ତିନି ରଥର ୪ ନାହାକା ଉଠିଲା

ପୁରୀ ଅଫିସ, ୧୮।୬: ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣମୀରେ ତିନିରଥର ୪ ନାହାକ ଉଠିଛି। ଅକ୍ଷୟତୃତୀୟା ଠାରୁ ଶ୍ରୀନଅର ସମ୍ମୁଖ ରଥଖଳାରେ ତିନି ମୁଖ୍ୟ ବିଶ୍ୱକର୍ମାଙ୍କ ତତ୍ତା୍ବବଧାନରେ ରଥକାମ ଚାଲିଛି। ପ୍ରଥମେ ତୁମ୍ବରେ ପଇ ସଂଯୋଗ କରାଯାଇ ଶ୍ରୀକ୍ଷେତ୍ର ଭଉଁରୀରେ ତିନି ରଥର ଦୁଇଟି ଲେଖାଏ ଚକ ଅଖ ଡେରା ଯାଇଥିଲା। ଚକ ନିର୍ମାଣ ସରିବା ପରେ ବଳକା ୩୬ଟି ଚକ ଓ ୧୮ଟି ଅଖ ସଂଯୋଗ କରାଯାଇଥିଲା। ଦଣ୍ଡା ଖଞ୍ଜାଯିବା ପରେ ଅଖରେ ମେଣ୍ଢି (ଅଖ ମଝିରେ କାଠ ଖଞ୍ଜିବା) କରାଯାଇ ଦଣ୍ଡା ଉଠିଥିଲା। ଦଣ୍ଡାରେ କଣଗୁଜ ଓ ନିରାଡି ସଂଯୋଗ ସହ ଗୟଲ ମୋଡ଼ା ହୋଇଥିଲା। ସୋମବାର ତିନି ରଥର ନାହାକ ଉଠାଯାଇଛି ବୋଲି ନନ୍ଦିଘୋଷ ରଥର ମୁଖ୍ୟ ବିଶ୍ୱକର୍ମା ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ରଥ ନିର୍ମାଣର ଏକ ବିଧି ରହିଛି। ସେହି ଅନୁସାରେ କାମ କରାଯାଇଥାଏ। ଦେବସ୍ନାନ ପୂର୍ଣ୍ଣମୀରେ ତିନି ରଥର ୪ଟି ଲେଖାଏ ନାହାକା ଉଠିବା ପରମ୍ପରା ରହିଛି। ତେଣୁ ଆଜି ତିନି ରଥର ନାହାକା ଉଠାଯାଇଥିଲା। ସେହିପରି ଭୋଇ ସଦ୍ଦର୍ର୍ାର ରବି ଭୋଇ କହିଛନ୍ତି, ମହାରଣା ଓ ଭୋଇ ସେବକମାନେ ମିଳିତ ଭାବେ ଏହି କାର୍ଯ୍ୟକୁ ସମ୍ପାଦନା କରିଛନ୍ତି। ନନ୍ଦିଘୋଷ ରଥର ରୂପକାର ସେବକ ରାଜେନ୍ଦ୍ର ମହାପାତ୍ର କହିଛନ୍ତି, ତିନି ରଥର ୪୪ଟି କଣଗୁଜ ସରିିଛି। ଏବେ ସିଂହାସନ କାମ ଆରମ୍ଭ ହୋଇଛି। ଆଗକୁ ପର୍ଯ୍ୟାୟ କ୍ରମେ ନାଟଗୋଡ଼, ପଟାଗୁଜ, ପରଭା ଓ ଚାର ପରସା ପ୍ରଭୃତି କରାଯିବ। ତାଳଧ୍ୱଜ ରଥ କମାର ସେବକ ଅର୍ଜୁନ ମହାରଣା କହିଛନ୍ତି, ଏବେ ଗୟଳ ଓ ଗରଗରା କଣ୍ଟା ତିଆରି ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri