ତିନିଦିନ ହେଲା ସ୍କୁଲରେ ତାଲା, ଡିଇଓ କହିଲେ ଜାଣିନାହିଁ

କେନ୍ଦୁଝର, ୨୭ା୨(ସ୍ବ.ପ୍ର.): ସରକାର ଉତ୍ତମ ଶିକ୍ଷାଦାନ ପାଇଁ ବିଭିନ୍ନ ଯୋଜନା ଲାଗୁ କରୁଥିବା ବେଳେ କେନ୍ଦୁଝରରେ ଉପଯୁକ୍ତ ତଦାରଖ ଅଭାବରୁ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି । ସାହାରପଡ଼ା ବ୍ଲକ ବାଇକଳା ଗ୍ରାମରେ ଥିବା ମହାପାଟ ଉଚ୍ଚ ବିଦ୍ୟାଳୟରେ ୩ ଦିନ ହେଲା ତାଲା ପଡିଛି। ମାତ୍ର ଏହି ଘଟଣାକୁ ଜିଲା ଶିକ୍ଷା ଅଧିକାରୀ (ଡିଇଓ) କପିଳେନ୍ଦ୍ର ମିଶ୍ର ଜାଣିନାହାନ୍ତି। କିଏ ତାଲା ପକାଇଲା ଓ କାହିଁକି ପକାଇଲା ବୋଲି ଓଲଟା ଡିଇଓ ପ୍ରଶ୍ନ କରିଛନ୍ତି। ଏହି ଘଟଣାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଉକ୍ତ ଅଭିଯୋଗକୁ ନେଇ ଖୋଦ ସାହାରପଡ଼ା ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ତଦନ୍ତ ରିପୋର୍ଟ ଦେଇଥିଲେ ହେଁ ଏହାକୁ ଚାପି ରଖାଯାଇଥିବା ଜଣାପଡିଛି । ଏହାକୁ ନେଇ ଗୁରୁବାର ବାଧ୍ୟ ହୋଇ ଗ୍ରାମବାସୀ ୫-ଟି (ମୋ ସରକାର)ଙ୍କୁ ଫୋନ ଯୋଗେ ଯୋଗାଯୋଗ କରିବାକୁ ଜିଲାପାଳଙ୍କୁ ଜଣାଇଛନ୍ତି। ଜିଲାପାଳ ନ ଶୁଣିଲେ ଗ୍ରାମବାସୀ ୫-ଟି ସଚିବଙ୍କୁ ଲିଖିତ ଭାବେ ଜଣାଇବେ ବୋଲି ଗ୍ରାମବାସୀ କହିଛନ୍ତି।
ପ୍ରକାଶ ଯେ, ଉକ୍ତ ବିଦ୍ୟାଳୟରେ ବିଭିନ୍ନ ସମସ୍ୟାକୁ ନେଇ ଛାତ୍ରୀଛାତ୍ର, ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି ସଦସ୍ୟମାନେ ବିଇଓ ଏବଂ ଡିଇଓଙ୍କୁ ଲିଖିତ ଭାବେ ଜଣାଇଥିଲେ । ଏ ନେଇ ବିଇଓ, ସାହାରପଡ଼ା ଯାଞ୍ଚକରି ଦେଇଥିବା ରିପୋର୍ଟରେ ପ୍ରଧାନଶିକ୍ଷକ ସହଯୋଗ କରୁନାହାନ୍ତି। ଏଣୁ ଗ୍ରାମବାସୀ ଅସନ୍ତୁଷ୍ଟ । ଏ ନେଇ ବିଇଓଙ୍କୁ ଯୋଗାଯୋଗ କରାଯାଇଥିଲେ ହେଁ ଫୋନ ଉଠାଇ ନ ଥିବାରୁ ମତାମତ ମିଳିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri