ତାଳଚେର ବିଧାୟକଙ୍କ କାର ପୋଡ଼ି ଘଟଣା: ବିଜେଡି ପକ୍ଷରୁ ଆଉ ଏକ ଏତଲା

ତାଳଚେର,୧୦ା୧୨(ନି.ପ୍ର.)- ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କ ଗାଡ଼ି ପୋଡ଼ି ଘଟଣାରେ ସମ୍ପୃକ୍ତି ସନ୍ଦେହରେ ଜନୈକ ଯୁବକଙ୍କ ନାମରେ ମଙ୍ଗଳବାର ବିକ୍ରମପୁର ଥାନାରେ ବିଜେଡି ଯୁବ ନେତା ମନୋଜ ସାହୁ ଏତଲା ଦେଇଛନ୍ତି। ଅଭିଯୋଗରେ ଦର୍ଶାଯାଇଛି ଯେ, ସମ୍ପୃକ୍ତ ଯୁବକ ଜଣକ ଗତ ୪ ତାରିଖରେ ନିଜ ଫେସବୁକ୍‌ ଆକାଉଣ୍ଟରେ ବିଧାୟକ ଏବଂ ଉକ୍ତ କାର୍‌ ସମ୍ପର୍କରେ କିଛି ଟିପ୍ପଣୀ ଦେଇଥିଲେ। ଏହା ବିଧାୟକଙ୍କ ସମ୍ମାନ ହାନି କରୁଥିବା ବେଳେ ଉକ୍ତ ପୋଷ୍ଟର ମାତ୍ର ୩ ଦିନ ପରେ ଗାଡ଼ି ପୋଡ଼ି ଦିଆଯାଇଥିବାରୁ ଘଟଣାରେ ସମ୍ପୃକ୍ତ ଯୁବକଙ୍କ ହାତ ଥାଇପାରେ ବୋଲି ସନ୍ଦେହ କରାଯାଇଛି। ଏଣୁ ଏହାର ଉପଯୁକ୍ତ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମନୋଜ ଦାବି କରିଛନ୍ତି। ଅପରପକ୍ଷେ ଅଭିଯୁକ୍ତ ଯୁବକ କାର୍‌ ପୋଡ଼ା ଘଟଣାରେ ତାଙ୍କ ସମ୍ପୃକ୍ତି ଅଭିଯୋଗକୁ ଅସ୍ବୀକାର କରିବା ସହ ତାଙ୍କ ବିରୋଧରେ ଏତଲା ଘଟଣାକୁ ନେଇ ସେ ଆଶ୍ଚର୍ଯ୍ୟ ପ୍ରକଟ କରିଛନ୍ତି। ଏ ନେଇ ଥାନା ଆଇଆଇସି ଧୂଳେଶ୍ୱର ନାୟକ କହିଛନ୍ତି, ଅଭିଯୋଗ ମିଳିଛି। ଏହା ଉପରେ ତଦନ୍ତ ଜାରି ରହିଛି। ଯେହେତୁ କାର ପୋଡ଼ି ଘଟଣାରେ ଗୋଟିଏ ମାମଲା ରୁଜୁ କରାଯାଇଛି, ତେଣୁ ଆଉ ଏକ ମାମଲା ରୁଜୁ କରାଯିବା ଆବଶକ ନୁହେଁ ବୋଲି ଆଇଆଇସି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘବ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri