ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ : ମୃତଦେହ ଆଣିବା ନେଇ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୫।୧୦(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତାଜୁଙ୍ଗିଆ ପଞ୍ଚାୟତ ସିକରମାହା ଗ୍ରାମର ଜଣେ ଓଡ଼ିଆ ଶ୍ରମିକଙ୍କ ତାମିଲନାଡୁରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ଯୁବକ ହେଲେ ସୁମନ୍ତ ପ୍ରଧାନ। ତାଙ୍କର ଗୋଟିଏ ସନ୍ତାନ ରହିଥିବା ବେଳେ ସ୍ତ୍ରୀ ଶାନ୍ତି ଜଣେ ଆଶାକର୍ମୀ ଭାବେ ସିକରମାହା ଅଞ୍ଚଳରେ କାର୍ଯ୍ୟ କରୁଛନ୍ତ। ଶନିବାର ଅପରାହ୍ନ ୩ଟାରେ ସୁମନ୍ତ ଛାତରୁ ଖସିପଡ଼ିଥିବା ଖବର ପହଞ୍ଚିବା ପରେ ଅପରାହ୍ନ ୪ଟାରେ ମୃତ୍ୟୁ ହୋଇଥିବା ଖବର ପହଞ୍ଚିଥିଲା। ଏନେଇ ପରିବାର ଲୋକେ ଚିନ୍ତାରେ ରହିଛନ୍ତି। ଆର୍ଥତ୍କ ପରିସ୍ଥିତି ଭଲ ନ ଥିବା ବେଳେ ସୁମନ୍ତ କାମଧନ୍ଦା ପାଇଁ ଗତ ୩ ମାସ ହେଲା ତାମିଲନାଡ଼ୁ ଯାଇଥିଲେ। ସେଠାରେ ପ୍ରକୃତରେ କିଭଳି ମୃତ୍ୟୁ ଘଟିଛି ସେନେଇ ସ୍ପଷ୍ଟ ଜଣା ପଡ଼ି ନ ଥିବା ସରପଞ୍ଚ ସିବାଜିନୀ ମୁଠାମାଝି କହିଛନ୍ତି। ସେ ଏନେଇ ଜିଲା ପ୍ରଶାସନ ସହ ଆଲୋଚନା କରିବେ ବୋଲି କହିଛନ୍ତି। ପୂର୍ବତନ ସରପଞ୍ଚ ଜୋହନ ମୁଠାମାଝି କହିଛନ୍ତି ଯେ, ସୁମନ୍ତଙ୍କ ମୃତଦେହକୁ ନିଜ ଗ୍ରାମକୁ ଆଣିବା ପାଇଁ ପ୍ରଶାସନର ସହାୟତା ଜରୁରୀ ଅଟେ। ଏନେଇ ବିଡିଓ ଭକ୍ତବନ୍ଧୁ ଜନାର୍ଦ୍ଦନ ଦଳେଇଙ୍କ ସହ ଯୋଗାଯୋଗ କରାଯିବାରୁ ସେ ଏହା ଜିଲା ଶ୍ରମ ଅଧିକାରୀଙ୍କ ଅଧୀନରେ। ସେଠାରେ ଶ୍ରମିକମାନଙ୍କ ପଞ୍ଜିକରଣ ହୋଇଥିଲେ ପଦକ୍ଷେପ ନେଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟଙ୍କ ନକ୍ଷତ୍ରରେ ରାଜକୁମାର ବୁଧଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଚମକିବ ଭାଗ୍ୟ; ଆଖି ପିଛୁଳାକେ ମିଳିବ ଧନ…

ବୁଧ ଗ୍ରହଙ୍କର କେବଳ ରାଶି ପରିବର୍ତ୍ତନ ନୁହେଁ, ବରଂ ନକ୍ଷତ୍ର ପରିବର୍ତ୍ତନ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, କାରଣ ସେ ବୈଦିକ ଜ୍ୟୋତିଷ ଶାସ୍ତ୍ରର ସବୁଠାରୁ ଶୁଭ ଗ୍ରହମାନଙ୍କ…

ମଧ୍ୟାହ୍ନଭୋଜନ ଖାଇବା ପରେ ଅସୁସ୍ଥ ହୋଇପଡ଼ିଲେ ୪ ଛାତ୍ରୀ, ଛାତିରେ ଯନ୍ତ୍ରଣା ସହ…

ଦେବଗଡ଼,୧୨ା୮(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ବିଦ୍ୟାଳୟଗୁଡ଼ିକରେ ମଧ୍ୟାହ୍ନଭୋଜନ ବ୍ୟବସ୍ଥାକୁ ନେଇ ବାରମ୍ବାର ପ୍ରଶ୍ନବାଚୀ ସୃଷ୍ଟି ହେଉଥିବାବେଳେ, ପୁଣି ଏକ ଅଘଟଣ ସାମ୍ନାକୁ ଆସିଛି। ଦେବଗଡ଼ ଜିଲା ନଈକୂଳ…

ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ଅଭିଭାବକଙ୍କୁ ଫୋନ୍‌ କରି କହିଲେ ସାର୍‌ ମୋତେ…

ମହାକାଳପଡ଼ା,୧୨ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଞ୍ଚଳରେ ଏକ ପ୍ରମୁଖ ଶିକ୍ଷାନୁଷ୍ଠାନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କ ବିରୋଧରେ ଏକ ସଙ୍ଗୀନ ଅଭିଯୋଗ କରିଛନ୍ତି…

ମୋଦି-ପ୍ରିୟଙ୍କାଙ୍କ ବାର୍ତ୍ତାଳପ ମଝିରେ ଏପରି କହିଦେଲେ ଖାର୍ଗେ, ସବୁ ହସି କହିଲେ….

ନୂଆଦିଲ୍ଲୀ,୧୨ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟରେ ବାର୍ତ୍ତାଳପ ସମୟରେ ଏପରି ଏକ ଘଟଣା ଘଟିଛି, ଯାହା ସାଧାରଣତଃ ବହୁତ କମ୍…

ତ୍ରିରଙ୍ଗା ଆମ ଗର୍ବ ଗୌରବ: ଦେଶାତ୍ମବୋଧକ ନାରା ଦେଇ ପଦଯାତ୍ରାରେ ବାହାରିଲେ ଛାତ୍ରୀଛାତ୍ର

ତୁମୁଡ଼ିବନ୍ଧ,୧୨ା୮(ଦୀପକ କୁମାର ପରାସେଠ୍‌): ତ୍ରିରଙ୍ଗା ଆମ ଗର୍ବ ଗୌରବ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ କନ୍ଧମାଳ ଜିଲା ତୁମଡ଼ିବନ୍ଧ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ…

ପାକିସ୍ତାନ ରାଜନୀତିରେ ହଇଚଇ! ଜେଲରେ ଇମ୍ରାନ ଖାନଙ୍କ ମୃତ୍ୟୁ ନେଇ ସାମ୍ବାଦିକଙ୍କ ଦାବି, ଜାଣନ୍ତୁ ସତ

ଇସଲାମବାଦ,୧୨ା୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ (Imran Khan)ଙ୍କୁ ନେଇ ଏକ ବଡ଼ ଏବଂ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି । ପାକିସ୍ତାନର ଜଣେ ସାମ୍ବାଦିକ…

ସକାଳେ ସ୍ତ୍ରୀଙ୍କ ସହ କଥା ହେଲେ ରାତିରେ ଆସିଲା ମୃତ୍ୟୁଖବର, ହାଇଦ୍ରାବାଦରେ କାମ କରୁକରୁ ଶିବା…

ଥୁଆମୂଳ ରାମପୁର,୧୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଦାଦନ ସମସ୍ୟା ଗମ୍ଭୀର ରୂପ ନେଇଛି। ପରିବାର ଚଳାଇବା ପାଇଁ ଭିଟାମାଟି ଛାଡ଼ି ବାହାର ରାଜ୍ୟକୁ…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri