Posted inଖେଳ

ତୀରନ୍ଦାଜୀ, କବାଡ଼ି ଇଭେଣ୍ଟରେ ପ୍ରାଦେଶିକ ଜନଜାତୀ କ୍ରୀଡ଼ା

ଭୁବନେଶ୍ୱର, ୬।୧୨(କ୍ରୀଡ଼ା ପ୍ରତିନିଧି)-
ଜନଜାତି ସମାଜରେ ଥିବା ଲୁକ୍କାୟିତ ପ୍ରତିଭାଙ୍କୁ ଚିହ୍ନଟ କରିବା ଉଦ୍ଦେଶ୍ୟରେ ପ୍ରାଦେଶିକ ଜନଜାତି କ୍ରୀଡ଼ା ଚଳିତମାସ ୭ ଓ ୮ ତାରିଖ ଦୁଇଦିନଧରି ନିଳାଦ୍ରୀ ବିହାରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପଡ଼ିଆରେ ଅନୁଷ୍ଠିତ ହେବ। ଏଥର ତୀରନ୍ଦାଜୀ ଓ କବାଡ଼ି ଇଭେଣ୍ଟ ଆୟୋଜିତ ହେବ ବୋଲି ଗୁରୁବାର ଏଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ବନବାସୀ କଲ୍ୟାଣ ଆଶ୍ରମର ପ୍ରାଦେଶିକ କାର୍ଯ୍ୟକାରୀ ସଭାପତି ଜଗଦୀଶ ପ୍ରସାଦ ମିଶ୍ର ପ୍ରକାଶ କରିଛନ୍ତି। ପ୍ରତିଯୋଗିତା ସବ୍‌ଜୁନିୟର ଓ ଜୁନିୟର ବର୍ଗରେ ଅନୁଷ୍ଠିତ ହେବ। ଏଥିରେ ୨୨ ଜିଲାରୁ ପାଖାପାଖି ୪୦୦ ବାଳିକା ଓ ବାଳକ ଭାଗ ନେବାର ସମ୍ଭାବନା ରହିଛି। ପ୍ରତିଯୋଗିତାରୁ ମନୋନୀତ ଖେଳାଳି ଚଳିତମାସ ୨୬ରୁ କାନ୍‌ପୁରରେ ହେବାକୁଥିବା ସର୍ବଭାରତୀୟ ଜନଜାତୀ କ୍ରୀଡ଼ା ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ ବୋଲି ଜଗଦୀଶ କହିଛନ୍ତି। ଶୁଭ୍ରାଂଶୁ ପଟ୍ଟନାୟକଙ୍କ ସଂଯୋଜନାରେ ଆୟୋଜିତ ଏହି ସମ୍ମିଳନୀରେ ପ୍ରାଦେଶିକ ସଙ୍ଗଠନ ସମ୍ପାଦକ ବିଶ୍ୱାମିତ୍ର ମହାନ୍ତ, ରାଜ୍ୟ ସାଧାରଣ ସମ୍ପାଦକ ଲକ୍ଷ୍ମୀକାନ୍ତ ଦାଶ, ସୁରେନ୍ଦ୍ର ଜେନା, ବିଜୟ କୁମାର ମହାନ୍ତି, ସୁରେଶ କୁମାର ମିଶ୍ର, ଦୈଦ୍ୟନାଥ ସାହୁ, ସୌମ୍ୟରଞ୍ଜନ ସାହୁ, କୃଷ୍ଣଚନ୍ଦ୍ର ଭାଟ୍ଟି, ଦିଲୀପ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

ଇଶାନ, ତିଲକଙ୍କ ବିସ୍ଫୋରକ ବ୍ୟାଟିଂ, ୨-୦ରେ ଭାରତ ସିରିଜ୍‌ ଆଗୁଆ

ହରାରେ,୨୫ା୭: ଇଶାନ କିଶନ ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଶନିବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୯୦ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି।…

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ସ୍ବାନ ଜିତିଲେ ପ୍ରଥମ ସ୍ବର୍ଣ୍ଣ

ଗ୍ଲାସଗୋ,୨୫ା୭: ଇଂଲଣ୍ଡର ମାର୍କ ସ୍ବାନ ଚଳିତ ଗ୍ଲାସ୍‌ଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପ୍ରଥମ ସ୍ବର୍ଣ୍ଣ ବିଜେତା ହୋଇଛନ୍ତି। ଲାଇଟ୍‌ଓ୍ବେଟ୍‌ ପାଓ୍ବାରଲିଫ୍ଟିଙ୍ଗ ପ୍ରତିଯୋଗିତାରେ ସେ ୨୨୨କେଜି ଉତ୍ତୋଳନ କରି ପ୍ରଥମ…

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

ରୋହିତଙ୍କ ଅବସରକୁ ନେଇ ରାଜୀବ ଶୁକ୍ଳାଙ୍କ ବଡ଼ ଘୋଷଣା, ୨୦୨୭ ବିଶ୍ବକପ୍…

ନୂଆଦିଲ୍ଲୀ,୨୫।୭: ଇଂଲଣ୍ଡ ଗସ୍ତ ସମୟରେ ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମାଙ୍କ ଅବସର ନେଇ ସମ୍ପ୍ରତି ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ…

Commonwealth Games: ଭାରତ ପାଇଁ ପ୍ରଥମ ପଦକ ଜିତିଲେ ଝଣ୍ଡୁ କୁମାର

ନୂଆଦିଲ୍ଲୀ,୨୫।୭: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଦ୍ୱିତୀୟ ଦିନରେ, ପାରା ଭାରୋତ୍ତୋଳକ ଝଣ୍ଡୁ କୁମାର କାଂସ୍ୟ ପଦକ ଜିତି ଭାରତ ପାଇଁ ଏକ ପ୍ରମୁଖ ମାଇଲଖୁଣ୍ଟ ହାସଲ କରିଛନ୍ତି…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ

ଗ୍ଲାସ୍‌ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍‌ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri