ତାପମାତ୍ରା ୪.୬, ଥରୁଛି ଅନୁଗୋଳ

ବନ୍ତଳା,୩୦।୧୨(ଡି.ଏନ.ଏ.) – ଅନୁଗୋଳ ଜିଲାରେ ଶୀତ ଲହରି ଜାରି ରହିଛି। ଶନିବାର ଜିଲାର ତାପମାତ୍ରା ରେକର୍ଡ ସ୍ତର ୩.୪କୁ ଖସି ଆସିଥିବା ବେଳେ ରବିବାର ତାହା ୪.୬ ଥିବା ଜଣାପଡ଼ିଛି। ଫଳରେ ଜିଲାବାସୀ ଶୀତରେ ହନ୍ତସନ୍ତ ହେଉଥିବା ଦେଖିବାକୁ ମିଳିଛି। ଦିନତମାମ ଲୋକେ ଶୀତବସ୍ତ୍ର ପିନ୍ଧି ବାହାରକୁ ବାହାରୁଥିବାବେଳେ ନିରାଶ୍ରୟ ଓ ବେସାହରା ମଣିଷମାନେ ବଡ଼ ଦୁର୍ଦ୍ଦଶା ଭୋଗୁଛନ୍ତି। ତେଣୁ ଅସହାୟମାନଙ୍କୁ ଏପରି ଜାଡରୁ ରକ୍ଷା କରିବା ପାଇଁ ଜିଲାପାଳ ମନୋଜ କୁମାର ମାହାନ୍ତିଙ୍କ ନିର୍ଦ୍ଦେଶକ୍ରମେ ରବିବାର ଅପରାହ୍ନରେ ଅନୁଗୋଳ ପୌରପାଳିକା ତରଫରୁ ସହରରେ ଥିବା କଳାକେନ୍ଦ୍ରରେ ଅସ୍ଥାୟୀ ଭାବେ ରାତି ଆଶ୍ରୟ ସ୍ଥଳ ଖୋଲାଯାଇଥିବା ପୌର ନିର୍ବାହୀ ଅଧିକାରୀ ବିନୋଦ ଚନ୍ଦ୍ର ପଣ୍ଡା ସୂଚନା ଦେଇଛନ୍ତି। ଏଠାରେ ୩୦ରୁ ଊଦ୍ଧର୍‌ବ ବ୍ୟକ୍ତିଙ୍କ ରହିବା ପାଇଁ ବିଛଣା, ଚାଦର, ତକିଆର ବ୍ୟବସ୍ଥା କରାଯାଇଛି। ସେହିପରି ପ୍ରବଳ ଶୀତକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କ ସୁରକ୍ଷା ପାଇଁ ଜିଲାପାଳ ସମସ୍ତ ବିଡିଓ, ତହସିଲଦାର, ପଞ୍ଚାୟତ ନିର୍ବାହୀ ଅଧିକାରୀ, ଶିକ୍ଷୟିତ୍ରୀ ଶିକ୍ଷକ ଓ ଜିଲାର ସମସ୍ତ ପ୍ରଶାସନିକ ଅଧିକାରୀଙ୍କୁ ସତର୍କ କରାଇବା ସହିତ ତୁରନ୍ତ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଜିଲାର ସାମାଜିକ କର୍ମୀମାନଙ୍କୁ ଏଥିରେ ସହଯୋଗ କରିବା ପାଇଁ ଜିଲାପାଳ ଅନୁରୋଧ କରିବା ସହ ନିରାଶ୍ରୟ ଓ ବେସାହାରାମାନଙ୍କୁ ତୁରନ୍ତ ଜିଲା କଳାକେନ୍ଦ୍ର ଆଣିବାକୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ

ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri