ତାଲିମପ୍ରାପ୍ତ ଏଏନ୍‌ଏମ୍‌ ଛାତ୍ରୀଙ୍କୁ ନିଯୁକ୍ତି ଦାବି: ନୋଡାଲ କାଉନସିଲିଂ ସେଣ୍ଟରରେ ତାଲା ପକାଇବାକୁ ଚେତାବନୀ

ଭବାନୀପାଟଣା,୨୫।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସହରସ୍ଥିତ ଏଏନ୍‌ଏମ୍‌ କାଉନସିଲିଂ କେନ୍ଦ୍ରରେ ଗୁରୁବାର ନୂତନ ଛାତ୍ରୀମାନଙ୍କ କାଉନସିଲିଂ ଚାଲିଥିବା ବେଳେ ନିଖିଳ ଓଡ଼ିଶା ଅଣନିଯୁକ୍ତ ତାଲିମପ୍ରାପ୍ତ ମହିଳା ସ୍ବାସ୍ଥ୍ୟକର୍ମୀ ସଂଘ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଜିଲାରେ ୧୭ ହଜାରରୁ ଅଧିକ ତାଲିମପ୍ରାପ୍ତ ଏଏନ୍‌ଏମ୍‌ ରହିଛି। ମାତ୍ର ସେମାନଙ୍କ ସମସ୍ୟା ସମ୍ପର୍କରେ ବାରମ୍ବାର ସ୍ବାସ୍ଥ୍ୟ ସଚିବ ଓ ନିର୍ଦ୍ଦେଶକଙ୍କ ସହିତ ଆଲୋଚନା କରାଯାଇଥିଲେ ସୁଦ୍ଧା ଏ ପର୍ଯ୍ୟନ୍ତ ନିଯୁକ୍ତି ପ୍ରଦାନ କରାଯାଇ ନାହିଁ। ଏଭଳି ସ୍ଥିତିରେ ପୁନଃ କାଉନସିଲିଂ ପାଇଁ ବିଜ୍ଞପ୍ତି ପ୍ରକାଶ କରିବା ଦୁର୍ଭାଗ୍ୟଜନକ ବୋଲି ସେମାନେ କହିଛନ୍ତି। ତେଣୁ ରାଜ୍ୟ ସରକାର ପଦ ସୃଷ୍ଟିକରି ସମସ୍ତ ତାଲିମପ୍ରାପ୍ତ ଏଏନ୍‌ଏମ୍‌ ଛାତ୍ରୀଙ୍କୁ ନିଯୁକ୍ତି ପ୍ରଦାନ କରିବାକୁ ଦାବି କରିଛନ୍ତି। ନଚେତ ଆଗାମୀ ଦିନରେ ଏଏନ୍‌ଏମ୍‌ ତାଲିମପ୍ରାପ୍ତ ଛାତ୍ରୀମାନେ ରାଜରାସ୍ତାକୁ ଓହ୍ଲାଇବା ସହିତ ସମସ୍ତ ନୋଡାଲ କାଉନସିଲିଂ ସେଣ୍ଟରରେ ତାଲା ପକାଇବାକୁ ଚେତାବନୀ ଦେଇଛନ୍ତି। ଏଥିରେ ଦୀପ୍ତିମୟୀ ଦୀପ, ସୁପ୍ରିୟା ଦାସ, ବୀଣା ମାଝୀ, ସଙ୍ଗୀତା ବେନିଆ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...

ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି

ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧(କୈଳାଶ ଚନ୍ଦ୍ର ପଟନାୟକ ): ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ଫଳରେ ମଝି ଚିଲିକାରେ ୫୦ ଯାତ୍ରୀ,...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri