Posted inରାଜ୍ୟ

ତିନିରଥର ପଟାଗୁଜ ଖୋଦେଇ ଆରମ୍ଭ

ପୁରୀ ଅଫିସ,୧୯ା୬: ଶ୍ରୀନଅର ସମ୍ମୁଖ ରଥଖଳାରେ ଚାଲିଛି ରଥ ନିର୍ମାଣ। ପବିତ୍ର ଦେବସ୍ନାନ ପୂର୍ଣ୍ଣମୀରେ ତିନି ରଥର ୪ ନାହାକ ଉଠିଥିଲା। ମଙ୍ଗଳବାର ତିନି ରଥରେ ପଟାଗୁଜ କାମ ଆରମ୍ଭ ହୋଇଛି। ତାଳଧ୍ୱଜ ଓ ନନ୍ଦିଘୋଷ ରଥର ୧୨ଟି ଏବଂ ଦର୍ପଦଳନ ରଥର ୮ଟି ପଟାଗୁଜ ଖୋଦେଇ କରାଯିବ। ନନ୍ଦିଘୋଷ ରଥର ରୂପକାର ରାଜେନ୍ଦ୍ର ମହାପାତ୍ର କହିଛନ୍ତି, ରଥରେ ପଟାଗୁଜ କାମ ଆରମ୍ଭ ହୋଇଛି। ଏଥିରେ ନରବିରାଳ, ସିଂହବିରାଳ ଓ ଗଜବିରାଳ ଖୋଦେଇ କରାଯାଏ। ଏହା ୧୮ଇଞ୍ଚ ଲମ୍ବ ଏବଂ ୭ଇଞ୍ଚ ଚଉଡ଼ା ହୋଇଥାଏ। ପ୍ରଥମେ କାଠରେ ଚିତ୍ର ଅଙ୍କନ କରାଯାଏ। ପରେ ସେଥିରେ ଖୋଦେଇ କରାଯାଏ ବୋଲି ସେ କହିଛନ୍ତି। ଏହା ସରିବା ପରେ ସିଂହାସନ ଓ ନାଟଗୋଡ଼ କାମ ଆରମ୍ଭ ହେବ। ସେହିପରି ରଥଖଳାରେ ଛନ୍ଦା ଗୟଲ କାଠର ଚଉପଟ ଚାଲିଥିବା ରଥ ଅମିନ ଲକ୍ଷ୍ମଣ ମହାରଣା କହିଛନ୍ତି। ନନ୍ଦିଘୋଷ ରଥର ମୁଖ୍ୟ ମହାରଣା ବିଜୟ ମହାପାତ୍ର କହିଛନ୍ତି, ତିନିରଥର ଛନ୍ଦା ଗୟଲ ମୋଡ଼ା ଚାଲିଛି। ଆଗକୁ ପ୍ରଥମ ଭୂଇଁ ଉଠିବ। ସେଥିଲାଗି ପ୍ରସ୍ତୁତି ଆରମ୍ଭ ହୋଇଛି। ଅନ୍ୟପଟେ ଦୋଳବେଦୀରେ କମାର ସେବକ ଗୟଲ କଣ୍ଟା ତିଆରିରେ ଲାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଏହି ୩ ରାଶିଙ୍କ ଉପରେ ପଡିଲା କେତୁଙ୍କ ଶୁଭ ଦୃଷ୍ଟି: ୯୦ ଦିନ ଯାଏ ରହିଛି ଗୋଲ୍ଡେନ ଟାଇମ, ପ୍ରତି କାମରେ ମିଳିବ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ କେତୁଙ୍କୁ ମୋକ୍ଷ, ଆଧ୍ୟାତ୍ମିକତା ଓ ଅନ୍ତର୍ଜ୍ଞାନର କାରକ ଗ୍ରହ ବୋଲି ମନେ କରାଯାଏ। ବର୍ତ୍ତମାନ କେତୁ ସିଂହ ରାଶିରେ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି।…

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯(ପ୍ରଭୁକଲ୍ୟାଣ ପାଲ): କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri