ତାମିଲନାଡୁ, ମହାରାଷ୍ଟ୍ରରେ ଫସିଛନ୍ତି ୯୦ ଶ୍ରମିକ

ବରଗଡ଼ ଅଫିସ୍,୫।୪- ଲକ୍ ଡାଉନ୍ ଯୋଗୁଁ ତାମିଲନାଡୁ ଏବଂ ମହାରାଷ୍ଟ୍ରରେ ୯୦ ଜଣ ଶ୍ରମିକ ଫସିଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରୁ ବରଗଡ଼ ଜିଲା ବିଜେପୁର ବ୍ଳକ ଅନ୍ତର୍ଗତ ବାଦିପାଲି, ସମଲେଇପଦର ଅଞ୍ଚଳର ୫୦ ଜଣ ତାମିଲନାଡୁ ରାଜ୍ୟର କୋଏମ୍ବାଟୁର ଅଞ୍ଚଳର ଏକ ସୂତାମିଲରେ ଅଛନ୍ତି। ସେହିପରି ମହାରାଷ୍ଟ୍ରର ପୁନେ ଥାନା ଅନ୍ତର୍ଗତ ଉଡସେ ଅଞ୍ଚଳରେ ଅନ୍ୟ ୪୦ ଜଣ ଫସି ରହିଛନ୍ତି। ସେମାନେ ବରଗଡ଼, ବଲାଙ୍ଗୀର, କଲାହାଣ୍ଡି, ସୁନ୍ଦରଗଡ଼ ଜିଲା ଅଞ୍ଚଳର ବୋଲି ଜଣାପଡିଛି। ସେମାନେ ସେଠାରେ ଅଟକି ରହିଥିବା ଖବର ପାଇ ବରଗଡ଼ର ସାମାଜିକ କର୍ମୀ ଦିବସ କୁମାର ସାହୁ ଶନିବାର ସେଠାକାର ଜିଲାପାଳ, ଶ୍ରମ ଅଧିକାରୀଙ୍କୁ ଯୋଗାଯୋଗ କରି ସହାୟତା ପାଇଁ ନିବେଦନ କରିଥିଲେ। ଏହାପରେ ସେଠାକାର ପ୍ରଶାସନ ଶ୍ରମିକଙ୍କ ପାଖକୁ ପହଞ୍ଚି ରାଶନ ସାମଗ୍ରୀ ଯୋଗାଇ ଦେଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri