ଫୁଲବାଣୀ ଅଫିସ, ୨୫ା୯-ଟିକାବାଲି ଥାନା କୋଚିଲାଗଡ଼ସ୍ଥିତ ଅନ୍ବେଶା ହଷ୍ଟେଲରେ ଗତ ୨୧ ତାରିଖରେ ଜଣେ ୪ର୍ଥ ଶ୍ରେଣୀ ଛାତ୍ର ତାଜାରୁ ପଡ଼ି ଗୁରୁତର ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ବାବୁଲା ପ୍ରଧାନ। ୨୧ତାରିଖରେ ପିଲାମାନେ ସେବା ଇଂଲିସ ମିଡିୟମ ସ୍କୁଲରୁ ଆସି ହଷ୍ଟେଲରେ ଥିଲେ। ବାବୁଲା ତାଜାରେ ଚଢ଼ିଥିବା ବେଳେ ଖସି ପଡିବାରୁ ପିଚାରେ ଲୁହା ରଡ ପଶି ଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଫୁଲବାଣୀ ଓ ପରେ ବ୍ରହ୍ମପୁର ମେଡ଼ିକାଲକୁ ନିଆଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ବାବୁଲାଙ୍କ ମୃତ୍ୟୁ ହୋଇଥିବା ଅତିରିକ୍ତ ଜିଲା ମଙ୍ଗଳ ଅଧିକାରୀ ଅରବିନ୍ଦ ରାୟ ସୂଚନା ଦେଇଛନ୍ତି। ହଷ୍ଟେଲ ସୁପରିଣ୍ଟେଣ୍ଡେଣ୍ଟ ଗୁରୁ ପ୍ରସାଦ କହିଛନ୍ତି, ପିଲା ଖେଳୁଥିବା ବେଳେ ବାବୁଲା ତାଜାରେ ଚଢ଼ିଥିଲେ। ଅସାବଧାନତାରୁ ତଳେ ପଡ଼ିଯିବାରୁ ମଶାରୀ ପାଇଁ ଖଟରେ ଲାଗିଥିବା ଲୁହା ରଡ ତାଙ୍କ ପିଚାରେ ପଶି ଯାଇଥିଲା। ଘଟଣାର ତଦନ୍ତ ରିପୋର୍ଟ ଆଧାରରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲା ମଙ୍ଗଳ ଅଧିକାରୀ ଶେଷଦେବ ବେହେରା କହିଛନ୍ତି।
Posted inଆମ ଜିଲା ଖବର, କନ୍ଧମାଳ View All
ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ
ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…
ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ
ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…
ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ
ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…
ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ
ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…
ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର
ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…
ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ
ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍ ସ୍କୁଲ,…
ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!
ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…
ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ
ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…
Archives

