ନାଉଗଁ।, ୨୨।୨ (ସ୍ବ.ପ୍ର.): ନାଉଗଁ। ବ୍ଲକ ଅଧୀନ ତିରୁଣା ସେବା ସମବାୟ ସମିତିରେ ଧାନ ଦେବା ସମୟରେ ଚାଷୀମାନଙ୍କୁ ଦୁର୍ବ୍ୟବହାର କରାଯିବା ସହ କୁଇଣ୍ଟାଲ ପିଛା ୨ କି.ଗ୍ରା. ଲେଖାଏ ଧାନ କାଟି ଦିଆଯାଉଛି। ଏ ନେଇ ଜାମୁଗଁ। ପଞ୍ଚାୟତ ନନ୍ଦିଗ୍ରାମର ଚାଷୀ ଦିଲୀପ ପାଢ଼ୀ ଗୁରୁବାର ଜିଲାପାଳଙ୍କୁ ଭେଟି ଲିଖିତ ଅଭିଯୋଗ ପତ୍ର ପ୍ରଦାନ କରିଛନ୍ତି। ଅଭିଯୋଗ ମୁତାବକ, ମଣ୍ଡିରେ ଧାନ ଦେବା ପାଇଁ ଦିଲୀପ ସୋସାଇଟିରେ ନାମ ପଞ୍ଜୀକୃତ କରାଇଥିଲେ। ସେହି ତାଲିକା ଅନୁସାରେ ଗତ ୧୮ ଫେବୃୟାରୀରେ ସେ ମଣ୍ଡିରେ ଧାନ ଦେବାକୁ ଯାଇଥିଲେ। ତାଙ୍କଠାରୁ ମିଲର ୪୬ କୁଇଣ୍ଟାଲ ୬୩ କି.ଗ୍ରା. ଧାନ ନେଇଥିଲେ, କିନ୍ତୁ ୪୫ କୁଇଣ୍ଟାାଲ ୭୦ କିଗ୍ରାର ଟୋକନ ପ୍ରଦାନ କରିଥିଲେ। ଏ ନେଇ ସେ ସୋସାଇଟି ସମ୍ପାଦକଙ୍କୁ ପଚାରିବାରୁ ପ୍ରତି କୁଇଣ୍ଟାଲ ପିଛା ୨ କି.ଗ୍ରା. ଲେଖାଏ ଧାନ କଟା ଯାଇଥିବା କହିଥିଲେ। ମିଲରର ଗାଡ଼ିକୁ ଧାନ ଉଠାଇବା ବାବଦକୁ ତାଙ୍କୁ ୫ ଶହ ଟଙ୍କା ମଗାଯାଇଥିଲା। ମାତ୍ର ସେ ଏହାର ପ୍ରତିବାଦ କରିବାରୁ ମିଲରଙ୍କ ଏଜେଣ୍ଟ ତାଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିଥିଲେ। ଉକ୍ତ ମଣ୍ଡିରେ ଧାନ ଦେଉଥିବା ସମସ୍ତ ଚାଷୀ ଶୋଷଣର ଶିକାର ହେଉଛନ୍ତି ବୋଲି ଦିଲୀପ ଅଭିଯୋଗ ପତ୍ରରେ ଦର୍ଶାଇଛନ୍ତି।ଏ ବିଷୟରେ ଜିଲା ଯୋଗାଣ ଅଧିକାରୀଙ୍କ ଦୃଷ୍ଟିଆକର୍ଷଣ କରାଯାଇଥିଲେ ମଧ୍ୟ କିଛି ସୁଫଳ ମିଳୁନି। ତେଣୁ ଉକ୍ତ ସୋସାଇଟିରେ ହେଉଥିବା ଅନିୟମିତତାର ତଦନ୍ତ କରାଯାଇ ସମ୍ପୃକ୍ତ କର୍ମଚାରୀ ଓ ମିଲରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦିଲୀପ ଦାବି କରିଛନ୍ତି। ଏ ନେଇ ଜିଲା ଯୋଗାଣ ନିରୀକ୍ଷକଙ୍କୁ ଯୋଗାଯୋଗ କରିବାକୁ ଚେଷ୍ଟା କରାଯାଇଥିଲେ ବି ତାହା ସମ୍ଭବ ହୋଇପାରିନାହିଁ।
Posted inଆମ ଜିଲା ଖବର, ଜଗତ୍ସିଂହପୁର View All
ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…
ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…
ହାଇଓ୍ବା ଧକ୍କାରେ ସ୍କୁଟିଚାଳକ ମୃତ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଟ୍ରକ୍କୁ ଦ୍ରୁତଗତିରେ ଆସି ଜଣେ ବାଇକ୍କୁ ଧକ୍କା…
ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…
ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର…
ଅବ୍ୟବସ୍ଥା ଘେରରେ ବିଦ୍ୟାଳୟ: ୪ ବର୍ଷ ବିତିଯାଇଥିଲେ ସୁଦ୍ଧା ସମ୍ପୂର୍ଣ୍ଣ ହୋଇନାହିଁ ଶ୍ରେଣୀଗୃହ
କେସିଙ୍ଗା,୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ଗ୍ରାମସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗତ ୨୪.୭.୧୯୮୩ରେ ସ୍ଥାପିତ ହୋଇଛି। ଏହି ବିଦ୍ୟାଳୟରେ ତତ୍କାଳୀନ…
ଆନ୍ଦୋଳନରେ ଡାକ୍ତର, ହଇରାଣ ହେଉଛନ୍ତି ଗରିବ ରୋଗୀ
ପଦ୍ମପୁର,୨ା୭(ପ୍ରଦୀପ୍ତ ଦାଶ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…
ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…
ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ ହୋଇଛନ୍ତି । ବିଇଓ ଗୁରୁବାର…
ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…
ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର…
କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ
ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…
Archives

