ତାଳଚେର, ୨୩ା୭(ନି.ପ୍ର.) ଏନଜେନରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ମୃତ୍ୟୁ ପରେ ୩୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବିରେ କର୍ମଚାରୀମାନେ ଚଳାଇଥିବା ଆନ୍ଦୋଳନ ୩ ମାସରେ ପହଞ୍ଚିଲାଣି। ହେଲେ ଏହାର ସମାଧାନ କରାଯାଉ ନ ଥିବାରୁ ତାଳଚେର ଅଞ୍ଚଳର ବିଦ୍ୟୁତ୍ ଉପଭୋକ୍ତାମାନେ ଅକଥନୀୟ ଦୁର୍ଦ୍ଦଶା ଭୋଗକରି ଚାଲିଛନ୍ତି।
ଗତ ଏପ୍ରିଲ ୨୨ରେ ହାଟତୋଟା ରାସ୍ତାରେ ବିଦ୍ୟୁତ୍ ଖୁଣ୍ଟରେ ଚଢି ମରାମତି କାମ କରୁଥିବା ବେଳେ ରାସୋଳର ଅଭିଜିତ ସାହୁ ନାମକ ଜଣେ ଠିକା ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ମୃତ କର୍ମଚାରୀଙ୍କ ପରିବାରକୁ ୩୦ ଲକ୍ଷ ଟଙ୍କା କ୍ଷତିପୂରଣ ଓ ଜଣକୁ ନିଯୁକ୍ତି ଦେବାକୁ କର୍ମଚାରୀମାନେ ଦାବି କରିଥିଲେ। ହେଲେ କମ୍ପାନୀ କର୍ତ୍ତୃପକ୍ଷ ଦାବି ପୂରଣ ନ କରିବାରୁ ସେହିଦିନ ଠାରୁ ଚାଇଁପାଳ ଡିଭିଜନରେ କାର୍ଯ୍ୟରତ ୧୪ଟି ସେକ୍ସନର ୩୯୩ ଜଣ କର୍ମଚାରୀ କାର୍ଯ୍ୟବନ୍ଦ ଆନ୍ଦୋଳନ ଚଳାଇଛନ୍ତି। ଫଳରେ ସମ୍ପୃକ୍ତ କର୍ମଚାରୀମାନେ ବିଦ୍ୟୁତ୍ ମରାମତି, ରକ୍ଷଣାବେକ୍ଷଣ କାମ କରୁ ନାହାନ୍ତି। ଉପଭୋକ୍ତାଙ୍କୁ ବିଲ୍ ଦେଉ ନାହାନ୍ତି କି ସେମାନଙ୍କଠାରୁ ଦେୟ ନେଉ ନାହାନ୍ତି। ଅପରପକ୍ଷରେ ଏନଜେନ କାର୍ଯ୍ୟାଳୟରେ ସେବେଠାରୁ ତାଲା ଝୁଲୁଥିବାରୁ ଦେୟ ଦେବାକୁ ଯାଉଥିବା ଉପଭୋକ୍ତାମାନେ ନିରାଶ ହୋଇ ବାରମ୍ବାର ଫେରୁଛନ୍ତି। ଗୋଟିଏ ପଟେ ମାସିକ ଦେୟ ବଢ଼ି ଚାଲିଥିବା ବେଳେ ଅନ୍ୟପଟେ ବିଦ୍ୟୁତ୍ ବିଭ୍ରାଟ ଉପଭୋକ୍ତାଙ୍କ ଉପରେ ବୋଝ ଉପରେ ଲଳିତା ବିଡା ସଦୃଶ ହୋଇଛି। ଏ ସମ୍ପର୍କରେ ଉପଜିଲାପାଳ ପରେଶଚନ୍ଦ୍ର ନାୟକ କହିଛନ୍ତି, ଏନଜେନ ସମ୍ପର୍କରେ ଆଉ କୌଣସି ଖବର ନାହିଁ।
ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…
ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...
ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…
ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...
ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ
ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...
ଅଭାବନୀୟ ଘଟଣା, ଶାଗ-ଚିକେନ ଖାଇ ଚାଲିଗଲା ୩ ଜଣଙ୍କ ଜୀବନ
ଅନୁଗୋଳ,୨୨ା୧୨: ଢେଙ୍କାନାଳ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଖାଦ୍ୟରେ ବିଷକ୍ରିୟା କାରଣରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି...
ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ
ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...
ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…
ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...
ପୋକୁଣ୍ଡା ସେକ୍ସନରେ ଦନ୍ତା ହାତୀର ମୃତ୍ୟୁ, ତଦନ୍ତ କରୁଛି ବନବିଭାଗ
ଅନୁଗୋଳ ୧୫୲୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି...
ସକାଳୁ ସକାଳୁ ବାଜିଲା ଗୁଳି….
ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...
Archives


