ତାରାତାରିଣୀ ପୀଠର ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ

ପୁରୁଷୋତ୍ତମପୁର,୧୦।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ପୀଠର ବିକାଶ ଲାଗି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏ ସମ୍ପର୍କରେ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଦିଲୀପ କୁମାର ମହାନ୍ତି ସମୀକ୍ଷା କରିଛନ୍ତି। ସେ ମନ୍ଦିରର ଚାରିପଟେ ବୁଲି ଦେଖିବା ସହ କିଭଳି ବିଭିନ୍ନ ଉନ୍ନୟନ କାର୍ଯ୍ୟ, ମନ୍ଦିରର ସୌନ୍ଦର୍ଯ୍ୟ ବୃଦ୍ଧି, ପର୍ଯ୍ୟଟକଙ୍କ ସମସ୍ତ ପ୍ରକାରର ସୁବିଧା ହୋଇପାରିବ ସେନେଇ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ପୂଜକ ବାପୁଜୀ ରଣାଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ଏହି ସମୟରେ ଛତ୍ରପୁର ଉପ ଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି , ପୁରୁଷୋତ୍ତମପୁର ବିଡିଓ ସୀମାଞ୍ଚଳ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ।