ତାମଡା କାର୍ଯ୍ୟାଳୟକୁ ଜିଲାପାଳଙ୍କ ଅଚାନକ ଗସ୍ତ: କର୍ମଚାରୀ ଅନୁପସ୍ଥିତି ନେଇ ବର୍ଷିଲେ

ଅନୁଗୋଳ ଅଫିସ, ୬।୧୧-ଅନୁଗୋଳ ଜିଲାପାଳ ତଥା ଅନୁଗୋଳ-ତାଳଚେର-ମେରାମଣ୍ଡଳୀ ଉନ୍ନୟନ କର୍ତ୍ତୃପକ୍ଷ(ତାମଡା)ର ଉପାଧ୍ୟକ୍ଷ ମନୋଜ କୁମାର ମହାନ୍ତି ମଙ୍ଗଳବାର ଅପରାହ୍ନରେ ଅଚାନକ ତାମଡା କାର୍ଯ୍ୟାଳୟ ପରିଦର୍ଶନରେ ଯାଇଥିଲେ। ତେବେ କାର୍ଯ୍ୟାଳୟରେ ଅଧାରୁ ଅଧିକ କର୍ମଚାରୀ ଅନୁପସ୍ଥିତ ଥିବା ଦେଖି ଜିଲାପାଳ ବିରକ୍ତି ପ୍ରକାଶ କରିଥିଲେ। ଏପରି କି ତାମଡା ସଚିବ ବଇତୁରା ଦୀପଙ୍କୁ ଡାକି ସମ୍ପୃକ୍ତ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ଏଥିସହ ଅନୁପସ୍ଥିତି ପାଇଁ କାରଣ ଦର୍ଶାଅ ନୋଟିସ୍‌ ମଧ୍ୟ ଜାରି କରିଥିବା ସୂଚନା ମିଳିଛି।
ଅପରାହ୍ନ ୪ଟାରୁ ସାଢ଼େ ୪ଟା ମଧ୍ୟରେ ଜିଲାପାଳ ହଠାତ୍‌ ତାମଡା କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଏହି ସମୟରେ ମାତ୍ର ୩ ଜଣ ୪ର୍ଥ ଶ୍ରେଣୀ କର୍ମଚାରୀଙ୍କ ସହ ଅନ୍ୟ ୫ ଜଣ କାର୍ଯ୍ୟାଳୟରେ ଉପସ୍ଥିତ ଥିଲେ। ଜିଲାପାଳ କର୍ମଚାରୀଙ୍କ ଉପସ୍ଥାନ ଖାତା ସହ କ୍ୟାଶ ବୁକ୍‌ ଯାଞ୍ଚ କରିଥିଲେ। ସେହିପରି ଜିଲା କାର୍ଯ୍ୟାଳୟରେ ଥିବା ଡେପୁଟି କଲେକ୍ଟର ତଥା ତାମଡାର ଅତିରିକ୍ତ ଦାୟିତ୍ୱରେ ଥିବା ବଇତୁରା ଦୀପଙ୍କୁ ମଧ୍ୟ ଡକାଇଥିଲେ। କର୍ମଚାରୀମାନେ କାର୍ଯ୍ୟାଳୟକୁ କେତେବେଳେ ଆସୁଛନ୍ତି, କେତେବେଳେ ଯାଉଛନ୍ତି ତାହାର ହିସାବ ମାଗିଥିଲେ। ଅନୁପସ୍ଥିତ ରହୁଥିବା କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏଥିସହ ତାମଡା କାର୍ଯ୍ୟାଳୟକୁ ଆସୁଥିବା ଦଲାଲ୍‌ଙ୍କ ବିରୋଧରେ ଥାନାରେ ମାମଲା ରୁଜୁ କରିବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଥିଲେ। ପ୍ଲାନିଂ ବିଭାଗର କେତେଜଣ କର୍ମଚାରୀ ଘରେ କାର୍ଯ୍ୟାଳୟ ଖୋଲିଥିବା ଶୁଣିବା ପରେ ସେଠାରେ ଚଢ଼ାଉ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଅନ୍ୟପକ୍ଷରେ ସ୍ଥାୟୀ ସଚିବ ନ ଥିବାରୁ ଡାମଡାରେ ମନଇଚ୍ଛା ଶାସନ ଚାଲିଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri