ତାମିଲନାଡୁରୁ ୧୩୦୦ କି.ମି. ଚାଲି ଆସିଲେ

ଭଣ୍ଡାରିପୋଖରୀ, ୧୫ା୫(ଡି.ଏନ.ଏ.)-ମହାମାରୀ କରୋନା ଲାଗି ଦେଶବ୍ୟାପୀ ଲକ୍‌ଡାଉନ କରାଯାଇଥିବାରୁ ରାଜ୍ୟ ବାହାରେ ରହି କାମ କରୁଥିବା ଓଡ଼ିଆଙ୍କ ଜୀବନ ଦୁର୍ବିଷହ ହୋଇପଡିଛି। କିଏ ସାଇକେଲରେ ତ କିଏ ଚାଲି ଚାଲି ନିଜ ଭିଟାମାଟିକୁ ଫେରୁଛନ୍ତି। ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକର ଦୁଇ ଯୁବକ ତାମିଲନାଡୁରୁ ୧୩ଶହ କି.ମି. ଚାଲି ଚାଲି ଆସି ନିଜ ଗଁାରେ ପହଞ୍ଚିଛନ୍ତି। ସେମାନେ ହେଲେ ନପଙ୍ଗ ପଞ୍ଚାୟତ ଜୋରାଗଡ଼ିଆ ଆଦିବାସୀ ସାହିର ନାଥ ମୁଣ୍ଡା (୨୩) ଏବଂ ରଣଜିତ ପଞ୍ଚାୟତ ବୀରଭଦ୍ରପୁର ଗ୍ରାମର କମଳାକାନ୍ତ ପାତ୍ର (୨୭)।
ନପଙ୍ଗ ସରପଞ୍ଚ କାମିନୀ ନାୟକ ଓ ରଣଜିତ୍‌ ସରପଞ୍ଚ ମନୋଜ ନାୟକଙ୍କ ସୂଚନା ଅନୁଯାୟୀ ଏହି ଦୁଇ ଯୁବକ ଗତ ଏପ୍ରିଲ ୨୮ତାରିଖରୁ ତାମିଲନାଡୁରୁ ବାହାରିଥିଲେ। କିଛି ଶୁଖିଲା ଖାଦ୍ୟ ଓ ପାଣି ବୋତଲ ସାଥିରେ ଧରି ଚାଲି ଚାଲି ବାହାରିଥିଲେ। ଆନ୍ଧ୍ରପ୍ରଦେଶର ଇଚ୍ଛାପୁରମଠାରେ କେତେକ ବଦାନ୍ୟ ବ୍ୟକ୍ତି ତାଙ୍କ ପାଇଁ ଖାଦ୍ୟପେୟ ବ୍ୟବସ୍ଥା କରିଥିଲେ। ଦୀର୍ଘଦିନର ଯାତ୍ରା ପରେ ଉଭୟେ ବହୁ କଷ୍ଟରେ କଟକଠାରେ ପହଞ୍ଚିବା ସେମାନଙ୍କଠାରେ ଜୀବନ ପଶିଥିଲା ବୋଲି କୋହଭରା କଣ୍ଠରେ କହିଛନ୍ତି। ସେମାନେ ଗଁାରେ ପହଞ୍ଚିବା ପରେ ସରପଞ୍ଚମାନଙ୍କ ଦାୟିତ୍ୱରେ ପଞ୍ଚାୟତ ସଙ୍ଗରୋଧ କେନ୍ଦ୍ରରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri