ତାରାତାରିଣୀ ମନ୍ଦିର ଟ୍ରଷ୍ଟ ବୋର୍ଡ ବୈଠକ: ସ୍ବତନ୍ତ୍ର ଦର୍ଶନ, ବସ ସେବା ଯିବ ଟ୍ରଷ୍ଟ ବୋର୍ଡକୁ

ପୁରୁଷୋତ୍ତମପୁର,୨୯।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିର ଟ୍ରଷ୍ଟ ବୋର୍ଡ ବୈଠକ ଶନିବାର ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୋର୍ଡ ପରିଚାଳନା ପରିଷଦର ଟ୍ରଷ୍ଟି ତଥା ଅତିରିକ୍ତ ଜିଲାପାଳ କବୀନ୍ଦ୍ର ସାହୁଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ବୈଠକରେ ମାର୍ଚ୍ଚ ୧୦, ୧୭, ୨୪, ୩୧ ଓ ଅପ୍ରେଲ ମାସ ୭ ତାରିଖରେ ମା’ଙ୍କ ମଙ୍ଗଳବାର ଯାତ୍ରା କିଭଳି ପରିଚାଳନା କରାଯିବ, କେଉଁ ବାବଦରେ କେତେ ଖର୍ଚ୍ଚ ହେବ ସେ ନେଇ ଏକ ବଜେଟ ପ୍ରସ୍ତୁତ ହୋଇଥିଲା। ଏହାସହ ସ୍ବତନ୍ତ୍ର ଦର୍ଶନ ଓ ବସ୍‌ ସେବା ବାବଦରେ ଆଦାୟ ହେଉଥିବା ରାଜସ୍ବକୁ ମନ୍ଦିର ଉନ୍ନୟନ ପରିଷଦ ବଦଳରେ ଟ୍ରଷ୍ଟ ବୋର୍ଡ ଆକାଉଣ୍ଟରେ ଜମା ହେବ ବୋଲି ନିଷ୍ପତ୍ତି ନିଆଯାଇଛି। ଦର୍ଶନ ଟିକେଟ ବ୍ୟବସ୍ଥାକୁ ଜିଲାପାଳ ଉଚ୍ଛେଦ ଲାଗି ପଦକ୍ଷେପ ନେଇଥିବାରୁ ମନ୍ଦିରର ରାଜସ୍ବ କମିଯାଉଥିବା ହେତୁ ବିକଳ୍ପ ବ୍ୟବସ୍ଥା ଲାଗି ଆଲୋଚନା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

ଦିଗପହଣ୍ଡିରେ ଆମ୍ବେଦକର ଜୟନ୍ତୀ: ସ୍ଵାଧୀନତା ପରବର୍ତ୍ତୀ ସମୟରେ…

ଦିଗପହଣ୍ଡି,୧୪|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) କାର୍ଯ୍ୟାଳୟରେ ମଙ୍ଗଳବାର ସମ୍ବିଧାନ ପ୍ରଣେତା ଡ଼. ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ…

‘ଧରିତ୍ରୀ’ ପ୍ରଭାବ: ପୁଣି ଆଲୋକମୟ ହେଲା ଛତ୍ରପୁର ଶିଶୁ ଉଦ୍ୟାନ

ଛତ୍ରପୁର, ୧୪।୪ (ଦିଲୀପ ସାମଲ): ପଡ଼ିଛି ‘ଧରିତ୍ରୀ’ ପ୍ରଭାବ। ସୋମବାର ଖବର ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଯାଇଛି। ଗଞ୍ଜାମ ଜିଲ୍ଲାର ସଦର ମହକୁମା…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

ଥୁଆମୂଳ ରାମପୁରରେ ବାବାସାହେବଙ୍କ ଜୟନ୍ତୀ: ମାନବବାଦୀ ବିଚାରଧାରା…

ଥୁଆମୂଳ ରାମପୁର, ୧୪।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସମ୍ବିଧାନ ପ୍ରଣେତା  ଡଃ. ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ୧୩୫ତମ ଜନ୍ମ ଜୟନ୍ତୀ ଅତି…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri