ତାଉଁତରା ଗ୍ରାମରେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ

ବିଞ୍ଝାରପୁର,୨୨ା୮(ଡି.ଏନ୍‌.ଏ.)- ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ବିଞ୍ଝାରପୁର ତହସିଲ ପ୍ରଶାସନ ପକ୍ଷରୁ ଶାସନ୍ଦା ପଞ୍ଚାୟତ ତାଉଁତରା ଗ୍ରାମରେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ଗ୍ରାମର କେତେଜଣ ବ୍ୟକ୍ତିବିଶେଷ ହାଇକୋର୍ଟରେ ସରକାରୀ ଜମି ଜବର ଦଖଲ କରିଥିବା ନେଇ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ଜବର ଦଖଲ ଉଚ୍ଛେଦ ପାଇଁ ହାଇକୋର୍ଟ ତହସିଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶ ଅନୁଯାୟୀ ଗୁରୁବାର ପୂର୍ବାହ୍ନରେ ତହସିଲଦାର ମିନତୀ ଜଗଦେବ, ବିଞ୍ଝାରପୁର ଥାନାଧିକାରୀ ଶିବ ଚରଣ ବେହେରା ଏକ ପ୍ଲାଟୁନ ପୋଲିସ ଫୋର୍ସ ସହ ଉପର ଢିଅ ସାହିଠାରେ ପହଞ୍ଚତ୍ଥିଲେ। ହେଲେ ଉଚ୍ଛେଦସ୍ଥଳରେ ବିଦ୍ୟୁତ୍‌ ତାରଗୁଡିକ ଝୁଲି ରହିଥିବାରୁ ଉଚ୍ଛେଦ ପ୍ରକ୍ରିୟା ହୋଇ ପାରି ନାହଁି। ଆସନ୍ତା ୩ ଦିନ ମଧ୍ୟରେ ବିଧିବଦ୍ଧ ଭାବେ ଜବରଦଖଲ ହଟାଇବାକୁ ପ୍ରଶାସନ ସ୍ଥିର କରିଛି। ଏଥିପୂର୍ବରୁ ଜବରଦଖଲକାରୀମାନେ ସ୍ଥାନ ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ବିଦ୍ୟୁତ୍‌ ବିଭାଗକୁ ଖୁଣ୍ଟରୁ ତାର ଖୋଲିବା ପାଇଁ କୁହାଯାଇଥିବା ତହସିଲଦାର କହିଛନ୍ତି। ତେବେ ଗ୍ରାମର ରମେଶ ଦାସଙ୍କ ଏକ ଘର ସରକାରୀ ରାସ୍ତା ଉପରେ ରହିଥିବା ବେଳେ ତହସିଲଦାରଙ୍କ ଉପସ୍ଥିତିରେ ପୁନଃର୍ବାର ରାସ୍ତା ମାପ କରାଯାଇଥିଲା। ଜବରଦଖଲ ଉଚ୍ଛେଦ ପ୍ରକ୍ରିୟାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଲାଗି ରହିଥିଲା। ଆଇନଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ପୋଲିସ ସଜାଗ ରହିଥିବା ଥାନାଧିକାରୀ ଶିବ ଚରଣ ବେହେରା ପ୍ରକାଶ କରିଛନ୍ତି। ଏହି ଗ୍ରାମରେ ହୋଇଥିବା ସବୁ ଜବର ଦଖଲକୁ ପ୍ରଶାସନ ପକ୍ଷରୁ ଉଚ୍ଛେଦ କରିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri