ତିଗିରିଆରେ ହେବ ଆଦର୍ଶ ଗ୍ରାମାଞ୍ଚଳ ସ୍ବାସ୍ଥ୍ୟ ଗବେଷଣା କେନ୍ଦ୍ର

ଭୁବନେଶ୍ୱର, ୧୯ା୯(ବ୍ୟୁରୋ)- କଟକ ଜିଲା ତିଗିରିଆଠାରେ ଖୁବ୍‌ ଶୀଘ୍ର ଏକ ଆଦର୍ଶ ଗ୍ରାମାଞ୍ଚଳ ସ୍ବାସ୍ଥ୍ୟ ଗବେଷଣା କେନ୍ଦ୍ର (ମଡେଲ୍‌ ରୁରାଲ୍‌ ହେଲ୍‌ଥ ରିସର୍ଚ୍ଚ ୟୁନିଟ୍‌) କାର୍ଯ୍ୟକ୍ଷମ ହେବ। ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଗୁରୁବାର ଏହି ସୂଚନା ଦେଇଛନ୍ତି। ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟା ସମ୍ପର୍କରେ ଗବେଷଣା କରିବା ଲକ୍ଷ୍ୟରେ ଏହି କେନ୍ଦ୍ରଟି ପ୍ରତିଷ୍ଠା କରାଯାଉଛି। ଗବେଷଣା କେନ୍ଦ୍ରର କୋଠାବାଡ଼ି ନିର୍ମାଣ କାର୍ଯ୍ୟ ସମାପ୍ତ ହୋଇଛି। ଏଥିରେ ଆବଶ୍ୟକ କର୍ମଚାରୀମାନଙ୍କୁ ନିୟୋଜିତ କରାଯାଉଥିବା ଜଣାପଡିଛି।
କଟକ ଏମ୍‌ପି ଭର୍ତ୍ତୃହରି ମହତାବଙ୍କ ଅଧ୍ୟକ୍ଷତାରେ ଏହି ପ୍ରକଳ୍ପ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଅଞ୍ଚଳର ଜନସାଧାରଣଙ୍କ ଅବଗତି
ନିମନ୍ତେ ମଡେଲ୍‌ ରୁରାଲ୍‌ ହେଲ୍‌ଥ ରିସର୍ଚ୍ଚ ୟୁନିଟ୍‌ରେ ମିଳିବାକୁ ଥିବା ସୁବିଧା ସୁଯୋଗ ସଂପର୍କରେ ବିବରଣୀ ପୁସ୍ତିକା ପ୍ରକାଶ କରିବା ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ପ୍ରସ୍ତାବ ଦେଇଛନ୍ତି। ତିଗିରିଆରେ ସର୍ଭିକାଲ୍‌ କ୍ୟାନସର ରୋଗର ଆଗୁଆ ନିରୂପଣ ଦିଗରେ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ପକ୍ଷରୁ ସ୍ବାସ୍ଥ୍ୟ ଶିବିର ଆୟୋଜନ ନେଇ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା। ବର୍ତ୍ତମାନ ଇଣ୍ଡିଆନ୍‌ କାଉନ୍‌ସିଲ୍‌ ଅଫ୍‌ ମେଡିକାଲ୍‌ ରିସର୍ଚ୍ଚ-ରିଜିଓନାଲ୍‌ ମେଡିକାଲ୍‌ ରିସର୍ଚ୍ଚ ସେଣ୍ଟର, ଭୁବନେଶ୍ୱର ପକ୍ଷରୁ ତିଗିରିଆ ଓ ଆଠଗଡ଼ଠାରେ ହେଲ୍‌ଥ ଡେମୋଗ୍ରାଫିକ୍‌ ସର୍ଭେଲାନ୍ସ ସିଷ୍‌ଟମ୍‌ ପ୍ରତିଷ୍ଠା ନିମନ୍ତେ ଯୋଜନା ପ୍ରସ୍ତୁତ କରାଯାଉଥିବା ଜଣାପଡିଛି। ଏଥି ସହିତ ଆଇସିଏମ୍‌ଆର୍‌-ଆର୍‌ଏମ୍‌ଆର୍‌ଏସ୍‌, ଭୁବନେଶ୍ୱରର ବୈଜ୍ଞାନିକ ପରାମର୍ଶଦାତା କମିଟି ସ୍ଥାନୀୟ ଆବଶ୍ୟକତାକୁ ନେଇ ୧୬ଟି ବିଭିନ୍ନ ପ୍ରକଳ୍ପକୁ ମଞ୍ଜୁରୀ ଦେଇଥିବାବେଳେ ବର୍ତ୍ତମାନ ୫ଟି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବା ବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର…

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?