ତାମିଲ୍‌ନାଡୁର କୋୟମ୍‌ବେଡୁ ବଜାର ପାଲଟିଛି କରୋନା ହଟ୍‌ସ୍ପଟ୍‌

ଚେନ୍ନାଇ,୫।୫: ତାମିଲନାଡୁର କୋୟମ୍‌ବେଡୁ ବଜାର ଏବେ କରୋନ ସଂକ୍ରମଣର ହଟ୍‌ସ୍ପଟ୍‌ ପାଲଟିଛି। ୬୫ ଏକର ଜମିରେ ଥିବା ଏହି ବୃହତ୍‌ ବଜାରକୁ ରାଜ୍ୟ ତଥା ରାଜ୍ୟ ବାହାରୁ ବ୍ୟବସାୟୀ ଆସିଥାନ୍ତି। ଶହଶହ ମାଲ୍‌ ବୋଝେଇ ଟ୍ରକ୍‌ ପ୍ରତିଦିନ ଏଠାକୁ ଆସିଥାଏ। ବହୁ ଲୋକ କାମଧନ୍ଧା କରିବା ପାଇଁ ମଧ୍ୟ ଏଠାକୁ ଆସିଥାନ୍ତି। ଏହି ଅଞ୍ଚଳରେ କରୋନା ସଂକ୍ରମଣ କ୍ରମଶଃ ବଢୁଥିବାରୁ ଏହାକୁ ଅରେଞ୍ଜ୍‌ ଜୋନ୍‌ରୁ ପରିବର୍ତ୍ତିତ କରାଯାଇ ରେଡ୍‌ଜୋନ୍‌ଭାବେ ବର୍ଗୀକୃତ କରାଯିବାକୁ ଯୋଜନା କରାଯାଇଛି। ଉତ୍ତର ତାମିଲନାଡୁର କୁଡ୍ଡାଲୋରଠାରୁ ଣ୍ଡିଡିଗୁଲ ମଧ୍ୟରେ ଏହି ବଜାର ରହିଛି। ଇତିମଧ୍ୟରେ କୁଡ୍ଡାଲୋରରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୨ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସଂକ୍ରମିତମାନେ କୋୟମ୍‌ବେଡୁ ବଜାରକୁ ଯାଇଥିବା ସେମାନଙ୍କ ଟ୍ରାଭେଲ୍‌ ହିଷ୍ଟ୍ରିରୁ ଜଣାପଡ଼ିଛି। ବଜାରକୁ ଆସିଥିବା ୪୫୦ ଜଣଙ୍କ ନମୁନା ପରୀକ୍ଷା ପାଇଁ ପଠାଯାଇଛି। ରିପୋର୍ଟ ଆସିବା ପରେ ଅନ୍ୟ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି। ବଜାରକୁ ଆସିଥିବା ୪୫୯ ଲୋକ ଏବଂ ସେମାନଙ୍କ ସହିତ ମିଳାମିଶା କରିଥିବା ୨୮୭ ଲୋକଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯିବା ଲାଗି ୪ଟି କେନ୍ଦ୍ର ସ୍ଥାପିତ କରାଯାଇଥିବା ବିଲ୍ଲୁପୁରମ୍‌ ପୋଲିସ ଅଧିକ୍ଷକ ଏସ୍‌. ଜୟରାମ ସୂଚନା ଦେଇଛନ୍ତି। ସଂକ୍ରମିତଙ୍କୁ ଟ୍ରାକିଂ କରିବା କାର୍ଯ୍ୟ ଜାରି ରହିଥିବା ଣ୍ଡିଡିଗୁଲ୍‌ ଜିଲାପାଳ ଏମ୍‌ ବିଜୟାଲକ୍ଷ୍ମୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ମୁଖ୍ୟମନ୍ତ୍ରୀ ହେବା ପରେ ଦିଲ୍ଲୀରେ ମୋଦିଙ୍କୁ ସାକ୍ଷାତ କଲେ ବିଜୟ, ୨୦ ମିନିଟରେ କଲେ…..

ନୂଆଦିଲ୍ଲୀ,୨୭।୫: ଜୋସେଫ ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିଥିଲେ। ଏଠାରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ଏହା ତାମିଲନାଡୁରେ…

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

ସାର୍ଟିଫିକେଟ ପାଇଁ ଯାଉଥିବା ବେଳେ ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ଚନ୍ଦନଙ୍କ ଜୀବନ

ଗଜପତି,୨୭।୫(ଗିରିଧାରୀ ପରିଛା) : ଚାଉଳ ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହେଲା ବାଇକ । ଦୁର୍ଘଟଣାରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଚାଳକ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri