ତାଳସାରୀ ବେଳାଭୂମିରୁ ମୃତ ଡଲଫିନ ଉଦ୍ଧାର

ଜଳେଶ୍ୱର/ଭୋଗରାଇ,୧୫।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ସମୁଦ୍ର ବେଳାଭୂମିରୁ ଏକ ମୃତ ଡଲଫିନ ଉଦ୍ଧାର ହୋଇଛି। ରବିବାର ସକାଳେ ତାଳସାରୀ ବେଳାଭୂମିରେ ମାଛ ଧରିବାକୁ ଯାଇଥିବା ସ୍ଥାାନୀୟ ଲୋକ ଓ ମତ୍ସ୍ୟଜୀବୀମାନେ ପ୍ରଥମେ ଏହି ମୃତ ଡଲ୍‌ଫିନ୍‌କୁ ଦେଖି ବନ ବିଭାଗକୁ ଖବର ଦେଇଥିଲେ। ବନବିଭାଗ ଏହାକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି।
ଏହା ଏକ ନାକୁଆ ଡଲଫିନ ବୋଲି ବନବିଭାଗ କହିଛି। ତେବେ ଏହି ଡଲଫିନ ଓଡ଼ିଶା ଉପକୂଳରେ ଅଧିକ ଦେଖାଯାଉଥିବା ବେଳେ ମାଛଧରା ଷ୍ଟିମର ଓ ଯନ୍ତ୍ରଚାଳିତ ଡଙ୍ଗାର ଆଘାତରେ ମୃତ୍ୟୁବରଣ କରିଥିବା କୁହାଯାଉଛି। ବିଭିନ୍ନ ସମୟରେ ବହୁ ସାମୁଦ୍ରିକ ଜୀବଜନ୍ତୁ ମତ୍ସଜୀବୀମାନଙ୍କର ମୋଟରଚାଳିତ ଡଙ୍ଗା ଓ ଷ୍ଟିମର ଫେନ୍‌ ବ୍ଲେଟ ଆଘାତରେ ମୃତ୍ୟୁବରଣ କରୁଥିବା ପରିବେଶବିତ୍‌ମାନେ ଅଭିଯୋଗ କରିବା ସହ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ପ୍ରଶାସନ ଏଥିପ୍ରତି ନଜର ନ ଦେବା କାରଣରୁ ବାରମ୍ବାର ଏପରି ଘଟଣା ଘଟୁଛି ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

କୋରାପୁଟରେ ମୋକିମ୍‌: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…

କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍‌ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri