Posted inଫୁରସତ

ତହସିଲଦାର ମାଗିଲେ ୨୫ହଜାର ଟଙ୍କା ଲାଞ୍ଚ : ନିଜ ମଇଁଷିକୁ କାର୍‌ରେ ବାନ୍ଧିଲେ ଚାଷୀ

ଭୋପାଲ: ପ୍ରତିଦିନ ଦେଶର କୋଣାନୁକୋଣରୁ ଭ୍ରଷ୍ଟାଚାରର ଅଭିଯୋଗ ସାମ୍ନାକୁ ଆସୁଛି। ଏହି କ୍ରମରେ ମଧ୍ୟପ୍ରଦେଶର ବିଦିଶାସ୍ଥିତ ସିରୋଜ ଅଞ୍ଚଳରୁ ଚକିତ କରିଦେବା ଭଳି ଏକ ଖବର ସାମ୍ନାକୁ ଆସିଛି। ଜଣେ ତହସିଲଦାର ଲାଞ୍ଚ ମାଗିବାରୁ ଗରିବ ଚାଷୀ ନିଜ ମଇଁଶିକୁ ଲାଞ୍ଚ ବାବଦେରେ ଦେଇ ତାଙ୍କ କାର୍‌ରେ ବାନ୍ଧି ଦେଇଛନ୍ତି। ଚାଷୀଙ୍କ ଏଭଳି ଅଭିନବ ପ୍ରୟାସ ଏବେ ସବୁଆଡ଼େ ଚର୍ଚ୍ଚାର ବିଷୟ ସାଜିଛି।
ଘଟଣାଟି ଏପରି, ଗରିବ ଚାଷୀ ଭୂପତ ରଘୁବଂଶୀ ଗତ କିଛି ମାସ ହେବ ସମ୍ପତ୍ତି ଭାଗ ବଣ୍ଟାକୁ ନେଇ ଚିନ୍ତିତ ଥିଲେ। ସେ ନିଜ ଜମିର ନାମ ଚିହ୍ନ କରିବାକୁ ଆବେଦନ କରିଥିଲେ ମଧ୍ୟ ବିନା ଲାଞ୍ଚରେ ତାଙ୍କ କାମ ହୋଇପାରୁ ନ ଥିଲା। ତହସିଲଦାର ୨୫ହଜାର ଲାଞ୍ଚ ମାଗିବାରୁ ଜମି ନାମ ଚିହ୍ନଟ କାମ ଅଟକି ରହିଥିଲା। ଶେଷରେ ଅର୍ଥାଭାବରୁ ଗରିବ ଚାଷୀ ଭୂପତ ନିଜ ମଇଁଶିକୁ ନେଇ ଲାଞ୍ଚ ବାବଦରେ ତହସିଲଦାର ସିଦ୍ଧାନ୍ତ ସିଙ୍ଗ୍‌ଲାଙ୍କ କାର୍‌ରେ ବାନ୍ଧି ଦେଇଥିଲେ। ତେବେ ଏହି ଘଟଣାଟି ପ୍ରଘଟ ହେବାପରେ ମଧ୍ୟପ୍ରଦେଶ ଭାଜପା ଉପାଧ୍ୟକ୍ଷ ବିଜେଶ ଲୁନାଓ୍ବତ ପ୍ରଥମେ ଟ୍ବିଟ୍‌ କରି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଟ୍ୟାଗ୍‌ କରିଦେଇଥିଲେ। ପରେ ପରେ ଘଟଣାଟି ସୋସିଆଲ ମିଡିଆରେ ଭାଇରାଲ ହେବାସହ ଅନେକ ନିନ୍ଦା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri