ତାତିରେ ସିଝୁଛି ସାରା ଓଡ଼ିଶା: ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୪୧.୭ ଡିଗ୍ରୀ

ଭୁବନେଶ୍ୱର,(ବ୍ୟୁରୋ)/ଧାମନଗର,୧୮।୪(ଡି.ଏନ୍‌.ଏ.): ଡହଡହ ଖରାରେ ସିଝୁଛି ସାରା ଓଡ଼ିଶା। ସକାଳ ୮ଟା ବେଳୁ ଖରାର ପ୍ରଭାବ ଦେଖିବାକୁ ମିଳୁଛି। ଲୋକେ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ଯାଏ ତାତିରେ ଛଟପଟ ହେଉଛନ୍ତି। ଅଧା ଓଡ଼ିଶାର ସ୍ଥିତି ଅଳ୍ପ ବହୁତେ ଏହିଭଳି ରହୁଛି। ଗତ କିଛିଦିନ ହେବ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ଭଳି ବୁଧବାର ମଧ୍ୟ ରାଜଧାନୀ ଭୁବନେଶ୍ୱର ସବୁଠାରୁ ଉତ୍ତପ୍ତ ସହର ରହିଥିଲା। ଗତ ୭ ଦିନ ମଧ୍ୟରେ ତାପମାତ୍ରା ଯେଉଁଭଳି ଭାବେ ବୃଦ୍ଧି ପାଇଛି, ଆଗରୁ କେବେ ଏଭଳି ହୋଇ ନ ଥିଲା। ଗତ ୧୦ ତାରିଖରେ ଭୁବନେଶ୍ୱରର ସର୍ବୋଚ୍ଚ ତାପମାତ୍ରା ୩୬.୪ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ବୁଧବାର ସର୍ବାଧିକ ତାପମାତ୍ରା ୪୧.୭ ଡିଗ୍ରୀ ରହିଥିଲା। ଏଥିସହିତ ୭ ସହରର ତାପମାତ୍ରା ମଧ୍ୟ ୪୦ ଡିଗ୍ରୀ ଟପିଥିଲା। ଅନୁଗୋଳ ୪୧.୧, ଟିଟିଲାଗଡ଼ ୪୧, ମାଲକାନଗିରି ୪୦.୫, ସୁନ୍ଦରଗଡ଼, ଭବାନୀପାଟଣା ଓ ସୋନପୁରରେ ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ସେହିପରି କଟକରେ ୩୯.୪, ସମ୍ବଲପୁର ୩୯.୨, ବଲାଙ୍ଗୀର ୩୯, ଝାରସୁଗୁଡ଼ା ୩୮.୬, ହୀରାକୁଦ ୩୮.୨, କେନ୍ଦୁଝର ୩୮.୧ ଓ ଚାନ୍ଦବାଲି ୩୭.୨ ଡିଗ୍ରୀ ସେଲ୍‌ସିୟସ୍‌ ତାପମାତ୍ରା ରେକର୍ଡ କରାଯାଇଛି। ସୁନ୍ଦରଗଡ଼ ଓ ମାଲକାନଗିରିରେ ସର୍ବନିମ୍ନ ତାପମାତ୍ରା ୨୦ ଡିଗ୍ରୀ ରହିଥିଲା।

ସେପଟେ ଅଧିକ ତାପମାତ୍ରା ଯୋଗୁ ଯେତିକି ଭୟ ରହୁଛି, କାଳବୈଶାଖୀ ପାଇଁ ମଧ୍ୟ ସେତିକି ଡର ରହୁଛି। ଆସନ୍ତା ୨୦ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ଆଶଙ୍କା କରିଛି। ବୁଧବାର ଉତ୍ତର ଓଡ଼ିଶା ଓ ଦକ୍ଷିଣ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହୋଇଥିବା ଜଣାପଡ଼ିଛି। ଗଞ୍ଜାମ, କପ୍ତିପଦା ଓ ଉଦଳାଠାରେ ଅଧିକ ବର୍ଷା ରେକର୍ଡ କରାଯାଇଛି। ତେବେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପାଗ ଶୁଖିଲା ରହିଥିଲା। ଗୁରୁବାର ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର, ନୂଆପଡ଼ା, ବରଗଡ଼, ନୟାଗଡ଼, ଖୋର୍ଦ୍ଧା, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଆଦି ଅଞ୍ଚଳରେ ବର୍ଷା ସହ କାଳବୈଶାଖୀ ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଶୁକ୍ରବାର ଗଜପତି, ଗଞ୍ଜାମ, କନ୍ଧମାଳ, କଟକ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ମୟୂରଭଞ୍ଜ, ବାଲେଶ୍ୱର, କଳାହାଣ୍ଡି, କେନ୍ଦୁଝର, ବୌଦ୍ଧ, କୋରାପୁଟ ଏବଂ ଶନିବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ ଓ ବାଲେଶ୍ୱରରେ ବର୍ଷା ସହ ଘଡ଼ଘଡ଼ି ହେବା ସମ୍ଭାବନା ରହିଛି।

ଅନ୍ୟପଟେ ଭଦ୍ରକ ଜିଲାରେ ଅଂଶୁଘାତରେ ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଧାମନଗର ବ୍ଲକ ଅର୍ଜୁନପୁର ଗ୍ରାମର ପ୍ରହଲ୍ଲାଦ ରାଉତଙ୍କ ପୁଅ ଇନ୍ଦ୍ରଜିତ୍‌(୩୩)ଙ୍କର ବୁଧବାର ସକାଳେ ମୃତ୍ୟୁ ଘଟିଛି। ଇନ୍ଦ୍ରଜିତ୍‌ ଏଟିଏମ୍‌ ଟଙ୍କା ଭଡ଼ା ଗାଡ଼ିରେ ସୁରକ୍ଷା କର୍ମୀ ଭାବେ କାର୍ଯ୍ୟ କରୁଥିଲେ। ତାଙ୍କ ପରିବାର ଲୋକଙ୍କ କହିବାନୁଯାୟୀ, ସକାଳ ପ୍ରାୟ ୮ଟାରେ ଇନ୍ଦ୍ରଜିତ୍‌ ହଠାତ୍‌ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ତୁରନ୍ତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅଂଶୁଘାତଜନିତ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଥିବା ବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ କାରଣ ସ୍ପଷ୍ଟ ହେବ ବୋଲି ଡାକ୍ତରଖାନା ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?