ତାତି: ପଶ୍ଚିମରେ କମିଲା, ଉପକୂଳରେ ବଢ଼ିଲା

ଭୁବନେଶ୍ୱର, ୩୦ା୫(ବ୍ୟୁରୋ): ଗତ କିଛିଦିନ ହେବ ଗରମରେ ଛଟପଟ ହେଉଥିବା ପଶ୍ଚିମ ଓଡ଼ିଶାବାସୀଙ୍କୁ ମିଳିଛି ଆଶ୍ୱସ୍ତି। ଏଠାରେ ଲଗାତର ଭାବେ ତାପମାତ୍ରା ୪୨ରୁ ୪୫ଡିଗ୍ରୀ ମଧ୍ୟରେ ରହୁଥିଲା। କିନ୍ତୁ ବୁଧବାର ପଶ୍ଚିମ ଓଡ଼ିଶାର ସବୁ ସହରରେ ତାପମାତ୍ରା ହ୍ରାସ ପାଇଛି। ସମ୍ବଲପୁର, ସୋନପୁର ଆଦି ସହରର ତାପମାତ୍ରା ୪୦ଡିଗ୍ରୀ ତଳକୁ ଖସିଯାଇଛି। ସବୁଠୁ ଅଧିକ ତାପମାତ୍ରା ରହୁଥିବା ଟିଟିଲାଗଡ଼ ଓ ମାଲକାନଗିରିରେ ପାରଦ ୪୨.୫ ଡିଗ୍ରୀରେ ରହିଥିବାବେଳେ ୭ଟି ସହର ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିଲା। ବଲାଙ୍ଗୀର ୪୧.୫, ଝାରସୁଗୁଡ଼ା ଓ ଭବାନୀପାଟଣା ୪୧, ଅନୁଗୋଳ ଓ ତାଳଚେରର ତାପମାତ୍ରା ୪୦.୧ ଡିଗ୍ରୀ ରେକର୍ଡ କରାଯାଇଛି। ଅନ୍ୟପଟେ ଉପକୂଳ ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଦ୍ୱେତ ନଗରୀ କଟକ ଓ ଭୁବନେଶ୍ୱରର ତାପମାତ୍ରା ୩୬/୩୭ ଡିଗ୍ରୀ ମଧ୍ୟରେ ରହୁଥିବାବେଳେ କ୍ରମଶଃ ବଢ଼ି ଚାଲିଛି। ବୁଧବାର ଭୁବନେଶ୍ୱରରେ ତାପମାତ୍ରା ୩୯.୧ ଡିଗ୍ରୀ ଓ କଟକରେ ୩୮.୫ ଡିଗ୍ରୀ ରେକର୍ଡ କରାଯାଇଛି।
ବୁଧବାର ରାଜ୍ୟର ବିଭିନ୍ନ ସହରରେ ବର୍ଷା ହୋଇଥିବା ସୂଚନା ମିଳିଛି। ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ଗଞ୍ଜାମ, ବୌଦ୍ଧ, ନୟାଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଆଦି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହୋଇଛି। ଗୁରୁବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ବଲାଙ୍ଗୀର, ନୟାଗଡ଼, ଖୋର୍ଦ୍ଧା, କଟକ, ମୟୂରଭଞ୍ଜ ଜିଲାର ଗୋଟିଏ କିମ୍ବା ଦୁଇଟି ଅଞ୍ଚଳରେ ସ୍ବଳ୍ପ ପରିମାଣର ବର୍ଷା ହେବ। ରାଜ୍ୟର ବାକିସବୁ ସ୍ଥାନରେ ପାଗ ଶୁଖିଲା ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। କିନ୍ତୁ ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ ଓ ନୟାଗଡ଼ ଜିଲାରେ କାଳବୈଶାଖୀ ହେବ ବୋଲି କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଏସବୁ ଜିଲାରେ ଝଡ଼ ତୋଫାନ ସହ ୩୦ରୁ ୪୦ କିଲୋମିଟିର ବେଗରେ ପବନ ବହିବା ସମ୍ଭାବନା ରହିଛି। ଆସନ୍ତା ୨ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ କାଳବୈଶାଖୀ ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri