Posted inଖେଳ

ତୀରନ୍ଦାଜ ଦୀପିକାଙ୍କୁ ରୌପ୍ୟ

ଟୋକିଓ,୧୭।୭(ପିଟି)- ଦେଶର ଶୀର୍ଷ ର଼୍ୟାଙ୍କ ତୀରନ୍ଦାଜ ଦୀପିକା କୁମାରୀ ବୁଧବାର ୨୦୨୦ ଟୋକିଓ ଅଲିମ୍ପିକ୍‌ ଗେମ୍ସର ଟେଷ୍ଟ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। କୋରିଆର ୧୮ ବର୍ଷୀୟା ଆନ ସାନଙ୍କଠାରୁ ସିଧାସଳଖ ସେଟ୍‌ରେ ପରାଜୟ ବରଣ କରିବାରୁ ଭାରତୀୟ ତୀରନ୍ଦାଜଙ୍କୁ ରୌପ୍ୟ ପଦକରେ ସନ୍ତୁଷ୍ଟ ହେବାକୁ ପଡ଼ିଛି। ନିକଟରେ ବର୍ଲିନଠାରେ ଅନୁଷ୍ଠିତ ବିଶ୍ୱକପ୍‌ର ୪ର୍ଥ ପର୍ଯ୍ୟାୟରେ ଡବଲ ସ୍ବର୍ଣ୍ଣ ପଦକ ଜିତିଥିବା ସାନ ପ୍ରଥମ ସେଟ୍‌କୁ ଏକ ପଏଣ୍ଟ ବ୍ୟବଧାନରେ ଜିତିଥିଲେ। ଦ୍ୱିତୀୟ ସେଟ୍‌କୁ ୨୯-୨୫ ବ୍ୟବଧାନରେ ଜିତିବା ପରେ ତୃତୀୟ ସେଟ୍‌ରେ କ୍ରମାଗତ ତିନୋଟି ଶଟ୍‌ରେ ୧୦ ପଏଣ୍ଟ ହାସଲ କରିଥିଲେ। ମୁଁ ପ୍ରତିଯୋଗିତାରେ ଭଲ ପ୍ରଦର୍ଶନ କରିଥିଲି। କିନ୍ତୁ ଫାଇନାଲରେ ନିଜ ଦକ୍ଷତା ଅନୁଯାୟୀ ପ୍ରଦର୍ଶନ କରିପାରି ନ ଥିଲି। ନିକଟରେ ମୋର ଟେକନିକ୍‌ରେ ପରିବର୍ତ୍ତନ କରିଛି। ଏଥିଯୋଗୁ ମୋ ସ୍କୋରିଂରେ ଭିନ୍ନତା ଦେଖିତ୍ବାକୁ ମିଳୁଛି। ମୁଁ ଏଠାରୁ ବହୁତ କିଛି ଶିକ୍ଷା କରିଛି। ମୁଁ ଆହୁରି ଉନ୍ନତର ତୀରନ୍ଦାଜ ହେବି ବୋଲି ଦୀପିକା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri