ତାରାତାରିଣୀ ପୀଠକୁ ସ୍ବତନ୍ତ୍ର ବସ୍‌ ଚଳାଚଳର ଶୁଭାରମ୍ଭ

ପୁରୁଷୋତ୍ତମପୁର, ୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ପୀଠକୁ ଆସୁଥିବା ପର୍ଯ୍ୟଟକଙ୍କ ଯାତାୟାତ ସୁବିଧା ଲାଗି ମଙ୍ଗଳବାର ସ୍ବତନ୍ତ୍ର ବସ୍‌ ସେବାର ଶୁଭାରମ୍ଭ ହୋଇଛି। ଏହି ବସ୍‌କୁ ପୁରୁଷୋତ୍ତମପୁର ମା’ କନକେଶ୍ବରୀ ଘରୋଇ ବସ୍‌ ମାଲିକ ସଂଘ ପକ୍ଷରୁ ତାରାତାରିଣୀ ମନ୍ଦିରକୁ ଦାନ ସୂତ୍ରରେ ପ୍ରଦାନ କରାଯାଇଛି । ବସ୍‌ ମାଲିକ ସଂଘର ସଭାପତି ସନ୍ତୋଷ କୁମାର ପତିଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ, ଆଞ୍ଚଳିକ ପରିବହନ ଅଧିକାରୀ ସଞ୍ଚୟ କୁମାର ବିଶ୍ବାଳ, ଛତ୍ରପୁର ଉପଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି, ପୁରୁଷୋତ୍ତମପୁର ଥାନା ଆଇଆଇସି ଜଗନ୍ନାଥ ମଲ୍ଲିକ, ତହସିଲଦାର ଅରୁଣ କୁମାର ନାୟକ, ଦୈତାରୀ ବେହେରା, ବ୍ଲକ ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ପଣ୍ଡା ପ୍ରମୁଖ ଅତିଥିଭାବେ ଯୋଗଦେଇ ମା’ଙ୍କ ପୀଠରେ ବସ୍‌କୁ ପୂଜାର୍ଚ୍ଚନା କରିବା ସହ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନକରି ପର୍ଯ୍ୟଟକଙ୍କ ଲାଗି ଉତ୍ସର୍ଗିକୃତ କରିଛନ୍ତି। ଏହି ବସ୍‌ଟି ବ୍ରହ୍ମପୁର ରେଳଷ୍ଟେଶନଠାରୁ ତାରାତାରିଣୀ ମନ୍ଦିରକୁ ଯାତାୟାତ କରିବ। ଏହି ଅବସରରେ ବସ୍‌ ମାଲିକ ସଂଘର ସଭାପତି ସନ୍ତୋଷ କୁମାର ପତି କହିଛନ୍ତି ଯେ, ପର୍ଯ୍ୟଟକଙ୍କ ସମସ୍ୟାକୁ ନେଇ ଏକ ବସ୍‌ ମାଲିକ ସଂଘ ପକ୍ଷରୁ ଯୋଗାଇ ଦେବା ଲାଗି ଦୀର୍ଘଦିନ ହେଲା ସ୍ବପ ରହିଥିଲା। ଯାହା ସଂଘର ସମସ୍ତ ସଭ୍ୟଙ୍କ ସହଯୋଗରେ ସାକାର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର 2026 T20 World Cup ବିଜୟ ନିଶ୍ଚିତ? ଏହି ସଂଯୋଗ ଦେଖିଲେ ଆପଣ ବି ବିଶ୍ୱାସ କରିବାକୁ ବାଧ୍ୟ ହେବେ

ନୂଆଦିଲ୍ଲୀ,୧୯।୨: 2026 T20 World Cup ପାଇଁ ସୁପର ୮ ଦଳ ଚୂଡ଼ାନ୍ତ ହୋଇଛି। ଯଦିଓ ଟୁର୍ଣ୍ଣାମେଣ୍ଟର ପରବର୍ତ୍ତୀ ପର୍ଯ୍ୟାୟ ଆରମ୍ଭ ହୋଇନାହିଁ, କିନ୍ତୁ ପାକିସ୍ତାନ ବିଶ୍ୱକପ…

ବସ୍‌ ଧକ୍କାରେ ଓଲଟିପଡ଼ିଲା ଟ୍ରାକ୍ଟର, କଣ୍ଡକ୍ଟରଙ୍କ ସମେତ…

ଧୂଷୁରୀ,୧୯ା୨(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ କୁଳେଇପଦା ଓ ଆରଡ଼ିର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର…

ଏହି ଦେଶର ପୂର୍ବତନ ରାଷ୍ଟ୍ରପତିଙ୍କୁ ଆଜୀବନ କାରାଦଣ୍ଡ, ଜାଣନ୍ତୁ କ’ଣ କରିଛନ୍ତି ଅପରାଧ

ସିଓଲ,୧୯।୨: ଦକ୍ଷିଣ କୋରିଆର ପୂର୍ବତନ ରାଷ୍ଟ୍ରପତି ୟୁନ ସୁକ-ୟେଓଲ ଏକ ବଡ଼ ଝଟକା ପାଇଛନ୍ତି। ଗୁରୁବାର (ଫେବୃଆରୀ ୧୯) ଦିନ, କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି…

ଭାରତର ପଡୋଶୀ ଦେଶରେ ବଡ଼ ଧରଣର ବିସ୍ଫୋରଣ, ଅତିକମରେ ୧୬ ମୃତ

ଇସଲାମାବାଦ,୧୯।୨: ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରୁ ଏକ ଦୁଃଖଦ ଖବର ଆସିଛି। ଏକ ଆବାସିକ ଅଞ୍ଚଳରେ ଏକ ଶକ୍ତିଶାଳୀ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି।…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri