ତିନିରଥର ୬ ଚକ ନିର୍ମାଣ ଶେଷ

ପୁରୀ ଅଫିସ, ୧୪ା୫: ଆସନ୍ତା ୧୫ ତାରିଖରେ ଶ୍ରୀକ୍ଷେତ୍ର ଭଉଁରୀ। ଏହି ଦିନ ତିନିରଥର ୬ଟି ନାହାକା ଚକ ଡେରା ଯିବାର ବିଧି ରହିଛି। ତେଣୁ ଏହାକୁ ଦୃଷ୍ଟିରେ ରଖି ରଥ ନିର୍ମାଣରେ ନିୟୋଜିତ ସେବକମାନେ ନିର୍ମାଣ କାର୍ଯ୍ୟକୁ ଜୋର୍‌ଦାର କରିଛନ୍ତି। ମହାପ୍ରଭୁଙ୍କ ରଥ କିପରି ଠିକ୍‌ ସମୟରେ ପ୍ରସ୍ତୁତ ହୋଇଯିବ ସେଥିପାଇଁ ପ୍ରଚଣ୍ଡ ଖରା ସତ୍ତ୍ବେ ୧୨ରୁ ୧୪ ଘଣ୍ଟା ପରିଶ୍ରମ କରୁଛନ୍ତି। ବୁଧବାର ସୁଦ୍ଧା ରଥଖଳାରେ ପ୍ରତ୍ୟେକ ରଥର ୨ଟି ଲେଖାଏ ଅର୍ଥାତ୍‌ ୬ଟି ଚକ ପ୍ରସ୍ତୁତ ହୋଇଯାଇଛି। ତେଣୁ ଭଉଁରୀରେ ଚକଡେରା ନୀତି ପାଇଁ ମହାରଣା ସେବକମାନଙ୍କର ଯେଉଁ ଚିନ୍ତା ରହିଥିଲା ତାହା ଟଳିଯାଇଛି। ଅନ୍ୟ କାମ ମଧ୍ୟରେ ସମସ୍ତ ୪୨ଟି ତୁମ୍ବ ତିଆରି ସରିଥିବାବେଳେ ୨୫ଟିର ବିନ୍ଧ ଶେଷ ହୋଇଛି। ସେପଟେ ଯନ୍ତାଗାଡ଼ରେ ସିଙ୍ଗଡ଼ା ବାଡ଼ିଆ (ତୁମ୍ବରେ ଅର ସଂଯୋଗ) କାମ ଚାଲିଛି। ବୁଧବାର ୮ଟି ତୁମ୍ବରେ ଅର ସଂଯୋଗ ହୋଇଛି। ଏ ପର୍ଯ୍ୟନ୍ତ ମୋଟ ୧୪ଟି ତୁମ୍ବରେ ଅର ସଂଯୋଗ କରାଯାଇଛି। ତାଳଧ୍ୱଜ ଓ ନନ୍ଦିଘୋଷ ରଥର ୩ଟି ଲେଖାଏ ଏବଂ ଦର୍ପଦଳନ ରଥର ୨ଟି ତୁମ୍ବରେ ଅର ସଂଯୋଗ କରାଯାଇଥିବା ଭୋଇ ସର୍ଦ୍ଦାର ରବି ଭୋଇ କହିଛନ୍ତି।
ସେହିପରି ରଥଖଳାରେ ରୂପକାର ସେବକମାନେ କଣଗୁଜ ଖୋଦେଇ କରୁଛନ୍ତି। ଦୋଳବେଦି ପରିସର କମାରଶାଳରେ କମାର ସେବକମାନେ ଅରକଣ୍ଟା, ପନ୍ଦାରୀ, ପନ୍ଦାରୀ ଚାବି, ବଳା ଆଦି ତିଆରି କରୁଛନ୍ତି। ରଥଖଳାରେ ଗୁଜ, କୁଡୁକା, ଜଳଯନ୍ତ୍ର ତିଆରି ଚାଲିଛି। ଅନ୍ୟପକ୍ଷରେ ସକାଳେ ରଥଖଳାରେ କାମ ଆରମ୍ଭ ପୂର୍ବରୁ ସମ୍ପୃକ୍ତ ୧୬୨ ଜଣ ସେବକଙ୍କର ଥର୍ମାଲ ସ୍କ୍ରିନିଂ କରାଯାଇଛି। ସମସ୍ତ ସେବକ ସୁସ୍ଥ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri