ତାମିଲନାଡ଼ୁରୁ ଫେରିଲେ ଆଉ ୧୫୧ ପ୍ରବାସୀ

ରାୟଗଡ଼ା ଅଫିସ,୨ା୬: ତାମିଲନାଡ଼ୁର ତିରୁପୁରରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଏକ ସ୍ବତନ୍ତ୍ର ଟ୍ରେନ୍‌ ମଙ୍ଗଳବାର ମଧ୍ୟାହ୍ନରେ ରାୟଗଡ଼ାରେ ପହଞ୍ଚିଛି। ଏଥିରୁ ୧୫୧ ଶ୍ରମିକ ରାୟଗଡ଼ା ଷ୍ଟେଶନରେ ଓହ୍ଲାଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରେ ରାୟଗଡ଼ା ଜିଲାର ୪୪ଜଣ, ଗଜପତି ୧୮, କୋରାପୁଟ ୨, କନ୍ଧମାଳ ୫୮, ନବରଙ୍ଗପୁର୨୮ ଏବଂ କଳାହାଣ୍ଡି ଜିଲାର ଜଣେ ଶ୍ରମିକ ରହିଛନ୍ତି। ରାୟଗଡ଼ା ଜିଲାର ୪୪ ଶ୍ରମିକଙ୍କ ମଧ୍ୟରୁ ରାୟଗଡ଼ା ପୌରାଞ୍ଚଳର ୧୨ଜଣ, ବିଷମକଟକ ବ୍ଲକ୍‌ର ୩, ଚନ୍ଦ୍ରପୁରର ୪, ମୁନିଗୁଡ଼ାର ୪, ଗୁଣପୁରର ୧୩, କଲ୍ୟାଣସିଂପୁରର ୧ ଏବଂ ପଦ୍ମପୁର ବ୍ଲକ୍‌ର ୭ ଜଣ ରହିଛନ୍ତି। ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର ପଣ୍ଡା, ପିଡି ଡିଆର୍‌ଡିଏ ଅମ୍ରିତ ଋତୁରାଜ, ଗୁଣପୁର ଉପଜିଲାପାଳ ବି.ଏସ୍‌.ବଳିରାମ, ରାୟଗଡ଼ା ଉପଜିଲାପାଳ ପ୍ରତାପ ଚନ୍ଦ୍ର ପ୍ରଧାନ,ଆଞ୍ଚଳିକ ପରିବହନ ଅଧିକାରୀ ଦିଲୀପ କୁମାର ଦଳାଇ, ଏସ୍‌ଡିପିଓ ତପନ କୁମାର ରଥଙ୍କ ସମେତ ଅନ୍ୟ ପୋଲିସ ଅଧିକାରୀମାନେ ଉପସ୍ଥିତ ରହି ପ୍ରବାସୀ ଓଡ଼ିଆଙ୍କୁ ସ୍ବାଗତ କରିଥିଲେ। ଷ୍ଟେଶନରେ ଶ୍ରମିକମାନଙ୍କ ପଞ୍ଜୀକରଣ ପରେ ହାତରେ ଷ୍ଟାମ୍ପ ମରାଯାଇ ସମ୍ପୃକ୍ତ ଜିଲାର ଅଧିକାରୀମାନଙ୍କ ସହ ସେମାନଙ୍କ ଜିଲାକୁ ପଠାଯାଇଥିବା ଜଣାପଡ଼ିଛି। ଉଲ୍ଲେଖଯୋଗ୍ୟ, ଗତ ରବିବାର ତିରୁପୁରରୁ ୧୭୩ ପ୍ରବାସୀ ଶ୍ରମିକ ଆସି ରାୟଗଡ଼ାରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri