ତାତି ବଢ଼ିଲେ କମୁଛି କରୋନା ସଂକ୍ରମଣ: ମହାରାଷ୍ଟ୍ରରେ ୮୫ ପ୍ରତିଶତ, କର୍ନାଟକରେ ୮୮ ପ୍ରତିଶତ ପାଇଛି ହ୍ରାସ

ନୂଆଦିଲ୍ଲୀ,୨୯।୪: କରୋନା ସଂକ୍ରମଣ ନେଇ ଭାରତରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ତେବେ ଏବେ ଦେଶରେ ଖରାଦିନ ଆସିଯାଇଥିବାରୁ ତାପମାତ୍ରା ବଢ଼ିବା ସହିତ କରୋନା ସଂକ୍ରମଣ ହାରାହାରି ୮୫ ପ୍ରତିଶତ କମୁଥିବା ପୁଣେର ନ୍ୟାଶନାଲ ଏନଭାର୍ନମେଣ୍ଟାଲ ଇଞ୍ଜିନିୟରିଂ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍‌(ନେରି) ପକ୍ଷରୁ କୁହାଯାଇଛି। ତାତି ବଢ଼ିବା ଯୋଗୁ ମହାରାଷ୍ଟ୍ରରେ ସଂକ୍ରମଣ ବ୍ୟାପିବାରେ ୮୫ ପ୍ରତିଶତ ହ୍ରାସ ହୋଇଛି। ସେହିପରି କର୍ନାଟକରେ ଏହା ୮୮ ପ୍ରତିଶତ ରହିଛି। ବାୟୁମଣ୍ଡଳର କ୍ରମବର୍ଦ୍ଧମାନ ତାପମାତ୍ରା ଏବଂ ଆଦ୍ରତା କରୋନା ସଂକ୍ରମଣ ହାରକୁ କମାଇଥିବା ଗବେଷକ ମତପୋଷଣ କରିଛନ୍ତି। ଏହା ସହିତ ସାମାଜିକ ଦୂରତା ବଜାୟ ରଖିବାଯୋଗୁ ମଧ୍ୟ ସୁଫଳ ମିଳିଥିବା କୁହାଯାଉଛି। କରୋନା ଭୂତାଣୁ ୨୧ରୁ ୨୩ ଡିଗ୍ରୀ ସେଣ୍ଟିଗ୍ରେଡ୍‌ ତାପମାତ୍ରା ମଧ୍ୟରେ କଠିନ ଭୂପୃଷ୍ଠରେ ୭୨ ଘଣ୍ଟା ପର୍ଯ୍ୟନ୍ତ ସକ୍ରିୟ ରହିଥାଏ ବୋଲି ନେରି ପକ୍ଷରୁ କୁହାଯାଇଛି। ତେବେ ଭାରତର ଉଷ୍ଣ ବାୟୁମଣ୍ଡଳରେ କରୋନା ଅଧିକ କ୍ରିୟାଶୀଳ ହେବ କି ନାହିଁ ସେ ନେଇ ଅଧିକ ପରୀକ୍ଷା ଜାରି ରହିଥିବା ନେରି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ବିଶ୍ବରେ ହଲଚଲ! H-1B ଭିସାଧାରୀଙ୍କୁ ଏଭଳି କହିଦେଲା ଆମେରିକା; କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୯ା୧୦: H-1B ଭିସାଧାରୀଙ୍କୁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ‘ଇଣ୍ଡେଞ୍ଚର୍ଡ ଲେବର’ ଅର୍ଥାତ୍‌ ‘ଚୁକ୍ତିବଦ୍ଧ ଶ୍ରମିକ’ ବୋଲି କହିବାକୁ ନେଇ ଭାରତ କଡ଼ା ଆପତ୍ତି ପ୍ରକାଶ କରିଛି…

କ୍ୟାବିନେଟ୍ ବୈଠକରେ ବଡ଼ ନିଷ୍ପତ୍ତି; ବଦଳିବ ଏହି ବିମାନବନ୍ଦର ନାମ, ମୋଦି….

ଲକ୍ଷ୍ନୌ,୯ା୧୦: ଉତ୍ତରପ୍ରଦେଶର ନୋଏଡାସ୍ଥିତ ଜେୱର ଏୟାରପୋର୍ଟର ନାମ ପରିବର୍ତ୍ତନ କରାଯିବ । ଏହାର ନାମ ‘ନରେନ୍ଦ୍ର ମୋଦି ଇଣ୍ଟରନ୍ୟାସନାଲ ଏୟାରପୋର୍ଟ’ ରଖିବାକୁ ଉତ୍ତରପ୍ରଦେଶ ସରକାର ନିଷ୍ପତ୍ତି ନେଇଛନ୍ତି।…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?