ତାଳଧ୍ୱଜ ରଥର ଭୋଇ ସେବକଙ୍କ ମୃତ୍ୟୁ

ପୁରୀ,୭ା୭(ଅଜିତ୍‌ ମହାନ୍ତି):ଚଳିତବର୍ଷ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରାର ରଥ ଟଣା ସମୟରେ ଏକ ଅଘଟଣ ଘଟିଥିଲା। ଯେଉଁଥିରେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥର ଭୋଇ ସେବକ ନକୁଳ ଭୋଇଙ୍କ ସମେତ କେତେଜଣ ଭକ୍ତ ଆହତ ହୋଇଥିଲେ। ତେବେ ଆହତ ହୋଇଥିବା ଭୋଇ ସେବକ ନକୁଳ ଭୋଇଙ୍କ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ମୃତ୍ୟୁ ଘଟିଛି। ସେ ଗୁରୁତର ହୋଇ ଭୁବନେଶ୍ୱରର ଏମ୍‌ସ ମେଡିକାଲରେ ଚିକିତ୍ସିତ ହେଉଥିଲେ। ତେବେ ଭୋଇ ସେବକ ନକୁଳ ଭୋଇଙ୍କ ମୃତ୍ୟୁ ପରେ ମୃତଦେହକୁ ପୁରୀ ଅଣାଯାଇ ସ୍ବର୍ଗଦ୍ୱାରରେ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି। ଶେଷକୃତ୍ୟ ସମୟରେ ଜିଲା ପ୍ରଶାସନ ଏବଂ ଶ୍ରୀମନ୍ଦିର ପ୍ରଶାସନର ଅଧିକାରୀମାନଙ୍କ ସହ ଅନ୍ୟ ଭୋଇ ସେବକମାନେ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଚଳିତବର୍ଷ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ଦିନ ବଡ଼ ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଶରଧାବାଲିରୁ ଶ୍ରୀମନ୍ଦିର ଅଭିମୁଖେ ଟଣାଯାଉଥିଲା। ଏହି ସମୟରେ ମାର୍କେଟ ଛକ ନିକଟରେ ହଠାତ୍‌ ରଥର ଦଉଡି ଛିଡିଯାଇଥିଲା। ଫଳରେ ଭୋଇ ସେବକ ନକୁଳ ଆହତ ହୋଇଥିଲେ। ସେହିପରି ଅଣନିଃଶ୍ୱାସୀ ହୋଇ କେତେଜଣ ଭକ୍ତ ମଧ୍ୟ ଆହତ ହୋଇଥିଲେ। ସମସ୍ତ ଆହତଙ୍କୁ ଚିକିତ୍ସା ନିମନ୍ତେ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେବକ ନକୁଳଙ୍କର ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ୱରର ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ତାଙ୍କର ଆଇସିୟୁରେ ଚିକିତ୍ସା ଚାଲିଥିଲା। ତେବେ ଚିକିତ୍ସିତ ଅବସ୍ଥାରେ ଗୁରୁବାର ତାଙ୍କର ମୃତ୍ୟୁ ହୋଇଥିଲା। ସ୍ବର୍ଗଦ୍ୱାରରେ ଶେଷକୃତ୍ୟ ସମ୍ପନ୍ନ ସମୟରେ ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ, ଉନ୍ନୟନ ପ୍ରଶାସକ ଅଜୟ ଜେନା, ଭୋଇ ସର୍ଦ୍ଦାର ରବି ଭୋଇ, ଶ୍ରୀମନ୍ଦିର ପ୍ରଶାସନର ବିଭିନ୍ନ ଅଧିକାରୀ, ଉପଜିଲାପାଳ ଭବତାରଣ ସାହୁ ଏବଂ ଭୋଇ ସେବକମାନେ ଉପସ୍ଥିତ ଥିଲେ। ଏ ନେଇ ଭୋଇ ସର୍ଦ୍ଦାର ରବି ଭୋଇ କହିଛନ୍ତି, ପ୍ରଶାସନ ପକ୍ଷରୁ ନକୁଳଙ୍କ ଚିକିତ୍ସା ପାଇଁ ପୂର୍ବରୁ ୩୦ହଜାର ଟଙ୍କା ଦିଆଯିବା ସହ ବିଭିନ୍ନ ପ୍ରକାର ସହଯୋଗ କରାଯାଇଛି। ପ୍ରଶାସନ ପକ୍ଷରୁ ଏକ୍‌ ଟିମ ଶୁକ୍ରବାର ନକୁଳଙ୍କ ଘରକୁ ଯାଇ ପ୍ରଶାସନ ପକ୍ଷରୁ ତାଙ୍କ ପରିବାରକୁ ଆର୍ଥତ୍କ ସହାୟତା ପ୍ରଦାନ କରିବା ସହ ଅନ୍ୟାନ୍ୟ ସାହାଯ୍ୟ କରିବେ ବୋଲି ପ୍ରତିଶ୍ରୁତି ଦେଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri