ତାରାତାରିଣୀ ପୀଠକୁ ସ୍ବତନ୍ତ୍ର ବସ୍‌ ଚଳାଚଳର ଶୁଭାରମ୍ଭ

ପୁରୁଷୋତ୍ତମପୁର, ୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ପୀଠକୁ ଆସୁଥିବା ପର୍ଯ୍ୟଟକଙ୍କ ଯାତାୟାତ ସୁବିଧା ଲାଗି ମଙ୍ଗଳବାର ସ୍ବତନ୍ତ୍ର ବସ୍‌ ସେବାର ଶୁଭାରମ୍ଭ ହୋଇଛି। ଏହି ବସ୍‌କୁ ପୁରୁଷୋତ୍ତମପୁର ମା’ କନକେଶ୍ବରୀ ଘରୋଇ ବସ୍‌ ମାଲିକ ସଂଘ ପକ୍ଷରୁ ତାରାତାରିଣୀ ମନ୍ଦିରକୁ ଦାନ ସୂତ୍ରରେ ପ୍ରଦାନ କରାଯାଇଛି । ବସ୍‌ ମାଲିକ ସଂଘର ସଭାପତି ସନ୍ତୋଷ କୁମାର ପତିଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ, ଆଞ୍ଚଳିକ ପରିବହନ ଅଧିକାରୀ ସଞ୍ଚୟ କୁମାର ବିଶ୍ବାଳ, ଛତ୍ରପୁର ଉପଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି, ପୁରୁଷୋତ୍ତମପୁର ଥାନା ଆଇଆଇସି ଜଗନ୍ନାଥ ମଲ୍ଲିକ, ତହସିଲଦାର ଅରୁଣ କୁମାର ନାୟକ, ଦୈତାରୀ ବେହେରା, ବ୍ଲକ ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ପଣ୍ଡା ପ୍ରମୁଖ ଅତିଥିଭାବେ ଯୋଗଦେଇ ମା’ଙ୍କ ପୀଠରେ ବସ୍‌କୁ ପୂଜାର୍ଚ୍ଚନା କରିବା ସହ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନକରି ପର୍ଯ୍ୟଟକଙ୍କ ଲାଗି ଉତ୍ସର୍ଗିକୃତ କରିଛନ୍ତି। ଏହି ବସ୍‌ଟି ବ୍ରହ୍ମପୁର ରେଳଷ୍ଟେଶନଠାରୁ ତାରାତାରିଣୀ ମନ୍ଦିରକୁ ଯାତାୟାତ କରିବ। ଏହି ଅବସରରେ ବସ୍‌ ମାଲିକ ସଂଘର ସଭାପତି ସନ୍ତୋଷ କୁମାର ପତି କହିଛନ୍ତି ଯେ, ପର୍ଯ୍ୟଟକଙ୍କ ସମସ୍ୟାକୁ ନେଇ ଏକ ବସ୍‌ ମାଲିକ ସଂଘ ପକ୍ଷରୁ ଯୋଗାଇ ଦେବା ଲାଗି ଦୀର୍ଘଦିନ ହେଲା ସ୍ବପ ରହିଥିଲା। ଯାହା ସଂଘର ସମସ୍ତ ସଭ୍ୟଙ୍କ ସହଯୋଗରେ ସାକାର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ...

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରିଥିଲେ ପ୍ରେମିକ: ସୁରଟରୁ ହେଲେ ଉଦ୍ଧାର

ବ୍ରହ୍ମପୁର,୧୪ା୪(ସୁବାସ ଚନ୍ଦ୍ର ପାଢ଼ୀ): ଟାଉନ ଥାନା ପୋଲିସ ରବିବାର ଜଣେ ଅପହୃତା ନାବାଳିକା ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ଅପହରଣକାରୀଙ୍କୁ କାବୁ କରିଛି। ପୀଡିିତାଙ୍କ ବୟାନ...

ମେରୁଯାତ୍ରା ଦେଖିବାକୁ ଆସି ଝାମ୍ପି ନେଇଥିଲେ ସୁନା ହାର

ବ୍ରହ୍ମପୁର,୧୫ା୪(ସୁବାସ ଚନ୍ଦ୍ର ପାଢ଼ୀ): ବିଜିପୁରରେ ଗତ ରବିବାର ମେରୁଯାତ୍ରା ଦେଖିବାକୁ ଆସିଥିବା କେ. ଜୟନ୍ତୀଙ୍କ ବେକରୁ ସୁନା ହାର ଝାମ୍ପି ନେଇଥିବା ଜଣେ ମହିଳାଙ୍କୁ ସ୍ଥାନୀୟ...

ନୂଆବର୍ଷ ଭେଟି ଦେଲା କଂଗ୍ରେସ

ପୁରୁଷୋତ୍ତମପୁର,୧୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପୁରୁଷୋତ୍ତମପୁରବାସୀଙ୍କୁ ଓଡ଼ିଆ ନବବର୍ଷରେ କଂଗ୍ରେସ ଭେଟି ଦେଇଛି ବିଧାୟକ ପ୍ରାର୍ଥୀ। ଚିତ୍ରସେନ ବେହେରାଙ୍କ ନାମ ଘୋଷଣା...

ମନ୍ତ୍ରୀ ପାଲିଲେ ଓଡ଼ିଆ ନବ ବର୍ଷ

ଭଞ୍ଜନଗର,୧୪ା୪(ବାବୁଲା ପ୍ରଧାନ): ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ରବିବାର ଭଞ୍ଜନଗର ନିକଟସ୍ଥ ଅଗଝୋଳ ସ୍ଥିତ ବାସଭବନରେ ଓଡ଼ିଆ ନବ ବର୍ଷ ପାଳନ କରିଛନ୍ତି। ଏହି ଅବସରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri