ତାତିଲେ ମରୁଡ଼ି ବୀମା ଟଙ୍କାରୁ ବଞ୍ଚିତ ଚାଷୀ: ବ୍ୟାଙ୍କ ସମ୍ମୁଖରେ ଧାରଣାଦେବାକୁ ଚେତାବନୀ

ପରଜଙ୍ଗ, ୧୯।୭(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗସ୍ଥିତ ଅନୁଗୋଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କ ଶାଖା ଆନୁକୂଲ୍ୟରେ ଋଣ ନେଇଥିବା ୨୦୮ ଚାଷୀ ମରୁଡ଼ି ବୀମା ଟଙ୍କା ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ବାରମ୍ବାର ଦାବିସତ୍ତ୍ୱେ ବୀମା କମ୍ପାନୀ ସେମାନଙ୍କ କଥା ଶୁଣୁନାହିଁ। ଏହାକୁ ନେଇ ହିତାଧିକାରୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଏ ନେଇ ସେମାନେ ଗୁରୁବାର ସ୍ଥାନୀୟ ବ୍ୟାଙ୍କ ଶାଖା ପରିଚାଳକଙ୍କୁ ଦାବିପତ୍ର ଦେଇଛନ୍ତି। ୭ଦିନ ମଧ୍ୟରେ ସମସ୍ୟା ସମାଧାନ ନ ହେଲେ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିବାକୁ ଚାଷୀମାନେ ଚେତାବନୀ ଦେଇଛନ୍ତି।
ଅଭିଯୋଗ ଅନୁଯାୟୀ, ଅନୁଗୋଳ ସଂଯୁକ୍ତ କେନ୍ଦ୍ର ସମବାୟ ପରଜଙ୍ଗ ଶାଖା ଅଧୀନରେ ଥିବା ୧୦ ସୋସାଇଟିର ଶତାଧିକ ଚାଷୀ ୨୦୧୭ରେ ଋଣ ନେଇଥିଲେ। ମରୁଡ଼ି ସହାୟତା ଲାଗି ସୋସାଇଟି ଜରିଆରେ ସେମାନେ ଟାଟା ଏଆଇଜି ଏବଂ ରୟାଲ୍‌ ସୁନ୍ଦରମ୍‌ ଇନ୍‌ସ୍ୟୁରାନ୍ସ କମ୍ପାନୀରେ ବୀମା କରିଥିଲେ। ସେହିବର୍ଷ ବର୍ଷା ଅଭାବରୁ ସରକାର ଅଞ୍ଚଳକୁ ମରୁଡ଼ି ଘୋଷଣା କରିଥିଲେ। ଏହାପରେ ଅଧିକାଂଶ ଚାଷୀ ବୀମା ଟଙ୍କା ପାଇଛନ୍ତି। ହେଲେ ବିଭାଗୀୟ ତ୍ରୁଟିରୁ କୁମୁସୀ ସୋସାଇଟିର ୧୨୫, ବାରିହାପୁରର ୪୫, ପରଜଙ୍ଗର ୨୦, ପଙ୍ଗୀତୀରାର ୧୪, କୁଆଳୋର ୪ ଜଣ ହିତାଧିକାରୀଙ୍କ ଲକ୍ଷାଧିକ ବୀମା ଟଙ୍କା ପଡ଼ିରହିଛି। ସମ୍ପୃକ୍ତ ଚାଷୀମାନେ ଚଳିତ ବର୍ଷ ପାଇଁ ବୀମା ଟଙ୍କା ପୈଠ କରିସାରିଥିବାବେଳେ ପୁରୁଣା ଇନ୍‌ସ୍ୟୁରାନ୍ସ ଟଙ୍କା ଏ ଯାଏ ମିଳିନାହିଁ।
ବୀମା ଟଙ୍କାରୁ ବଞ୍ଚତ୍ତ ଚାଷୀମାନେ ଏ ନେଇ ୨୦୧୮ ଡିସେମ୍ବର ୨୪ରେ ତତ୍କାଳୀନ ଜିଲାପାଳଙ୍କୁ ଭେଟି ସମସ୍ୟା ଜଣାଇଥିଲେ। ହେଲେ ଏ ଯାଏ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇ ନ ଥିବା ମନୋଜ ଦଳବେହେରା, ସୁଶାନ୍ତ ଦଳବେହେରା, ପ୍ରତାପ ସାହୁ, କାଠି ଦାସ, ନରୋତ୍ତମ ନାୟକ, ଅଦ୍ୱୈତ୍ୟ ସାହୁ ପ୍ରମୁଖ କହିଛନ୍ତି। ୭ଦିନ ମଧ୍ୟରେ ବୀମା ଟଙ୍କା ନ ମିଳିଲେ ଶୁକ୍ରବାରଠାରୁ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିବାକୁ ଚାଷୀମାନେ ଲିଖିତ ଆକାରରେ ଜଣାଇଛନ୍ତି।
ଏ ସଂକ୍ରାନ୍ତରେ ଅନୁଗୋଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କ ଶାଖା ପରିଚାଳକ ବସନ୍ତ କୁମାର ପ୍ରଧାନ କୁହନ୍ତି, ବାରମ୍ବାର ଇନ୍‌ସ୍ୟୁରାନ୍ସ କମ୍ପାନୀ ଏବଂ ଉଚ୍ଚପଦସ୍ଥ ଅଧିକାରୀଙ୍କୁ ଚାଷୀଙ୍କ ବୀମା ଟଙ୍କା ନ ମିଳିବା ନେଇ ଅବଗତ କରାଯାଇଛି। ଏବେ ସୁଦ୍ଧା ୨୦୮ ଋଣୀ ଚାଷୀ ଟଙ୍କା ପାଇନାହାନ୍ତି। ଚାଷୀଙ୍କ ଦାବି ସମ୍ପର୍କରେ ଆଉଥରେ ଅବଗତ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ରାହୁଲ ଗାନ୍ଧୀଙ୍କ ସମେତ ୨୫ କଂଗ୍ରେସ ଏମ୍‌ପିଙ୍କୁ ଗୁଳି କରିବାକୁ ଧମକ

ନୂଆଦିଲ୍ଲୀ,୧୯।୨: ରାଜସ୍ଥାନ ପୋଲିସ କୋଟାର ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଯିଏ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ୨୫ ଜଣ କଂଗ୍ରେସ ଏମପିଙ୍କୁ ଗୁଳି କରିବାକୁ…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri