ତିଗିରିଆ ସନ୍ଦିଗ୍ଧ ଲିଙ୍କରେ ଥିବା ୨ଜଣ ଗଲେ କ୍ୱାରାଣ୍ଟାଇନ

ବାରଙ୍ଗ,୧୨ା୫(ଡି.ଏନ.ଏ): ତିଗିରିଆରେ ଜଣେ ୩୭ ବର୍ଷୀୟ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଥିବା ସୋମବାର ଜଣାପଡ଼ିଥିଲା। ଏହି ବ୍ୟକ୍ତି ଜଣଙ୍କ ସୁରଟ ଫେରନ୍ତା ହୋଇଥିବାବେଳେ ଗତ ୩ ତାରିଖରେ ସୁରଟରୁ ଫେରି ପୁରୀରେ ପହଞ୍ଚତ୍ଥିଲେ। ସେଠାରୁ ଭୁବନେଶ୍ୱର ଆସିବାପରେ ସମ୍ପର୍କୀୟ ଶାଳକ ଓ ସଡ଼ୁ ଏକ ବାଇକ ଯୋଗେ ତିଗିରିଆରେ ଛାଡିଥିଲେ। ଏହି ସୁରଟ ଫେରନ୍ତାଙ୍କର ପଜିଟିଭ ଜଣାପଡିବା ପରେ ଆକ୍ରାନ୍ତଙ୍କ ବିବରଣୀ ଆଧାରରେ ଦୁଇ ସମ୍ପର୍କୀୟଙ୍କୁ ମଙ୍ଗଳବାର ପ୍ରଶାସନ ଠାବ କରିଛି। ନନ୍ଦନକାନନ ଥାନା ଅଧୀନରେ ଥିବା ଦୁଇଟି ଗ୍ରାମରୁ ସଡ଼ଙ୍କୁ ପୋଲିସ ଆଣି ସରକାରୀ କ୍ୱାରାଣ୍ଟାଇନକୁ ପଠାଇଥିବାବେଳେ ଶାଳକଙ୍କୁ ହୋମ୍‌ କ୍ୱାରାଣ୍ଟାଇନରେ ରହିବାକୁ ପୋଲିସ କହିିଛି। ଏହି ଘଟଣା ପରେ ରାଜଧାନୀ ଉପକଣ୍ଠରେ ଥିବା ପାଞ୍ଚ ପଞ୍ଚାୟତରେ ଏକ ପ୍ରକାର ଭୟର ବାତାବରଣ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସଂରକ୍ଷଣ ବିଲ୍‌କୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଅପଡେଟ୍‌, କହିଲେ ଦେଶକୁ ଏକ ନୂଆ…

ଭୁବନେଶ୍ୱର,୧୨ା୪: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ ଏକ ପ୍ରେସ୍‌ମିଟ୍‌ରେ କହିଛନ୍ତି, ୩୩% ମହିଳା ସଂରକ୍ଷଣ…

Dharitri Business Eminence Award 2026: ଶିକ୍ଷା ବ୍ୟବସାୟ ନୁହେଁ, ଭବିଷ୍ୟତ ଗଢ଼ିବାର ମାଧ୍ୟମ

ଶିକ୍ଷା ଶିଳ୍ପରେ ଜଣେ ଆଗଧାଡ଼ିର ଉଦ୍ୟୋଗୀ ଭାବେ ସୋମଦତ୍ତ ବେହୁରା ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଭୁବନେଶ୍ୱରସ୍ଥିତ କେ.ଟି. ଗ୍ଲୋବାଲ୍‌ ସ୍କୁଲର ପ୍ରତିଷ୍ଠାତା ସୋମଦତ୍ତ ବେହୁରା…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ବଢ଼ିଲା ତାତି: ଆଜିଠୁ ୬ ଦିନ ଅସହ୍ୟ ସ୍ଥିତି

ଭୁବନେଶ୍ୱର,୧୧ା୪(ବନ୍ଦନା ସେଠୀ):ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ଝଡ଼ବର୍ଷା କମିଯିବା ପରେ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୮.୯…

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri