୀ ଜଣକ ପୁରୁଷୋତ୍ତମପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତରେ ଧାରା ୨୯୪/୩୫୪ ଏ, ୩୫୪ ବି, ୩୫୪ ସି/୫୦୬/୫୦୯/୫୧୧ ପ୍ରକାରେ ଅଭିଯୋଗ କରିଛନ୍ତି। ଏହି ଅଭିଯୋଗକୁ ନେଇ ବିଚାରପତି ଅନ୍ନପୂର୍ଣ୍ଣା ଷଡଙ୍ଗୀ ୱାନ ସିସି କେସ ନମ୍ବର ୫/୧୯ ପ୍ରକାରେ ଅଭିଯୋଗକୁ ଗ୍ରହଣ କରି ବିଚାରକୁ ନେଇଛନ୍ତି। ଏ ନେଇ ତହସିଲଦାର ନାୟକଙ୍କ ସହ ଯୋଗାଯୋଗ କରିବାରୁ ସେ କୌଣସି ମନ୍ତ୍ୟବ୍ୟ ଦେବାକୁ ମନା କରିଥିଲେ। ସେହିପରି ଅତିିରିକ୍ତ ତହସିଲଦାର ବେହେରା ଅଭିଯୋଗ ଭିତ୍ତିହୀନ ବୋଲି କହିଛନ୍ତି। ମହିଳା କର୍ମଚାରୀ ଜଣଙ୍କୁ ଦିଆଯାଇଥିବା କାମ ସେ ଠିକ ଭାବେ ନ ତୁଲାଇ ଷ୍ଟାଫ ମିଟିଙ୍ଗରେ ଅସଦ ବ୍ୟବହାର ପ୍ରଦର୍ଶନ କରିଥିଲେ । ଏହି ଘଟଣା ସମ୍ପର୍କରେ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇବାରୁ କର୍ମଚାରୀ ଜଣକ ଏଭଳି ଅଭିଯୋଗ କରିଥିବା ଅତିରିକ୍ତ ତହସିଲଦାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri