ତାମିଲନାଡ଼ୁରୁ ୨ଟି ଟ୍ରେନ୍‌ରେ ଫେରିବେ ପ୍ରବାସୀ

ବାରିପଦା ଅଫିସ,୨୫ା୫- ଲକ୍‌ଡାଉନ ଯୋଗୁ ତାମିଲନାଡୁରେ ଫସି ରହିଥିବା ପ୍ରବାସୀ ଓଡ଼ିଆ ମଙ୍ଗଳବାର ୨ଟି ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ ବାରିପଦାକୁ ଫେରିବେ। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଏହି ଟ୍ରେନ୍‌ ୨ଟି ବାରିପଦାର ଭଞ୍ଜପୁର ଷ୍ଟେଶନଠାରେ ଅଟକିବ। ଏଥିପାଇଁ ସୋମବାର ଭଞ୍ଜପୁର ଷ୍ଟେଶନଠାରେ ରେଳ ଟ୍ରାକ୍‌ରେ ଏକ ଇଞ୍ଜିନ ଚଲାଇ ପରୀକ୍ଷଣ କରାଯାଇଥିଲ। ୨ ମାସ ହେଲାଣି ଟ୍ରାକରେ କୌଣସି ଟ୍ରେନ୍‌ ଚାଲି ନ ଥିବାରୁ ଏପରି ପରୀକ୍ଷଣ କରାଯାଇଥିଲା। ଶ୍ରମିକମାନେ ଆସିବାଠାରୁ କ୍ୱାରାଣ୍ଟାଇନ୍‌ କେନ୍ଦ୍ରକୁ ଯିବା ପର୍ଯ୍ୟନ୍ତ ଭଞ୍ଜପୁର ଷ୍ଟେଶନଠାରେ ଏଥିପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ମଙ୍ଗଳବାର ସକାଳ ୮ଟାରୁ ଭଞ୍ଜପୁର ରେଲେୱ ଷ୍ଟେଶନର ୫୦୦ମିଟର ପରିଧି ମଧ୍ୟରେ ୧୪୪ ଧାରା ଜାରି କରାଯିବା ସହିତ ଏହାକୁ ଜିଲାପାଳ ବିନୀତ ଭରଦ୍ୱାଜ ନିଷେଧାଞ୍ଚଳ ଘୋଷଣା କରିଛନ୍ତି। ଗୋଟିଏ ଟ୍ରେନ୍‌ ଅପରାହ୍ନ ୧୧ଟା ୩୦ ସମୟରେ ଓ ଅନ୍ୟଟି ସନ୍ଧ୍ୟା ୬ଟା ୩୦ରେ ପହଞ୍ଚିବ। ଏଥିରେ ପ୍ରାୟ ୧୦୦୦ ଶ୍ରମିକ ଆସିବେ ବୋଲି ସୂଚନା ମିଳିଛି। ପ୍ରବାସୀ ଶ୍ରମିକମାନଙ୍କ ସୁବିଧା ପାଇଁ ଷ୍ଟେଶନଠାରେ ୨୭ଟି କାଉଣ୍ଟର ଖୋଲାଯାଇଛି। ଶ୍ରମିକମାନେ ଓହ୍ଲାଇବା ପରେ ସେମାନଙ୍କୁ ଷ୍ଟେଶନଠାରେ ହୋଇଥିବା ଅସ୍ଥାୟୀ କେନ୍ଦ୍ରରେ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ। ଏହା ପରେ ବସ୍‌ ଯୋଗେ ସେମାନଙ୍କୁ ନିଜ ଅଞ୍ଚଳର ସଙ୍ଗରୋଧ କେନ୍ଦ୍ରକୁ ପଠାଯିବ। ଉଲ୍ଲେଖଯୋଗ୍ୟ ଯେ, ଜିଲାରେ କରୋନା ସନ୍ଦେହରେ ସୋମବାର ସୁଦ୍ଧା ୩୭୦୩ ଜଣଙ୍କ ସ୍ବାବ୍‌ ପରୀକ୍ଷା ପାଇଁ ପଠାଯାଇଥିବା ବେଳେ ସେଥି ମଧ୍ୟରୁ ୩୬୦୩ ଜଣଙ୍କ ରିପୋର୍ଟ ଆସିଛି। ବାକି ୧୦୦ ଜଣଙ୍କ ରିପୋର୍ଟ ଅପେକ୍ଷାରେ ରହିଛି। ୩୬୦୩ ରିପୋର୍ଟରୁ ୧୫ଜଣଙ୍କ ରିପୋର୍ଟ ପଜିଟିଭ ଥିବା ବେଳେ ଅନ୍ୟମାନଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି। ଆକ୍ରାନ୍ତ ୧୫ ଜଣଙ୍କ ମଧ୍ୟରୁ ୯ ଜଣ ସୁସ୍ଥ ହୋଇଥିବା ବେଳେ ବର୍ତ୍ତମାନ ୬ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri